Advertisment

ସମ୍ବଲପୁରରେ ପ୍ରଧାନମନ୍ତ୍ରୀ ମୋଦି; IIMର ନୂଆ କ୍ୟାମ୍ପସର କଲେ ଉଦ୍‌ଘାଟନ

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ସମ୍ବଲପୁର IIMର ନୂଆ କ୍ୟାମ୍ପସର ବିଧିବଦ୍ଧ ଭାବେ ଉଦ୍‌ଘାଟନ କରିଛନ୍ତି।

author-image
Niharika Rout
ଅଦ୍ୟତନ ହୋଇଛି
PM Modi

PM Modi

ଦିନିକିଆ ସମ୍ବଲପୁର ଗସ୍ତରେ ଆସି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି IIMର ନୂଆ କ୍ୟାମ୍ପସକୁ ବିଧିବଦ୍ଧ ଭାବେ ଉଦ୍‌ଘାଟନ କରିଛନ୍ତି। ୪୦୦ କୋଟି ଟଙ୍କାରେ ତିଆରି ହୋଇଛି ଆଇଆଇଏମ ସମ୍ବଲପୁରର ସ୍ଥାୟୀ କ୍ୟାମ୍ପସ।

Advertisment

ପୂର୍ବ ନିର୍ଦ୍ଧାରିତ କାର୍ଯ୍ୟକ୍ରମ ଅନୁଯାୟୀ ପ୍ରଥମେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଝାରସୁଗୁଡ଼ା ବିମାନ ବନ୍ଦରରେ ପହଞ୍ଚିଥିଲେ। ସେଠାରୁ ବାୟୁସେନାର ସ୍ୱତନ୍ତ୍ର ହେଲିକପ୍ଟର ଯୋଗେ ମୋଦି ଅପରାହ୍ନ ୧ଟା ୪୫ ମିନିଟ୍‌ରେ ସମ୍ବଲପୁରସ୍ଥିତ IIM କ୍ୟାମ୍ପସ୍‌ରେ ପହଞ୍ଚିଥିଲେ। 

ଏହି କାର୍ଯ୍ୟକ୍ରମରେ ରାଜ୍ୟପାଳ ରଘୁବର ଦାସ, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ, ସ୍ଥାନୀୟ ସାଂସଦ, ବିଧାୟକ ଓ ଅନ୍ୟମାନେ ଉପସ୍ଥିତ ଥିଲେ।

Advertisment

ଏଥିସହ ସମ୍ବଲପୁର ରେଳ ଷ୍ଟେସନର ନବୀକରଣ, ସମ୍ବଲପୁର-ତାଳଚେର ୧୬୮ କିଲୋମିଟର ରେଳପଥ ଏବଂ ଝାରସୁଗୁଡା-ବରପାଲି-ସରଡେଗା ରେଳ ଲାଇନ ଦୋହରୀକରଣ ଆଦିର ଲୋକାର୍ପଣ କରିବେ ପ୍ରଧାନମନ୍ତ୍ରୀ। ପୁରୀ-ସୋନପୁର ସାପ୍ତାହିକ ଏକ୍ସପ୍ରେସ ଟ୍ରେନ ଚଳାଚଳ ଏବଂ ଷ୍ଟେସନ ବିଲଡିଂର ଶୁଭାରମ୍ଭ କରିବେ। ସେଠାରୁ କାର୍ଯ୍ୟକ୍ରମ ସାରି ଦିନ ୩ଟାରେ ହେଲିକପ୍ଟର ଯୋଗେ ରେମେଡ ସଭାସ୍ଥଳ ଅଭିମୁଖେ ବାହାରିବେ। ରେମେଡ ସଭାସ୍ଥଳରେ ୩ଟା ୧୫ରେ ପହଞ୍ଚି ସାଧାରଣ ସଭାରେ ଯୋଗ ଦେବା ପରେ ଅପରାହ୍ନ ୫ଟା ବେଳେ ପ୍ରଧାନମନ୍ତ୍ରୀ ନୂଆଦିଲ୍ଲୀ ଅଭିମୁଖେ ଫେରିଯିବାର କାର୍ଯ୍ୟକ୍ରମ ରହିଛି।

Sambalpur PM Modi IIM Sambalpur