Advertisment

ଆଜି ପ୍ରକାଶ ପାଇବ ମାଟ୍ରିକ ଓ ଯୁକ୍ତ ଦୁଇ ପରୀକ୍ଷା ଫଳ

ଏଥର ପ୍ରଥମ ଥର ପାଇଁ ଏକା ସାଙ୍ଗରେ ଯୁକ୍ତ ଦୁଇ କଳା, ବିଜ୍ଞାନ, ବାଣିଜ୍ୟ ଓ ଧନ୍ଦାମୂଳକ ପରୀକ୍ଷାର ରେଜଲ୍ଟ ଆସିବ।

author-image
Jitendra Garnayak
Matric Exam

Matric Exam

ଆଜି ପ୍ରକାଶ ପାଇବ ମାଟ୍ରିକ ପରୀକ୍ଷା ଫଳ। ସକାଳ ୯ଟାରେ ପ୍ରଥମେ ପରୀକ୍ଷା ପରିଚାଳନା କମିଟିର ବୈଠକ ବସି ଫଳ ଉପସ୍ଥାପନ କରାଯିବ। ଏହାପରେ ଦିନ ସାଢ଼େ ୧୦ଟାରେ ଆନୁଷ୍ଠାନିକ ଭାବେ ପ୍ରକାଶ ପାଇବ ରେଜଲ୍ଟ। ବୋର୍ଡ କାର୍ଯ୍ୟାଳୟରେ ରେଜଲ୍ଟ ପ୍ରକାଶ ପାଇବାର ଘଣ୍ଟାଏ ପରେ ଅର୍ଥାତ୍ ସାଢ଼େ ୧୧ଟାରେ ପରୀକ୍ଷାର୍ଥୀମାନେ ଅନଲାଇନରେ ଦେଖିପାରିବେ ରେଜଲ୍ଟ।

Advertisment

ୱେବସାଇଟ www.bscodisha.ac.inରେ ପରୀକ୍ଷାର୍ଥୀଙ୍କ ରେଜଲ୍ଟ ଦେଖିହେବ । ଇଣ୍ଟରନେଟ୍ ସୁବିଧା ନଥିଲେ ଛାତ୍ରଛାତ୍ରୀ ଏବଂ ଅଭିଭାବକ ମାନେ ମୋବାଇଲ ଫୋନରେ ମେସେଜ୍ କଲେ ମଧ୍ୟ ପାଇପାରିବେ ରେଜଲ୍ଟ। ଏଥିପାଇଁ OR10 ସ୍ପେଶ୍ ROLL NUMBER ଲେଖି 5676750କୁ SMS କଲେ ମୋବାଇଲରେ ପହଞ୍ଚିଯିବ ରେଜଲ୍ଟ।

ଚଳିତ ବର୍ଷ ପ୍ରଥମ ଥର ପାଇଁ ରେଜଲ୍ଟ ଘୋଷଣାର ୬ ଘଣ୍ଟା ପରେ ଅର୍ଥାତ୍ ଅପରାହ୍ନ ୪ଟା ବେଳକୁ ଅନଲାଇନ ଏବଂ ହ୍ବାଟ୍ସଆପରେ ଛାତ୍ରଛାତ୍ରୀ ଡିଜିଟାଲ ମାଟ୍ରିକ ପ୍ରମାଣପତ୍ର ପାଇପାରିବେ। ଏଥିପାଇଁ BSE/Hi ଲେଖି 77100-58192 ନମ୍ବରରେ ହ୍ବାଟ୍ସଆପ୍ କରିପାରିବେ ବୋଲି ବୋର୍ଡ ପକ୍ଷରୁ କୁହାଯାଇଛି । ରାଜ୍ୟରେ ଏବର୍ଷ ୫ ଲକ୍ଷ ୪୧ ହଜାର ରେଗୁଲାର୍ ଛାତ୍ରଛାତ୍ରୀ ମାଟ୍ରିକ ପରୀକ୍ଷା ଦେଇଛନ୍ତି।

Advertisment

ସେହିପରି ଆଜି ଅପରାହ୍ନ ୩ଟାରେ ପ୍ରକାଶ ପାଇବ ଯୁକ୍ତ ଦୁଇ ପରୀକ୍ଷା ଫଳ। ଏଥର ପ୍ରଥମ ଥର ପାଇଁ ଏକା ସାଙ୍ଗରେ କଳା, ବିଜ୍ଞାନ, ବାଣିଜ୍ୟ ଓ ଧନ୍ଦାମୂଳକ ପରୀକ୍ଷାର ରେଜଲ୍ଟ ଆସିବ। ଛାତ୍ରଛାତ୍ରୀମାନେ www.orissaresults.nic.inରେ ରେଜଲ୍ଟ ଦେଖିପାରିବେ। ଗତ ଫେବ୍ରୁଆରୀ ୧୬ରୁ ମାର୍ଚ୍ଚ ୨୦ ତାରିଖ ପର୍ଯ୍ୟନ୍ତ ଯୁକ୍ତ ଦୁଇ ପରୀକ୍ଷା ହୋଇଥିଲା। ଚଳିତ ବର୍ଷ ୩ ଲକ୍ଷ ୮୬ହଜାର ୨୫୦ ଛାତ୍ରଛାତ୍ରୀ ପରୀକ୍ଷା ଦେଇଛନ୍ତି। 

Matric Result Plus 2 Result CHSE BSE