Matric Exam
ଆଜିଠୁ ମାଟ୍ରିକ ପରୀକ୍ଷା। ଚଳିତ ବର୍ଷ ମାଟ୍ରିକ ପରୀକ୍ଷା ଦେଉଛନ୍ତି ୫ ଲକ୍ଷ ୫୧ ହଜାର ୬୧୧ ଛାତ୍ରଛାତ୍ରୀ। ବୋର୍ଡ ପକ୍ଷରୁ ୩ ହଜାର ୪୭ଟି ପରୀକ୍ଷା କେନ୍ଦ୍ର ଏବଂ ଦୁର୍ଗମ ଅଞ୍ଚଳର ୨୧ଟି ପୁଲିସ ଷ୍ଟେସନକୁ ନୋଡାଲ୍ ସେଣ୍ଟର କରାଯାଇଛି। ଆଜିଠୁ ଆରମ୍ଭ ହେଉଥିବା ମାଟ୍ରିକ ପରୀକ୍ଷା ମାର୍ଚ୍ଚ ୪ ତାରିଖ ଯାଏଁ ଚାଲିବ ।
ମାର୍ଚ୍ଚ ୧୬ ତାରିଖରୁ ଖାତାଦେଖା ଆରମ୍ଭ ହୋଇ ୩୦ ତାରିଖରେ ସରିବ। କପି ରୋକିବାକୁ ନୂଆ ଫର୍ମୂଲା ସ୍ୱରୂପ, ଏଥର ଦେଢ ଘଣ୍ଟା ପୂର୍ବରୁ ପରୀକ୍ଷା ହଲକୁ ପଶିବେ ପରୀକ୍ଷାର୍ଥୀ।
ଅର୍ଥାତ୍ ସକାଳ ୯ ଟାରେ ପରୀକ୍ଷା ଥିବାବେଳେ ସାଢ଼େ ୭ରୁ ପରୀକ୍ଷା କେନ୍ଦ୍ରକୁ ଛଡାଯିବ ପରୀକ୍ଷାର୍ଥୀଙ୍କୁ। ୮ଟା ୧୫ ମିନିଟ୍ ପରେ ଆଉ କାହାକୁ
ପ୍ରବେଶ ଅନୁମତି ମିଳିବନାହିଁ। କେବଳ ଏତିକି ନୁହେଁ, ସେଣ୍ଟର ସୁପରିଟେଣ୍ଡେଣ୍ଟଙ୍କ ବ୍ୟତୀତ ପରୀକ୍ଷା ସମୟରେ ଅନ୍ୟ କେହି ବି ପରୀକ୍ଷା କେନ୍ଦ୍ରକୁ ମୋବାଇଲ୍ ନେଇପାରିବେ ନାହିଁ ବୋଲି ବୋର୍ଡ ପକ୍ଷରୁ କୁହାଯାଇଛି।
କେବଳ ସେତିକି ନୁହେଁ ଏଥର ପ୍ରଥମ ଥର ପାଇଁ ସମସ୍ତ ପରୀକ୍ଷା କେନ୍ଦ୍ରରେ ନିଯୁକ୍ତ ରହିବେ ପର୍ଯ୍ୟବେକ୍ଷକ। ପ୍ରଶ୍ନପତ୍ର ଆସିବାଠାରୁ ପରୀକ୍ଷା ସରି ଉତ୍ତରଖାତା ଯିବା ପର୍ଯ୍ୟନ୍ତ ଟିକିନିଖି ତଦାରଖ କରିବେ। ବିଇଓ, ପ୍ରଧାନଶିକ୍ଷକ ଓ ପ୍ରଧାନ ଶିକ୍ଷୟିତ୍ରୀଙ୍କ ଉପରେ ଏହି ଦାୟିତ୍ୱ ନ୍ୟସ୍ତ ରହିବ । କେବଳ ଏତିକି ନୁହେଁ, ସେଣ୍ଟର ସୁପରିଟେଣ୍ଡେଣ୍ଟଙ୍କ ବ୍ୟତୀତ ପରୀକ୍ଷା ସମୟରେ ଅନ୍ୟ କେହି ବି ପରୀକ୍ଷା କେନ୍ଦ୍ରକୁ ମୋବାଇଲ୍ ନେଇପାରିବେ ନାହିଁ ବୋଲି ବୋର୍ଡ ପକ୍ଷରୁ କୁହାଯାଇଛି ।
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
Follow Us/odisha-reporter/media/post_attachments/uploadimage/library/16_9/16_9_0/IMAGE_1708400434.jpg)