Advertisment

ଫେବ୍ରୁଆରୀ ୨୧ରୁ ମାଟ୍ରିକ ପରୀକ୍ଷା; ଜାଣନ୍ତୁ, କେଉଁ ଦିନ ଅଛି କେଉଁ ବିଷୟ

ମାର୍ଚ୍ଚ ୬ ତାରିଖ ପର୍ଯ୍ୟନ୍ତ ପରୀକ୍ଷା ଚାଲିବ।

ଅଦ୍ୟତନ ହୋଇଛି
Matric Exam

Matric Exam

Advertisment

ଆସନ୍ତା ଫେବ୍ରୁଆରୀ ୨୧ ତାରିଖରୁ ଆରମ୍ଭ ହେବ ମାଟ୍ରିକ ପରୀକ୍ଷା। ମାର୍ଚ୍ଚ ୬ ତାରିଖ ପର୍ଯ୍ୟନ୍ତ ପରୀକ୍ଷା ଚାଲିବ। ଆଜି ମାଟ୍ରିକ ପରୀକ୍ଷା ପାଇଁ ସଂପୂର୍ଣ୍ଣ କାର୍ଯ୍ୟସୂଚୀ ପ୍ରକାଶ କରିଛି ମାଧ୍ୟମିକ ଶିକ୍ଷା ପରିଷଦ (ବିଏସ୍‌ଇ)। 

Advertisment

୨୧ ତାରିଖରେ ପ୍ରଥମ ଭାଷା ଓଡ଼ିଆ ପରୀକ୍ଷା ହେବ। ୨୪ ତାରିଖରେ ଦ୍ୱିତୀୟ ଭାଷା ଇଂରାଜୀ ପରୀକ୍ଷା ହେବ। ୨୭ରେ ଗଣିତ ଓ ମାର୍ଚ୍ଚ ୧ରେ ବିଜ୍ଞାନ ପରୀକ୍ଷା ହେବ। ମାର୍ଚ୍ଚ ୩ରେ ସାମାଜିକ ବିଜ୍ଞାନ ଓ ୬ରେ ତୃତୀୟ ଭାଷା ହିନ୍ଦୀ/ସଂସ୍କୃତ ପରୀକ୍ଷା ହେବ ବୋଲି ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ କୁହାଯାଇଛି। 

ସକାଳ ୯ଟାରୁ ଦିନ ସାଢ଼େ ୧୧ଟା ପର୍ଯ୍ୟନ୍ତ ଚାଲିବ ପରୀକ୍ଷା। ଗଣିତ ପରୀକ୍ଷା ପାଇଁ ଅଧିକ ୧୫ ମିନିଟ ସମୟ ଦିଆଯିବ। ସେହିଦିନ ପରୀକ୍ଷା ସରିବ ୧୧ଟା ୪୫ରେ। 

Advertisment

ମାଟ୍ରିକ୍ ପରୀକ୍ଷା ପାଇଁ ଗତ ୩ ତାରିଖରୁ ଆରମ୍ଭ ହୋଇଛି ଫର୍ମ ଫିଲପ୍। ନଭେମ୍ବର ୧୮ରେ ଫର୍ମ ପୂରଣ ସରିବା ପରେ ପରୀକ୍ଷାର୍ଥୀଙ୍କ ସଂଖ୍ୟା ସ୍ପଷ୍ଟ ହେବ। TLV ଓ ଭୋକେସନାଲ୍ ଟ୍ରେଡ୍ ବ୍ୟତୀତ ଅନ୍ୟ ସମସ୍ତ ବିଷୟରେ ୫୦ ମାର୍କର ସବଜେକ୍ଟିଭ୍ ଓ ୫୦ ମାର୍କର ଅବଜେକ୍ଟିଭ୍ ପ୍ରଶ୍ନ ଆସିବ।ଅବଜେକ୍ଟିଭ MCQର ଉତ୍ତର OMR ସିଟ୍‌ରେ ଏବଂ ସବଜେକ୍ଟିଭ୍ ପ୍ରଶ୍ନର ଉତ୍ତର ପ୍ରଶ୍ନ ସଂଲଗ୍ନ ଉତ୍ତର ଖାତାରେ ଦେବାକୁ ହେବ। ଗତବର୍ଷ ଫର୍ମାଟରେ ପରୀକ୍ଷା ଦେବେ ଛାତ୍ରଛାତ୍ରୀ।

ଗତବର୍ଷ ମାଟ୍ରିକ୍ ପରୀକ୍ଷାରେ କପି ରୋକିବାକୁ ବୋର୍ଡ ପକ୍ଷରୁ ପ୍ରଥମ ଥର ପାଇଁ ଆର୍ଟିଫିସିଆଲ୍ ଇଣ୍ଟଲିଜେନ୍ସ ବ୍ୟବହାର ହୋଇଥିଲା। ତମାମ୍ ସତର୍କତା ସତ୍ତ୍ବେ ଆସିଥିଲା ପ୍ରଶ୍ନପତ୍ର ଭାଇରାଲ୍ ଅଭିଯୋଗ। ତେଣୁ ଏଥର ବି ତ୍ରୁଟିଶୂନ୍ୟ ପରୀକ୍ଷା ଓ ପ୍ରଶ୍ନପତ୍ର ଲିକ୍ ରୋକିବା ବୋର୍ଡ ପାଇଁ ବଡ଼ ଚ୍ୟାଲେଞ୍ଜ ରହିବ।

Matric Exam
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe