Advertisment

ସ୍କୁଲ ମଧ୍ୟାହ୍ନ ଭୋଜନ ଖର୍ଚ୍ଚ ବଢ଼ିଲା: ଜାଣନ୍ତୁ, କେଉଁ ଶ୍ରେଣୀ ପାଇଁ କେତେ କରାଗଲା

ପ୍ରଧାନମନ୍ତ୍ରୀ ପୋଷଣ ଯୋଜନାରେ ମଧ୍ୟାହ୍ନ ଭୋଜନ ଖର୍ଚ୍ଚ ବଢ଼ାଇଛନ୍ତି ସରକାର।

author-image
Jitendra Garnayak
ଅଦ୍ୟତନ ହୋଇଛି
Students having lunch

Students having lunch

ସ୍କୁଲ ମଧ୍ୟାହ୍ନ ଭୋଜନ ଖର୍ଚ୍ଚ ବଢ଼ାଇଲେ ରାଜ୍ୟ ସରକାର। ପ୍ରଥମରୁ ପଞ୍ଚମ ପିଲାଙ୍କ ପାଇଁ ମଧ୍ୟାହ୍ନ ଖର୍ଚ୍ଚ ୭ଟଙ୍କା ୬୪ ପଇସା କରାଗଲା। ପୂର୍ବରୁ ପ୍ରଥମରୁ ପଞ୍ଚମ ପିଲାଙ୍କ ପାଇଁ ଏହି ଖର୍ଚ୍ଚ ୫ ଟଙ୍କା ୯୦ ପଇସା ଥିଲା। ସେହିପରି ଷଷ୍ଠରୁ ଅଷ୍ଟମ ଛାତ୍ରଛାତ୍ରୀଙ୍କ ପାଇଁ ମଧ୍ୟାହ୍ନ ଭୋଜନ ଖର୍ଚ୍ଚ ୧୦ ଟଙ୍କା ୯୪ ପଇସାକୁ ବୃଦ୍ଧି କରାଯାଇଛି।  ପୂର୍ବରୁ ଏହି ଶ୍ରେଣୀର ଛାତ୍ରଛାତ୍ରୀଙ୍କ ପାଇଁ ମଧ୍ୟାହ୍ନ ଭୋଜନ ଖର୍ଚ୍ଚ ୮ ଟଙ୍କା ୮୨ ପଇସା ଥିଲା।

Advertisment

ଏନେଇ ଆଜି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ସମସ୍ତ ଜିଲ୍ଲାର ଜିଲ୍ଲାପାଳମାନଙ୍କୁ ଚିଠି କରାଯାଇଛି। ଏହାକୁ ଡିସେମ୍ବର ୧ ତାରିଖଠାରୁ ଅର୍ଥାତ୍ ଆସନ୍ତାକାଲିଠାରୁ କାର୍ଯ୍ୟକାରୀ କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ପ୍ରଧାନମନ୍ତ୍ରୀ ପୋଷଣ ଯୋଜନାରେ ମଧ୍ୟାହ୍ନ ଭୋଜନ ଖର୍ଚ୍ଚ ବଢ଼ାଇଛନ୍ତି ସରକାର। 

Midday Meal Mid Day Meal