Students having lunch
ସ୍କୁଲ ମଧ୍ୟାହ୍ନ ଭୋଜନ ଖର୍ଚ୍ଚ ବଢ଼ାଇଲେ ରାଜ୍ୟ ସରକାର। ପ୍ରଥମରୁ ପଞ୍ଚମ ପିଲାଙ୍କ ପାଇଁ ମଧ୍ୟାହ୍ନ ଖର୍ଚ୍ଚ ୭ଟଙ୍କା ୬୪ ପଇସା କରାଗଲା। ପୂର୍ବରୁ ପ୍ରଥମରୁ ପଞ୍ଚମ ପିଲାଙ୍କ ପାଇଁ ଏହି ଖର୍ଚ୍ଚ ୫ ଟଙ୍କା ୯୦ ପଇସା ଥିଲା। ସେହିପରି ଷଷ୍ଠରୁ ଅଷ୍ଟମ ଛାତ୍ରଛାତ୍ରୀଙ୍କ ପାଇଁ ମଧ୍ୟାହ୍ନ ଭୋଜନ ଖର୍ଚ୍ଚ ୧୦ ଟଙ୍କା ୯୪ ପଇସାକୁ ବୃଦ୍ଧି କରାଯାଇଛି। ପୂର୍ବରୁ ଏହି ଶ୍ରେଣୀର ଛାତ୍ରଛାତ୍ରୀଙ୍କ ପାଇଁ ମଧ୍ୟାହ୍ନ ଭୋଜନ ଖର୍ଚ୍ଚ ୮ ଟଙ୍କା ୮୨ ପଇସା ଥିଲା।
ଏନେଇ ଆଜି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ସମସ୍ତ ଜିଲ୍ଲାର ଜିଲ୍ଲାପାଳମାନଙ୍କୁ ଚିଠି କରାଯାଇଛି। ଏହାକୁ ଡିସେମ୍ବର ୧ ତାରିଖଠାରୁ ଅର୍ଥାତ୍ ଆସନ୍ତାକାଲିଠାରୁ କାର୍ଯ୍ୟକାରୀ କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ପ୍ରଧାନମନ୍ତ୍ରୀ ପୋଷଣ ଯୋଜନାରେ ମଧ୍ୟାହ୍ନ ଭୋଜନ ଖର୍ଚ୍ଚ ବଢ଼ାଇଛନ୍ତି ସରକାର।
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
Follow Us/odisha-reporter/media/post_attachments/uploadimage/library/16_9/16_9_0/IMAGE_1732957521.jpg)