Advertisment

NRTS ଏବଂ ପ୍ରାଥମିକ ବୃତ୍ତି ପରୀକ୍ଷା ସ୍ଥଗିତ

ପରୀକ୍ଷା ସ୍ଥଗିତ ନେଇ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି।

Board Office

Board Office

Advertisment

ସମ୍ଭାବ୍ୟ ବାତ୍ୟା ‘ଦାନା’ ପାଇଁ ସ୍ଥଗିତ ହେଲା NRTS ଓ ପ୍ରାଥମିକ ବୃତ୍ତି ପରୀକ୍ଷା। ଏ ନେଇ ଆଜି ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି।

Advertisment

ଅକ୍ଟୋବର ୨୩ ତାରିଖରେ NRTS ଏବଂ ୨୫ ତାରିଖରେ ପ୍ରାଥମିକ ବୃତ୍ତି ପରୀକ୍ଷା କରିବା ପାଇଁ ପୂର୍ବରୁ ସ୍ଥିର ହୋଇଥିଲା। ତେବେ ସମ୍ଭାବ୍ୟ ବାତ୍ୟାକୁ ଦୃଷ୍ଟିରେ ରଖି ବୋର୍ଡ ପକ୍ଷରୁ ଏହାକୁ ସ୍ଥଗିତ ରଖିଛି ବୋର୍ଡ। ପରୀକ୍ଷା ପୁଣି କେବେ ହେବ, ସେ ସଂପର୍କରେ ପରେ ବିଜ୍ଞପ୍ତି ପ୍ରକାଶ କରାଯିବ ବୋଲି ବୋର୍ଡ ପକ୍ଷରୁ କୁହାଯାଇଛି।

ସୂଚନାଯୋଗ୍ୟ, ସମ୍ଭାବ୍ୟ ବାତ୍ୟା ‘ଦାନା’ ୨୪ ତାରିଖ ରାତିରୁ ୨୫ ତାରିଖ ସକାଳ ମଧ୍ୟରେ ଓଡ଼ିଶାର ପୁରୀ ଓ ପଶ୍ଚିମବଙ୍ଗର ସାଗର ଦୀପପୁଞ୍ଜ ମଧ୍ୟରେ ଉପକୂଳକୁ ଅତିକ୍ରମ କରିବାର ସମ୍ଭାବନା ରହିଥିବା ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି। ଏହାର ପ୍ରଭାବରେ ଉପକୂଳବର୍ତ୍ତୀ ଜିଲ୍ଲାଗୁଡ଼ିକ ସହିତ ରାଜ୍ୟର ଆହୁରି କିଛି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ। ସେହିପରି ପବନର ବେଗ ଘଣ୍ଟା ପ୍ରତି ୧୦୦ରୁ ୧୨୦ କିମି ରହିପାରେ ବୋଲି ପୂର୍ବାନୁମାନ କରାଯାଇଛି।

Advertisment
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe