/odisha-reporter/media/post_attachments/uploadimage/library/16_9/16_9_0/School_1706150723.jpg)
School
ଆସନ୍ତା ୨୭ ତାରିଖରେ ରାଜ୍ୟରେ ସବୁ ସ୍କୁଲ, କଲେଜ ଛୁଟି। ସମ୍ବଲପୁରର ମା’ ସମଲେଇ ପ୍ରକଳ୍ପର ଲୋକାର୍ପଣ ଉତ୍ସବ ପାଇଁ ଛୁଟି ଘୋଷଣା କରିଛନ୍ତି ରାଜ୍ୟ ସରକାର। ଚତୁର୍ଥ ଶନିବାର ଯୋଗୁଁ ସରକାରୀ ଅଫିସ୍ ମଧ୍ୟ ବନ୍ଦ ରହିବ।
Advertisment
ସମ୍ବଲପୁରର ଅଧିଷ୍ଠାତ୍ରୀ ଦେବୀ ମାଆ ସମଲେଶ୍ୱରୀଙ୍କ ପୀଠର ବିକାଶ ପାଇଁ କରାଯାଇଥିବା ସମଲେଇ ପ୍ରକଳ୍ପର ଲୋକାର୍ପଣ ଉତ୍ସବ ଆସନ୍ତା ଶନିବାର ହେବ। ଏଥିପାଇଁ ୨୭ ତାରିଖକୁ ଛୁଟି ଘୋଷଣା କରିଛନ୍ତି ରାଜ୍ୟ ସରକାର।
ଏହି ପ୍ରକଳ୍ପର ୪ଟି ମୁଖ୍ୟ ଲକ୍ଷ୍ୟ ରହିଛି। ସେଗୁଡ଼ିକ ହେଲା ମାଆ ସମଲେଶ୍ୱରୀଙ୍କ ମନ୍ଦିର ପରିସରର ରୂପାନ୍ତରଣ, ଭକ୍ତ ଓ ଶ୍ରଦ୍ଧାଳୁ ମନରେ ଆଧ୍ୟାତ୍ମିକ ମନୋଭାବ ସୃଷ୍ଟି ପାଇଁ ଗୁରୁତ୍ୱ, ସମ୍ବଲପୁରର ପର୍ଯ୍ୟଟନ ଅର୍ଥନୀତି ପ୍ରତି ଗୁରୁତ୍ୱ ଓ ମନ୍ଦିର ଚାରିପଟେ ଅନ୍ୟାନ୍ୟ ପ୍ରକଳ୍ପର ବିକାଶ ଓ ସ୍ଥାନୀୟ ଲୋକଙ୍କ ଆର୍ଥିକ ବିକାଶ ପାଇଁ ସୁଯୋଗ ସୃଷ୍ଟି କରିବା ମୁଖ୍ୟ ଲକ୍ଷ୍ୟ ରହିଛି।
Advertisment
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
