CHSE ଯୁକ୍ତ ୨ ଫିଜିକ୍ସ ପରୀକ୍ଷାରେ ତ୍ରୁଟି ହୋଇଛି ବୋଲି ମାନିଲେ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ କର୍ତ୍ତୃପକ୍ଷ। ଆଜି ଏକ ସାମ୍ବାଦିକ ସମ୍ମିଳନୀରେ ପରୀକ୍ଷା ନିୟନ୍ତ୍ରକ ଆଶୋକ ନାୟକ କହିଛନ୍ତି, ଆଉଟ ଅଫ୍ ସିଲାବସ୍ ନୁହେଁ, ଚଏସ୍ ଡେଫିସିଟ୍ ରହିଛି। ରେଗୁଲାର ଓ ଏକ୍ସ ରେଗୁଲାର ସିଲାବସକୁ ନେଇ ପ୍ରଶ୍ନ ପ୍ରସ୍ତୁତ ହୋଇଥିଲା। ସେ ଆହୁରି କହିଛନ୍ତି, କେବଳ ରେଗୁଲାର ପିଲାଙ୍କ ପ୍ରଶ୍ନରେ ମୋଟ ୧୯ ନମ୍ବର ଚଏସ ଡେଫସିଟ୍ ରହିଛି। ଯେଉଁ ପିଲା ଏସବୁ ପ୍ରଶ୍ନ ଆଟେମ୍ପ୍ଟ ନେଇଥିବେ ଗ୍ରେସ୍ ମାର୍କ ପାଇବେ ବୋଲି କହିଲେ CHSE ପରୀକ୍ଷା ନିୟନ୍ତ୍ରକ ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Education
୩ ବିଶ୍ୱବିଦ୍ୟାଳୟର କୁଳପତିଙ୍କ କାର୍ଯ୍ୟକାଳ ଆଉ ୬ମାସ ବଢ଼ିଲା
ଆଜି ଗୁରୁବାର ରାଜଭବନ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁସାରେ, ଉତ୍କଳ ବିଶ୍ୱବିଦ୍ୟାଳୟ, ଗଙ୍ଗାଧର ମେହେର ବିଶ୍ୱବିଦ୍ୟାଳୟ ଓ ରମାଦେବୀ ବିଶ୍ୱବିଦ୍ୟାଳୟର କୁଳପତିମାନଙ୍କ କାର୍ଯ୍ୟକାଳକୁ ରାଜ୍ୟପାଳ ବୃଦ୍ଧି କରିଛନ୍ତି ।
Education
ଦଶମ ଓ ଦ୍ୱାଦଶ ଶ୍ରେଣୀ ବୋର୍ଡ ପରୀକ୍ଷା ତାରିଖ ଘୋଷଣା କଲା CBSE
ଦଶମ ଶ୍ରେଣୀ ଓ ଦ୍ୱାଦଶ ଶ୍ରେଣୀ ସିବିଏସ୍ଇ ବୋର୍ଡ ପରୀକ୍ଷା 2025 ଫେବୃଆରୀ 15ରୁ ଆରମ୍ଭ ହେବ। ସିବିଏସ୍ଇ ଏହାର ଆଧିକାରୀକ ୱେବସାଇଟ୍ 'cbse.gov.in'ରେ ପରୀକ୍ଷା ସୂଚୀ ପ୍ରକାଶ କରିଛି।
Education
ଫେବ୍ରୁଆରୀ ୧୮ରୁ ଯୁକ୍ତ ଦୁଇ ପରୀକ୍ଷା, ସଂପୂର୍ଣ୍ଣ କାର୍ଯ୍ୟସୂଚୀ ଜାରି
ଯୁକ୍ତ ଦୁଇ କଳା, ବିଜ୍ଞାନ, ବାଣିଜ୍ୟ, ଧନ୍ଦାମୂଳକ ଓ ପତ୍ରବିନିମୟ ପରୀକ୍ଷା ପାଇଁ କାର୍ଯ୍ୟସୂଚୀ ଜାରି।
Education
ମୁଖ୍ୟମନ୍ତ୍ରୀଙ୍କ ଘୋଷଣା: ଟଙ୍କାଏ ବଢ଼ିଲା ମଧ୍ୟାହ୍ନ ଭୋଜନ ଖର୍ଚ୍ଚ, ଆଦର୍ଶ ସ୍କୁଲରେ ହଷ୍ଟେଲ ମାଗଣା
ଓଡ଼ିଶା ଆଦର୍ଶ ବିଦ୍ୟାଳୟର ହଷ୍ଟେଲରେ ରହୁଥିବା ଛାତ୍ରଛାତ୍ରୀଙ୍କଠୁ ନିଆଯାଉଥିବା ମାସିକ ୨ହଜାର ଟଙ୍କା ଲେଖାଏଁ ଖାଇବା ଖର୍ଚ୍ଚକୁ ସମ୍ପୂର୍ଣ୍ଣ ଛାଡ଼ କରିବାକୁ ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି ।