ପୁରୀ ଜିଲ୍ଲା ସତ୍ୟବାଦୀ ସ୍ଥିତ ଓଡ଼ିଆ ବିଶ୍ୱବିଦ୍ୟାଳୟର ପ୍ରଥମ କୁଳପତି ଭାବେ ପ୍ରଫେସର ସବିତା ପ୍ରଧାନଙ୍କୁ ନିଯୁକ୍ତି ଦେଇଛନ୍ତି କୁଳାଧିପତି ତଥା ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ।
Also Read
ପ୍ରଫେସର ସବିତା ପ୍ରଧାନଙ୍କୁ ୨ ବର୍ଷ ପାଇଁ ଏହି ନିଯୁକ୍ତି ମିଳିଛି। ସେ ଏବେ ଶାନ୍ତିନିକେତନ ସ୍ଥିତ ବିଶ୍ୱ ଭାରତୀ ବିଶ୍ୱବିଦ୍ୟାଳୟରେ ଓଡ଼ିଆ ବିଭାଗର ପ୍ରଫେସର ଅଛନ୍ତି।
୨୦୨୩-୨୪ ଶିକ୍ଷାବର୍ଷରେ ଓଡ଼ିଆ ବିଶ୍ୱ ବିଦ୍ୟାଳୟରେ ସାହିତ୍ୟ, ଭାଷା ବିଜ୍ଞାନ, ଆଦିବାସୀ ଭାଷା ଓ ଐତିହ୍ୟ ବିଷୟରେ ଶିକ୍ଷାଦାନ ଆରମ୍ଭ ହେବ ବୋଲି ପୂର୍ବରୁ ସରକାର ଘୋଷଣା କରିଥିଲେ। ଏହାରି ଭିତରେ ପୁରୀ ଜିଲ୍ଲା ସତ୍ୟବାଦୀରେ ଓଡ଼ିଆ ବିଶ୍ୱବିଦ୍ୟାଳୟ ନିର୍ମାଣ କାର୍ଯ୍ୟ ଜୋରସୋରରେ ଚାଲିଛି। ବର୍ତ୍ତମାନ ସ୍ଥାନୀୟ ଗୋପବନ୍ଧୁ ସ୍ମୃତି ମହାବିଦ୍ୟାଳୟରେ ବିଶ୍ୱବିଦ୍ୟାଳୟର ଅଫିସ ଚାଲିଛି। ଏବେ କୁଳପତିଙ୍କ ନିଯୁକ୍ତି ପରେ ଅନ୍ୟ ପଦବୀ ମାନଙ୍କରେ ମଧ୍ୟ ନିଯୁକ୍ତି କରାଯାଇ ସେପଟେମ୍ବରରୁ ଶିକ୍ଷାଦାନ ଆରମ୍ଭ କରିବାକୁ ଯୋଜନା ରହିଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Education
OSSTET-୨୦୨୪ ପାଇଁ ବିଏସ୍ଇ ୱେବସାଇଟ୍ରେ ଉପଲବ୍ଧ ହେଲା ଆଡ୍ମିଟ୍ କାର୍ଡ
ମୋଟ ୫୦,୫୮୭ ଜଣ ଏହି ପରୀକ୍ଷା ଦେବେ। ସେମାନଙ୍କ ମଧ୍ୟରୁ ୪୭,୨୦୬ ଜଣ ପ୍ରଥମ ପେପର ଓ ୩୩୮୧ ଜଣ ଦ୍ୱିତୀୟ ପେପର ପରୀକ୍ଷା ଦେବେ।
Education
ଧନୁଯାତ୍ରା ପାଇଁ ବରଗଡ଼ରେ ବଦଳିଲା ସ୍କୁଲ, କଲେଜ ସମୟ
ସମ୍ଭାବ୍ୟ ଭିଡ ଏବଂ ଟ୍ରାଫିକ୍ ସମସ୍ୟାକୁ ଦୃଷ୍ଟିରେ ରଖି ବରଗଡ ଜିଲା ଶିକ୍ଷା ବିଭାଗ ଆସନ୍ତା ୬ତାରିଖରୁ ୧୩ ତାରିଖ ପର୍ଯ୍ୟନ୍ତ ମଥୁରାନଗରୀରେ ରହିଥିବା ସମସ୍ତ ଶିକ୍ଷାନୁଷ୍ଠାନଗୁଡ଼ିକରେ ପାଠପଢା ସମୟକୁ ପରିବର୍ତ୍ତନ କରିଛି।
Education
ପ୍ରବଳ ଥଣ୍ଡା, ପରବର୍ତ୍ତୀ ନିର୍ଦ୍ଦେଶ ଯାଏ ସ୍କୁଲ ଛୁଟି
ପ୍ରବଳ ଥଣ୍ଡା ସାଙ୍ଗକୁ ଘନ କୁହୁଡ଼ି ଅନୁଭୂତ ହେଉଛି। ଏହାକୁ ଦୃଷ୍ଟିରେ ରଖି ଜିଲ୍ଲାପାଳ ସ୍କୁଲ ଛୁଟି ଘୋଷଣା କରିଛନ୍ତି।
Education
ହଟିଲା କଟକଣା: ଏଣିକି ଫେଲ୍ ହେଲେ ଫେଲ୍
୫ମ ଓ ୮ମ ଶ୍ରେଣୀରେ ଫେଲ ହେଉଥିବା ପିଲାମାନଙ୍କୁ ଆଉ ଗୋଟିଏ ସୁଯୋଗ ଦିଆଯିବ। ସେମାନେ ୨ ମାସ ମଧ୍ୟରେ ପୁଣି ପରୀକ୍ଷାର ସୁଯୋଗ ପାଇପାରିବେ।
Education
ଓଡ଼ିଶାରେ ଖୋଲିବ ଆଉ ୮ଟି କେନ୍ଦ୍ରୀୟ ବିଦ୍ୟାଳୟ
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଆର୍ଥିକ ବ୍ୟାପାର ସଂକ୍ରାନ୍ତ କ୍ୟାବିନେଟ୍ କମିଟି(ସିସିଇଏ) ବୈଠକରେ ଓଡ଼ିଶାର ୮ଟି ସମେତ ସମଗ୍ର ଦେଶରେ ୮୫ଟି ନୂଆ କେନ୍ଦ୍ରୀୟ ବିଦ୍ୟାଳୟ ସ୍ଥାପନକୁ ମଞ୍ଜୁରୀ ମିଳିଛି । ଏହାସହିତ ଆଉ ୨୮ଟି ନବୋଦୟ ବିଦ୍ୟାଳୟ ପ୍ରତିଷ୍ଠା ପାଇଁ ମଧ୍ୟ ସିସିଇଏ ଅନୁମୋଦନ କରିଛନ୍ତି ।