Advertisment

ଖୋର୍ଦ୍ଧା ଜିଲ୍ଲାରେ ବଦଳିଲା ସକାଳୁଆ ସ୍କୁଲର ସମୟ, ଶୀଘ୍ର ହେବ ଛୁଟି

ସାରା ରାଜ୍ୟରେ ଆଜି ଭୁବନେଶ୍ୱରରେ ସବୁଠୁ ଅଧିକ ଖରା ହୋଇଛି। ଏଠାରେ ଦିନର ସର୍ବୋଚ୍ଚ ତାପମାତ୍ରା ୪୩.୫ ଡିଗ୍ରୀ ସେଲ୍‌ସିୟସ ରେକର୍ଡ କରାଯାଇଛି।

author-image
Jitendra Garnayak
ଅଦ୍ୟତନ ହୋଇଛି
Students

Students

ଖୋର୍ଦ୍ଧା ଜିଲ୍ଲାର ସବୁ ସ୍କୁଲ ସକାଳ ସାଢ଼େ ୬ରୁ ସାଢ଼େ ୧୦ ଯାଏଁ ଚାଲିବ। ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ଖୋର୍ଦ୍ଧା ଜିଲ୍ଲାପାଳ ଏହି ନିର୍ଦ୍ଦେଶ ଜାରି କରିଛନ୍ତି।

Advertisment

ଜିଲ୍ଲାର ସମସ୍ତ ସରକାରୀ, ଘରୋଇ ଓ ଅନୁଦାନପ୍ରାପ୍ତ ସ୍କୁଲ ପାଇଁ ଏହି ନିର୍ଦ୍ଦେଶ ଜାରି କରାଯାଇଛି। ଦ୍ୱାଦଶ ଶ୍ରେଣୀ ଯାଏଁ ସମସ୍ତ ସ୍କୁଲ ସକାଳ ସାଢ଼େ ୬ଟାରୁ ସାଢ଼େ ୧୦ ଯାଏଁ ଚାଲିବ। ସେହିପରି ଜିଲ୍ଲାର ସମସ୍ତ ଅଙ୍ଗନବାଡ଼ିଗୁଡ଼ିକୁ ମଧ୍ୟ ସକାଳ ସାଢ଼େ ୬ଟାରୁ ସାଢ଼େ ୧୦ଟା ମଧ୍ୟରେ ଖୋଲିବାକୁ କୁହାଯାଇଛି। ପରବର୍ତ୍ତୀ ନିର୍ଦ୍ଦେଶ ପର୍ଯ୍ୟନ୍ତ ଏହି ନିର୍ଦ୍ଦେଶକୁ କାର୍ଯ୍ୟକାରୀ କରିବାକୁ କୁହାଯାଇଛି।

ସାରା ରାଜ୍ୟରେ ଆଜି ଭୁବନେଶ୍ୱରରେ ସବୁଠୁ ଅଧିକ ଖରା ହୋଇଛି। ଏଠାରେ ଦିନର ସର୍ବୋଚ୍ଚ ତାପମାତ୍ରା ୪୩.୫ ଡିଗ୍ରୀ ସେଲ୍‌ସିୟସ ରେକର୍ଡ କରାଯାଇଛି। ସେହିପରି ଅନୁଗୋଳ, ଝାରସୁଗୁଡ଼ା, ତାଳଚେର, ଟିଟିଲାଗଡ଼, ମାଲକାନଗିରି, ନୟାଗଡ଼, ବୌଦ୍ଧ ଓ ପାରଳାଖେମୁଣ୍ଡିରେ ଆଜି ତାପମାତ୍ରା ୪୨ ଡିଗ୍ରୀ ବା ଏହା ଉପରେ ରେକର୍ଡ କରାଯାଇଛି।

Advertisment

ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ କରାଯାଇଥିବା ଆକଳନ ଅନୁଯାୟୀ, ଆସନ୍ତା ଦୁଇ ଦିନ ରାଜ୍ୟର କିଛି ସ୍ଥାନରେ ଦିନର ସର୍ବୋଚ୍ଚ ତାପମାତ୍ରାରେ ୨ରୁ ୩ ଡିଗ୍ରୀ ସେଲ୍‌ସିୟସ ବଢ଼ିପାରେ। ତା’ ପରବର୍ତ୍ତୀ ୩ ଦିନ ତାପମାତ୍ରା ୨ରୁ ୪ ଡିଗ୍ରୀ ହ୍ରାସ ପାଇବାର ସମ୍ଭାବନା ରହିଛି।

ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଏପ୍ରିଲ ୨ରୁ ସ୍କୁଲଗୁଡ଼ିକୁ ସକାଳୁଆ ଘୋଷଣା କରିଥିଲେ। ସକାଳ ୭ଟାରୁ ଦିନ ସାଢ଼େ ୧୧ଟା ପର୍ଯ୍ୟନ୍ତ କ୍ଲାସ କରିବାକୁ ରାଜ୍ୟ ସରକାରଙ୍କ ତରଫରୁ ନିର୍ଦ୍ଦେଶ ଜାରି କରାଯାଇଥିଲା।

Heat Wave School