Advertisment

ଘରୋଇ ତଥା ଅଣ ଅନୁଦାନପ୍ରାପ୍ତ ଓଡ଼ିଆ ମାଧ୍ୟମ ବିଦ୍ୟାଳୟର ପିଲାମାନଙ୍କୁ ମିଳିବ ମାଗଣା ପାଠ୍ୟପୁସ୍ତକ

ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ଛାତ୍ରଛାତ୍ରୀମାନଙ୍କୁ ରାଜ୍ୟ ସରକାର ଯୋଗାଇ ଦେବେ ମାଗଣା ପାଠ୍ୟପୁସ୍ତକ।

Lokaseva Bhaban

Lokaseva Bhaban

Advertisment

ରାଜ୍ୟର ଘରୋଇ ତଥା ଅଣ ଅନୁଦାନପ୍ରାପ୍ତ ଓଡ଼ିଆ ମାଧ୍ୟମ ବିଦ୍ୟାଳୟର ଛାତ୍ରଛାତ୍ରୀଙ୍କୁ ସରକାରୀ ବିଦ୍ୟାଳୟର ଛାତ୍ରଛାତ୍ରୀମାନଙ୍କ ଭଳି ମାଗଣା ପାଠ୍ୟପୁସ୍ତକ ଯୋଗାଇଦେବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିର୍ଦ୍ଦେଶ ଦେଇଛନ୍ତି। 5T ଉପକ୍ରମରେ ଏହି ଯୋଜନା ହାତକୁ ନିଆଯାଇଛି।

Advertisment

ଆଗାମୀ ଶିକ୍ଷାବର୍ଷ ଅର୍ଥାତ୍ ୨୦୨୪-୨୫ ବର୍ଷରୁ ଏହି ଯୋଜନା କାର୍ଯ୍ୟକାରୀ କରାଯିବ। ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ଛାତ୍ରଛାତ୍ରୀମାନଙ୍କୁ ରାଜ୍ୟ ସରକାର ଯୋଗାଇ ଦେବେ ମାଗଣା ପାଠ୍ୟପୁସ୍ତକ। ଏହା ଦ୍ୱାରା ରାଜ୍ୟର ୩୬୨୦ଟି ଘରୋଇ ତଥା ଅଣ ଅନୁଦାନ ପ୍ରାପ୍ତ ବିଦ୍ୟାଳୟର ୫ ଲକ୍ଷରୁ ଅଧିକ ଛାତ୍ରଛାତ୍ରୀ ଉପକୃତ ହେବେ। ଏଥିପାଇଁ ରାଜ୍ୟ ସରକାର ବାର୍ଷିକ ୯ କୋଟି ୪୩ ଲକ୍ଷ ଟଙ୍କା ଖର୍ଚ୍ଚ କରିବେ।

ସୂଚନାଯୋଗ୍ୟ, ଘରୋଇ ଓଡ଼ିଆ ମାଧ୍ୟମ ବିଦ୍ୟାଳୟମାନଙ୍କରେ ପାଠ ପଢୁଥିବା ପିଲାମାନେ ବାର୍ଷିକ ହାଇସ୍କୁଲ ସାର୍ଟିଫିକେଟ ପରୀକ୍ଷାରେ ଉତ୍ତମ ପ୍ରଦର୍ଶନ କରିବା ସହିତ ବିଭିନ୍ନ କ୍ଷେତ୍ରରେ ସେମାନଙ୍କର ଦକ୍ଷତା ମଧ୍ୟ ପ୍ରତିପାଦନ କରିଆସୁଛନ୍ତି। ରାଜ୍ୟ ସରକାର ରାଜ୍ୟର ସମସ୍ତ ସରକାରୀ ବିଦ୍ୟାଳୟର ଛାତ୍ରଛାତ୍ରୀଙ୍କୁ ମାଗଣା ପାଠ୍ୟପୁସ୍ତକ ଯୋଗାଇବା ସହ ପଶ୍ଚିମବଙ୍ଗ, ଝାଡ଼ଖଣ୍ଡ, ଆନ୍ଧ୍ରପ୍ରଦେଶ ଓ ଗୁଜରାଟ ଆଦି ରାଜ୍ୟମାନଙ୍କରେ ଥିବା ଓଡ଼ିଆ ପିଲାମାନଙ୍କୁ ମାଗଣାରେ ପାଠ୍ୟପୁସ୍ତକ ଯୋଗାଇଆସୁଛନ୍ତି।

Advertisment
Odisha Schools Private Schools
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe