Advertisment

୨୫ରୁ ଖରା ଛୁଟି

୨୨ରୁ ୨୪ ତାରିଖ ଯାଏଁ ସକାଳ ୬ଟା ୩୦ରୁ ୧୦ଟା ୩୦ ପାଠପଢ଼ା।

author-image
Jitendra Garnayak
ଅଦ୍ୟତନ ହୋଇଛି
Girl Students

Girl Students

ଚଳିତ ଏପ୍ରିଲ ୨୫ ତାରିଖରୁ ଗ୍ରୀଷ୍ମ ଛୁଟି ଘୋଷଣା କରିଛନ୍ତି ରାଜ୍ୟ ସରକାର। ଆସନ୍ତାକାଲିଠାରୁ ଅର୍ଥାତ୍ ଏପ୍ରିଲ ୨୨ରୁ ୨୪ ତାରିଖ ପର୍ଯ୍ୟନ୍ତ ସମସ୍ତ ସରକାରୀ, ସରକାରୀ ଅନୁଦାନପ୍ରାପ୍ତ ଓ ବେସରକାରୀ ବିଦ୍ୟାଳୟଗୁଡ଼ିକ ଚାଲିବ। ସକାଳ ସାଢ଼େ ୬ଟାରୁ ସାଢ଼େ ୧୦ଟା ପର୍ଯ୍ୟନ୍ତ ସ୍କୁଲ୍ ଗୁଡ଼ିକ ଖୋଲା ରହିବ ବୋଲି ସରକାର ନିର୍ଦ୍ଦେଶ ଦେଇଛନ୍ତି। ସମ୍ଭାବ୍ୟ ଗ୍ରୀଷ୍ମ ପ୍ରବାହ ଓ ପାଣିପାଗ ବିଭାଗର ସୂଚନାକୁ ଦୃଷ୍ଟିରେ ରଖି ସରକାର ଏହି ନିଷ୍ପତ୍ତି ନେଇଛନ୍ତି।

Advertisment

ଗ୍ରୀଷ୍ମ ଛୁଟି ସମୟରେ ସରକାରୀ ଓ ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟରେ ଛାତ୍ରଛାତ୍ରୀ, ଶିକ୍ଷକଶିକ୍ଷୟିତ୍ରୀମାନଙ୍କ ପାଇଁ ଶିକ୍ଷା ତଥା ଶୈକ୍ଷିକ କାର୍ଯ୍ୟକ୍ରମ ନିମନ୍ତେ ରାଜ୍ୟ ପ୍ରାଥମିକ ଶିକ୍ଷା ନିର୍ଦ୍ଦେଶକ, ରାଜ୍ୟ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶକ ଓ ଉଚ୍ଚ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶକଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ବିଦ୍ୟାଳୟ ପରିଚାଳନା କରାଯିବ ବୋଲି ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଜାରି କରାଯାଇଥିବା ପ୍ରେସ୍ ରିଲିଜ୍‌ରେ ଉଲ୍ଲେଖ କରାଯାଇଛି।

ରାଜ୍ୟରେ ସପ୍ତାହେ ହେଲାଣି ପ୍ରବଳ ଗ୍ରୀଷ୍ମ ପ୍ରବାହ ହେଉଛି। ଏହାକୁ ଦୃଷ୍ଟିରେ ରଖି ଗତ ୧୮ ତାରିଖରୁ ୨୦ ତାରିଖ ପର୍ଯ୍ୟନ୍ତ ୩ ଦିନ ପାଇଁ ସମସ୍ତ ସ୍କୁଲ୍‌ଗୁଡ଼ିକୁ ରାଜ୍ୟ ସରକାର ଛୁଟି ଘୋଷଣା କରିଥିଲେ। ଆଜିଠାରୁ ୨୪ ତାରିଖ ଯାଏଁ ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ହେବ। ତେଣୁ ପାଗ ଟିକେ ଭଲ ରହିପାରେ। କିନ୍ତୁ ୨୫ ତାରିଖରୁ ପୁଣି ଖରାର ପ୍ରକୋପ ଅନୁଭୂତ ହୋଇପାରେ। ଏପ୍ରିଲ ୨୬ରୁ ମେ’ ୨ ପର୍ଯ୍ୟନ୍ତ ପୁଣି ଗ୍ରୀଷ୍ମ ପ୍ରବାହ ଅନୁଭୂତ ହେବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ଏହାକୁ ଦୃଷ୍ଟିରେ ରଖି ସରକାର ଆଜି ସ୍କୁଲ ଗୁଡ଼ିକୁ ଖରା ଛୁଟି ଘୋଷଣା କରିଛନ୍ତି। 

Advertisment

Summer Vacation