ଆଜିଠାରୁ ୧ ଲକ୍ଷ ୩୦ହଜାର ପ୍ରାଥମିକ ଶିକ୍ଷକ ଯିବେ ସାମୁହିକ ଛୁଟିରେ। ରାଜ୍ୟର ୩୧୪ ବ୍ଲକ୍ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ଆଗରେ ଧାରଣା ଦେବେ ଶିକ୍ଷକ ଶିକ୍ଷୟିତ୍ରୀ।
ଠିକା ବ୍ୟବସ୍ଥା ଉଚ୍ଛେଦ, କେନ୍ଦ୍ରୀୟ ହାରରେ ବେତନ ଓ ପୁରୁଣା ପେନସନ ବ୍ୟବସ୍ଥା ଲାଗୁ ଭଳି ତିନି ଦଫା ଦାବିରେ କାର୍ଯ୍ୟ ବନ୍ଦ ଆନ୍ଦୋଳନ କରିବେ ପ୍ରାଥମିକ ଶିକ୍ଷକ। କାର୍ଯ୍ୟବନ୍ଦ ଆନ୍ଦୋଳନ ପାଇଁ ରାଜ୍ୟର ପ୍ରାୟ ୫୬ ହଜାର ସ୍କୁଲରେ ପାଠ ପଢା ଠପ୍ ହୋଇପାରେ।
Also Read
ପୂର୍ବରୁ ସଙ୍ଘ ପକ୍ଷରୁ ଦାବି ପୂରଣ ନେଇ ବାରମ୍ବାର ଆନ୍ଦୋଳନ ହୋଇଥିଲେ ସୁଦ୍ଧା ସରକାର ଦାବି ପୂରଣ ନେଇ କୌଣସି ପଦକ୍ଷେପ ନେଲେନାହିଁ। ସରକାର ବାରମ୍ବାର ବାରମ୍ବାର ପ୍ରତିଶ୍ରୁତି ଦେଇ ମଧ୍ୟ ପୂରଣ କଲେ ନାହିଁ। ଏଥିପାଇଁ ବିଭିନ୍ନ ପ୍ରାଥମିକ ଶିକ୍ଷକ ସଂଘଗୁଡ଼ିକ ମିଳିତ ଭାବେ ଅନିର୍ଦ୍ଦିଷ୍ଟକାଳ ପାଇଁ କାର୍ଯ୍ୟ ବନ୍ଦ ଆନ୍ଦୋଳନ ଡାକରା ଦେଇଛନ୍ତି। ଏହାଦ୍ୱାରା ପିଲାମାନଙ୍କ ପାଠପଢ଼ା ପ୍ରଭାବିତ ହୋଇପାରେ। ତେବେ ସରକାର ଏ ଦିଗରେ କ’ଣ ପଦକ୍ଷେପ ନେଉଛନ୍ତି ତାହା ଏବେ ଚର୍ଚ୍ଚାର ବିଷୟ ପାଲଟିଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Education
OSSTET-୨୦୨୪ ପାଇଁ ବିଏସ୍ଇ ୱେବସାଇଟ୍ରେ ଉପଲବ୍ଧ ହେଲା ଆଡ୍ମିଟ୍ କାର୍ଡ
ମୋଟ ୫୦,୫୮୭ ଜଣ ଏହି ପରୀକ୍ଷା ଦେବେ। ସେମାନଙ୍କ ମଧ୍ୟରୁ ୪୭,୨୦୬ ଜଣ ପ୍ରଥମ ପେପର ଓ ୩୩୮୧ ଜଣ ଦ୍ୱିତୀୟ ପେପର ପରୀକ୍ଷା ଦେବେ।
Education
ଧନୁଯାତ୍ରା ପାଇଁ ବରଗଡ଼ରେ ବଦଳିଲା ସ୍କୁଲ, କଲେଜ ସମୟ
ସମ୍ଭାବ୍ୟ ଭିଡ ଏବଂ ଟ୍ରାଫିକ୍ ସମସ୍ୟାକୁ ଦୃଷ୍ଟିରେ ରଖି ବରଗଡ ଜିଲା ଶିକ୍ଷା ବିଭାଗ ଆସନ୍ତା ୬ତାରିଖରୁ ୧୩ ତାରିଖ ପର୍ଯ୍ୟନ୍ତ ମଥୁରାନଗରୀରେ ରହିଥିବା ସମସ୍ତ ଶିକ୍ଷାନୁଷ୍ଠାନଗୁଡ଼ିକରେ ପାଠପଢା ସମୟକୁ ପରିବର୍ତ୍ତନ କରିଛି।
Education
ପ୍ରବଳ ଥଣ୍ଡା, ପରବର୍ତ୍ତୀ ନିର୍ଦ୍ଦେଶ ଯାଏ ସ୍କୁଲ ଛୁଟି
ପ୍ରବଳ ଥଣ୍ଡା ସାଙ୍ଗକୁ ଘନ କୁହୁଡ଼ି ଅନୁଭୂତ ହେଉଛି। ଏହାକୁ ଦୃଷ୍ଟିରେ ରଖି ଜିଲ୍ଲାପାଳ ସ୍କୁଲ ଛୁଟି ଘୋଷଣା କରିଛନ୍ତି।
Education
ହଟିଲା କଟକଣା: ଏଣିକି ଫେଲ୍ ହେଲେ ଫେଲ୍
୫ମ ଓ ୮ମ ଶ୍ରେଣୀରେ ଫେଲ ହେଉଥିବା ପିଲାମାନଙ୍କୁ ଆଉ ଗୋଟିଏ ସୁଯୋଗ ଦିଆଯିବ। ସେମାନେ ୨ ମାସ ମଧ୍ୟରେ ପୁଣି ପରୀକ୍ଷାର ସୁଯୋଗ ପାଇପାରିବେ।
Education
ଓଡ଼ିଶାରେ ଖୋଲିବ ଆଉ ୮ଟି କେନ୍ଦ୍ରୀୟ ବିଦ୍ୟାଳୟ
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଆର୍ଥିକ ବ୍ୟାପାର ସଂକ୍ରାନ୍ତ କ୍ୟାବିନେଟ୍ କମିଟି(ସିସିଇଏ) ବୈଠକରେ ଓଡ଼ିଶାର ୮ଟି ସମେତ ସମଗ୍ର ଦେଶରେ ୮୫ଟି ନୂଆ କେନ୍ଦ୍ରୀୟ ବିଦ୍ୟାଳୟ ସ୍ଥାପନକୁ ମଞ୍ଜୁରୀ ମିଳିଛି । ଏହାସହିତ ଆଉ ୨୮ଟି ନବୋଦୟ ବିଦ୍ୟାଳୟ ପ୍ରତିଷ୍ଠା ପାଇଁ ମଧ୍ୟ ସିସିଇଏ ଅନୁମୋଦନ କରିଛନ୍ତି ।