ମୁମ୍ୱାଇ: ମା’ ହେଲେ ବଲିଉଡ ଅଭିନେତ୍ରୀ ଅମୃତା ରାଓ । ଗତକାଲି ସେ ଏକ ପୁତ୍ର ସନ୍ତାନ ଜନ୍ମ ଦେଇଛନ୍ତି। ଅମୃତାଙ୍କ ସମ୍ପର୍କୀୟ କହିଛନ୍ତି ଏବେ ଉଭୟ ଅମୃତା ଓ ତାଙ୍କ ନବଜାତ ପୁଅ ସୁସ୍ଥ ଅଛନ୍ତି। ସମସ୍ତଙ୍କ ଶୁଭେଚ୍ଛା ଏବଂ ଆଶୀର୍ବାଦ ପାଇଁ ଧନ୍ୟବାଦ ଦେଇଛନ୍ତି ଅମୃତା ଏବଂ ତାଙ୍କ ସ୍ୱାମୀ ରେଡିଓ ଜୋକି ଅନମୋଲ୍।
ବଲିଉଡର ସୁପରହିଟ୍ ଫିଲ୍ମ ‘ବିବାହ’ର ହିରୋଇନ୍ ଅମ୍ରିତା ୨୦୧୬ ମସିହାରେ ଅନମୋଲଙ୍କୁ ବିବାହ କରିଥିଲେ। ପାଖାପାଖି ୭ ବର୍ଷ ଧରି ପ୍ରେମ ସମ୍ପର୍କ ଚାଲିବା ପରେ ଶେଷରେ ୨୦୧୬ରେ ଉଭୟ ପରସ୍ପରକୁ ଜୀବନସାଥୀ କରି ନେଇଥିଲେ । ଗର୍ଭବତୀ ଥିବା ନେଇ ଅମୃତା ଗତ ମାସ ସୋଶାଲ ମିଡିଆରେ ଫ୍ୟାନ୍ସଙ୍କୁ ଜଣାଇଥିଲେ।
ବଲିଉଡ ଫିଲ୍ମ ‘ମେଁ ହୁଁ ନା’, ‘ବିବାହ’ ଆଦି ଫିଲ୍ମ ପାଇଁ ସେ ଖୁବ୍ ଲୋକପ୍ରିୟ ହୋଇଥିଲେ। ବିବାହ ଫିଲ୍ମ ପାଇଁ ସେ ଦାଦାସାହେବ ଫାଲକେ ଆଓ୍ୱାର୍ଡ ପାଇଥିଲେ। ଅନ୍ତିମ ଥର ପାଇଁ ୨୦୧୯ରେ ‘ଠାକରେ’ ସିନେମାରେ ତାଙ୍କୁ ଦେଖିବାକୁ ମିଳିଥିଲା।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Tollywood
'ଛୁପାନା ଭି ନେହିଁ ଆତା, ଜତାନା ଭି ନେହିଁ ଆତା...' ରଶ୍ମୀକା-ବିଜୟଙ୍କ ଡେଟିଂ ଫଟୋ ଭାଇରାଲ୍
ଉଭୟ ଡେଟିଂ ଚର୍ଚ୍ଚାକୁ ଖଣ୍ଡନ କରି ଆସୁଥିଲେ ମଧ୍ୟ ସେମାନଙ୍କର କିଛି ଫଟୋ ସେଶାଲ ମିଡିଆରେ ଭାଇରାଲ୍ ହେଉଛି।
Bollywood
ରାଗିଗଲେ ଏଆର୍ ରହମାନ, ନୋଟିସ୍ ପଠାଇଲେ, ଚେତାବନୀ ଦେଲେ
ଦୀର୍ଘ ୨୯ ବର୍ଷର ବିବାହ ପରେ ଏଆର୍ ରହମାନ ନିଜ ପତ୍ନୀ ସାଇରା ବାନୁଙ୍କ ଠାରୁ ଅଲଗା ହୋଇଛନ୍ତି। ଦୁହିଁଙ୍କ ଛାଡପତ୍ରକୁ ନେଇ ଅନେକ ପ୍ରକାରର ଖବର ସୋଶାଲ ମିଡିଆରେ ଭାଇରାଲ ହେବାରେ ଲାଗିଛି।
Entertainment
ଫିଲ୍ମ ନିର୍ଦ୍ଦେଶକ ବବି ଇସଲାମଙ୍କୁ ହତ୍ୟା ଧମକ, କାହିଁକି କହିଲେ ମନୋଜ ଓ ତାଙ୍କ ଟିମ୍ ଦାୟୀ ରହିବେ
ଯଦି ତାଙ୍କର କିଛି କ୍ଷତି ହେଲା, ତା’ହେଲେ ମନୋଜ ମିଶ୍ର ଓ ତାଙ୍କ ଟିମ୍ ଦାୟୀ ରହିବେ ବୋଲି କାହିଁକି କହିଲେ ବବି?
Bollywood
ଭୋଟ ଦେଉଛି ବଲିଉଡ; ସବୁଠୁ ଆଗରେ ଖିଲାଡ଼ି କୁମାର
ବଲିଉଡର ଖିଲାଡି କୁମାର ଭୋଟ ଦେବାରେ ଆଗୁଆ ରହିଛନ୍ତି। ଆଜି ସକାଳୁ ସକାଳୁ ସେ ଜୁହୁ ବୁଥ୍ରେ ପହଞ୍ଚି ସେଠାରେ ଭୋଟ ଦେଇଛନ୍ତି।
Bollywood
ନିକାର ୨୯ ବର୍ଷ ପରେ ଏଆର ରହମାନଙ୍କ ଠାରୁ ଅଲଗା ହେଲେ ସାଇରା
ସାଇରାଙ୍କ କହିବା କଥା ଯେ ରହମାନଙ୍କ ସହ ତାଙ୍କ ସମ୍ପର୍କ ଯୋଗୁ ସେ ଅନେକ କଷ୍ଟ ସହ୍ୟ କରି ଆସୁଥିଲେ। ଏହାକୁ ସମ୍ଭାଳିବା ଆଉ ତାଙ୍କ ପକ୍ଷେ ସମ୍ଭବ ହେଉନାହିଁ।