Advertisment

ବର୍ଷାଙ୍କ ସହ ମୋର ହୋଇଛି ବିବାହ ବିଚ୍ଛେଦ; X ରେ ସୂଚନା ଦେଲେ ଅନୁଭବ!

‘୧୦ ବର୍ଷ ଧରି ମିଛ ବିବାହ ବନ୍ଧନରେ ଥିଲି, ହୃଦୟହୀନ ସମ୍ପର୍କ ଓ କଷ୍ଟଦାୟକ ବର୍ଷ ଥିଲା ବୋଲି X ରେ ସୂଚନା ଦେଇଛନ୍ତି।

ଅଦ୍ୟତନ ହୋଇଛି
Anubhav and Varsha

Anubhav and Varsha

Advertisment

ସାଂସଦ ଅନୁଭବ ମହାନ୍ତି ଓ ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶନୀଙ୍କ ବିବାହ ବିଚ୍ଛେଦ ମାମଲାରେ ବଡ଼ ଖବର ସାମ୍ନାକୁ ଆସିଛି। ଅନୁଭବ ଗତକାଲି ରାତିରେ ସୋସିଆଲ୍ ମିଡିଆ ସାଇଟ୍ X ରେ ନିଜ ବିବାହ ବିଚ୍ଛେଦ ସମ୍ପର୍କରେ ସୂଚନା ଦେଇଛନ୍ତି। ଖୋଦ୍ ଅନୁଭବ ଲେଖିଛନ୍ତି, ତାଙ୍କ ବିବାହର ଦଶ ବର୍ଷ ପୂର୍ତ୍ତି ପୂର୍ବରୁ ତାଙ୍କ ଛାଡ଼ପତ୍ର ହୋଇଛି। ଏନେଇ ଏକ କୋର୍ଟ ନିର୍ଦ୍ଦେଶର ଫଟୋ କପିକୁ ବି ସେ ଏଥିରେ ଆଟାଚ୍ କରିଛନ୍ତି।

Advertisment

ସେ X ରେ ଲେଖିଛନ୍ତି ଯେ, ଗତ ୧୦ ବର୍ଷ ଧରି ମୁଁ ମିଛ ବିବାହ ବନ୍ଧନରେ ଥିଲି। ହୃଦୟହୀନ ସମ୍ପର୍କ ଏବଂ କଷ୍ଟଦାୟକ ବର୍ଷ ଏସବୁ ଥିଲା। ଏବେ ଖୁସି ପାଇଁ ପ୍ରାର୍ଥନା କରନ୍ତୁ ବୋଲି ଅନୁଭବ X ରେ ଲେଖିଛନ୍ତି।

ଆଜି ଅର୍ଥାତ ୮ ଫେବ୍ରୁଆରୀରେ ଅନୁଭବ ଓ ବର୍ଷାଙ୍କ ବିବାହର ୧୦ ବର୍ଷ ପୂର୍ତ୍ତି ହେଉଥିଲା। କିନ୍ତୁ ଏହାର ଠିକ୍ ଗୋଟିଏ ଦିନ ପୂର୍ବରୁ ବିବାହ ବିଚ୍ଛେଦ ସମ୍ପର୍କରେ ସୂଚନା ଦେଇଛନ୍ତି ଅନୁଭବ।

Advertisment

ତେବେ ଏହି ଘଟଣାରେ ବର୍ଷାଙ୍କ କୌଣସି ପ୍ରତିକ୍ରିୟା ମିଳିପାରିନି। ଗତ କିଛି ବର୍ଷ ଧରି ଉଭୟଙ୍କ ବିବାହ ବିଚ୍ଛେଦ ମାମଲା ବେଶ୍ ଚର୍ଚ୍ଚାରେ ରହିଛି। ହାଇକୋର୍ଟ ମଧ୍ୟ ବିବାହ ବିଚ୍ଛେଦ ପାଇଁ ଅନୁମତି ଦେଇଥିଲେ। ଅନୁଭବଙ୍କ ଆବେଦନ ଆଧାରରେ ହାଇକୋର୍ଟ ଏହି ନିର୍ଦ୍ଦେଶ ଦେଇଥିଲେ। ଏହା ସହିତ ପରିବାର ଅଦାଲତଙ୍କ ରାୟକୁ ମଧ୍ୟ ହାଇକୋର୍ଟଙ୍କ ଖାରଜ କରିଥିଲେ।

Barsha Priyadarshini Anubhav Mohanty
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe