ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ସିଲଭର୍ ସ୍କ୍ରିନ୍ରେ ରିଲିଜ୍ ହୋଇଛି ଓଡ଼ିଆ ଫିଲ୍ମ ‘ବାବୁ ଭାଇଜାନ୍’। ଫିଲ୍ମରେ ମୁଖ୍ୟ ଭୂମିକାରେ ଅଭିନୟ ଅଛନ୍ତି ଅରିନ୍ଦମ ଏବଂ ଶିବାନୀ।
ଫିଲ୍ମର କାହାଣୀଟି ଏକ ସତ୍ୟ ଘଟଣାକୁ ନେଇ ଆଧାରିତ। ଅବଦୁଲ ଅମିନ୍ ଖାନ ଓରଫ୍ ବାବୁ ଭାଇଜାନ୍ ନାମକ ଜଣେ ଯୁବକଙ୍କ ସଂଘର୍ଷର କାହାଣୀକୁ ନେଇ ଫିଲ୍ମଟି ତିଆରି ହୋଇଛି। ଜଣେ ସାଧାରଣ ଦର୍ଜିରୁ କିଭଳି ଅନ୍ତର୍ଜାତୀୟ ସ୍ତରରେ ନିଜର ବ୍ୟବସାୟ ବିସ୍ତାର କରିଛନ୍ତି ତାକୁ ନେଇ କାହାଣୀଟି ନିର୍ମାଣ କରାଯାଇଛି।
ସିନେମାରେ ବାବୁ ଭାଇଜନ୍ଙ୍କ ଚରିତ୍ରରେ ଅରିନ୍ଦମ୍ ଓ ତାଙ୍କ ବନ୍ଧୁ ଚରିତ୍ରରେ ଅଭିନୟ କରିଛନ୍ତି ବବି ମିଶ୍ର। ଯିଏକି ସିନେମାରେ ବାବୁ ଭାଇଜାନ୍ଙ୍କ ସୁଖ ଦୁଃଖରେ ସାଥ୍ ଦେଉଥିବା ଦେଖିବାକୁ ମିଳିଛି। ମିହିର ଦାସ, ଶ୍ରୀତମ, ବିଦୁସ୍ମିତା, ପ୍ରଦ୍ୟୁମ୍ନ ଲେଙ୍କା, ସମରେଶଙ୍କ ଭଳି ଷ୍ଟାର୍ ମଧ୍ୟ ଏହି ଫିଲ୍ମରେ ଅଭିନୟ କରିଥିବା ନଜର ଆସିଛନ୍ତି। ଫିଲ୍ମର ନିର୍ଦ୍ଦେଶକ ହେଉଛନ୍ତି ତାପସ ସରଘରିଆ ଓ ସଙ୍ଗୀତ ନିର୍ଦ୍ଦେଶନା ଦେଇଛନ୍ତି ମଳୟ ମିଶ୍ର।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Bollywood
ଓସ୍କାର ରେସ୍ରୁ ଆଉଟ ହେଲା 'ଲାପତା ଲେଡିଜ୍'
କିରଣ ରାଓଙ୍କ ନିର୍ଦ୍ଦେଶିତ ଏହି ଫିଲ୍ମ ୯୭ତମ ଏକାଡେମୀ ପୁରସ୍କାରରେ ଭାରତର ପ୍ରତିନିଧିତ୍ୱ କରିବାକୁ ମନୋନୀତ ହୋଇଥିଲା। ମାତ୍ର ଏବେ ଏହା ଓସ୍କାର ରେସ୍ରୁ ବାହାରି ଯାଇଥିବା ବେଳେ ଭାରତୀୟ ସିନେ ପ୍ରେମୀଙ୍କୁ ଲାଗିଛି ଶକ୍ତ ଝଟକା।
Entertainment
ଦଳାଚକଟାରେ ଗୁରୁତର ନାବାଳକଙ୍କୁ ଭେଟିବାକୁ ଚାହିଁଲେ ଅଲ୍ଲୁ ଅର୍ଜୁନ, କହିଲେ...
ପୁଷ୍ପା-୨ ଫିଲ୍ମର ସ୍କ୍ରିନିଂ ଅବସରରେ ହାଇଦ୍ରାବାଦର ସନ୍ଧ୍ୟା ଥିଏଟରରେ ଦଳଚକଟାରେ ୩୯ ବର୍ଷୀୟା ମହିଳା ଅଣନିଃଶ୍ୱାସୀ ହୋଇ ମୃତ୍ୟୁ ଘଟିଥିଲା। ତାଙ୍କର ଆଠ ବର୍ଷର ପୁଅ ମଧ୍ୟ ଗୁରୁତର ହୋଇପଡ଼ିଥିଲେ।
Entertainment
ଶୀତୁଆ ରାତିରେ ତାତି ବଢ଼ାଇଲେ ନିଶା; ମଞ୍ଚରେ କଲେ ତତଲା ଡ୍ୟାନ୍ସ
ମହୁଲଟିକ୍ରା ପଡିଆରେ ଖେଳୁଥିଲା ଗୌରୀ ଗଣନାଟ୍ୟ। ପ୍ରଥମ ତିନି ରାତି ଜବରଦସ୍ତ ନାଟକ ପରିବେଷଣ କରାଯାଇଲା। ଯାତ୍ରା ପ୍ରେମୀଙ୍କର ଖଚାଖଚ୍ ଭିଡ ଜମିଥିଲା।
National
ଅଲ୍ଲୁ ଅର୍ଜୁନଙ୍କୁ ମିଳିଲା ଅନ୍ତରୀଣ ଜାମିନ
ତଳ କୋର୍ଟ ଅଲ୍ଲୁ ଅର୍ଜୁନଙ୍କୁ ୧୪ ଦିନ ପାଇଁ ବିଚାର ବିଭାଗୀୟ ହାଜତକୁ ପଠାଇ ଦେଇଥିବା ବେଳେ ହାଇକୋର୍ଟ ଦେଇଛନ୍ତି ବଡ଼ ଆଶ୍ୱସ୍ତି।
National
ଅଲ୍ଲୁଙ୍କୁ ଗିରଫ କରିବା ପାଇଁ ବେଡ୍ ରୁମ୍ ପର୍ଯ୍ୟନ୍ତ ପଳାଇଥିଲା ପୁଲିସ, ପୋଷାକ ବଦଳାଇବାକୁ ଦେଇ ନଥିଲା ସମୟ
ନାମପଲ୍ଲୀ କୋର୍ଟ ତେଲୁଗୁ ସୁପରଷ୍ଟାର ଅଲ୍ଲୁ ଅର୍ଜୁନଙ୍କୁ ୧୪ ଦିନ ପାଇଁ ବିଚାର ବିଭାଗୀୟ ହାଜତକୁ ପଠାଇ ଦେଇଛି।