ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଦଶହରାରେ ରିଲିଜ୍ ହେବ ବାବୁସାନ୍ଙ୍କ ଆଉ ଏକ ଫିଲ୍ମ। ତରଙ୍ଗ ସିନେ ପ୍ରଡକ୍ସନ୍ସ ଦ୍ୱାରା ନିର୍ମାଣ ହେଉଥିବା ଏହି ଫିଲ୍ମର ନାଁ ‘ମିଷ୍ଟର ମଜନୁ’। ଫିଲ୍ମର ମହୁରତ ହୋଇଯାଇଛି। ଫିଲ୍ମରେ ମୁଖ୍ୟ ଭୂମିକାରେ ଅଭିନୟ କରୁଛନ୍ତି ବାବୁସାନ୍। ଆଉ ଏଥିରେ ତାଙ୍କ ବିପକ୍ଷରେ ୩ ଜଣ ହିରୋଇନ୍ ଅଛନ୍ତି। ସେମାନେ ହେଉଛନ୍ତି- ସୁର୍ଯ୍ୟମୟୀ, ଦିବ୍ୟା ଓ ଶୀତଲ।
ଫିଲ୍ମର ନିର୍ଦ୍ଦେଶନା ଭାର ସମ୍ଭାଳିଛନ୍ତି ଅଶୋକ ପତି। ଫିଲ୍ମଟି ଦଶହରାରେ ରିଲିଜ୍ ହେବ ବୋଲି ସୂଚନା ମିଳିଛି।
ଏହି ଫିଲ୍ମରେ ମାଧ୍ୟମରେ ବହୁତ ଦିନ ପରେ ଶୀତଲ୍ କମ୍ବ୍ୟାକ୍ କରୁଛନ୍ତି। ପୂର୍ବରୁ ବାବୁସାନ୍, ଶୀତଲ୍ ଏବଂ ସୂର୍ଯ୍ୟମୟୀଙ୍କୁ ଫିଲ୍ମ ‘ଭଲ ପାଏ ତତେ ଶହେରୁ ଶହେ’ରେ ଦେଖିବାକୁ ମିଳିଥିଲା। ସେହିଭଳି ଦିବ୍ୟା ତାଙ୍କ ଡେବ୍ୟୁ ଫିଲ୍ମ ’ସୁନ୍ଦରଗଡର ସଲମାନ୍ ଖାନ୍’ରେ ବାବୁସାନ୍ଙ୍କ ସହ ଅଭିନୟ କରିଥିଲେ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Bollywood
ଓସ୍କାର ରେସ୍ରୁ ଆଉଟ ହେଲା 'ଲାପତା ଲେଡିଜ୍'
କିରଣ ରାଓଙ୍କ ନିର୍ଦ୍ଦେଶିତ ଏହି ଫିଲ୍ମ ୯୭ତମ ଏକାଡେମୀ ପୁରସ୍କାରରେ ଭାରତର ପ୍ରତିନିଧିତ୍ୱ କରିବାକୁ ମନୋନୀତ ହୋଇଥିଲା। ମାତ୍ର ଏବେ ଏହା ଓସ୍କାର ରେସ୍ରୁ ବାହାରି ଯାଇଥିବା ବେଳେ ଭାରତୀୟ ସିନେ ପ୍ରେମୀଙ୍କୁ ଲାଗିଛି ଶକ୍ତ ଝଟକା।
Entertainment
ଦଳାଚକଟାରେ ଗୁରୁତର ନାବାଳକଙ୍କୁ ଭେଟିବାକୁ ଚାହିଁଲେ ଅଲ୍ଲୁ ଅର୍ଜୁନ, କହିଲେ...
ପୁଷ୍ପା-୨ ଫିଲ୍ମର ସ୍କ୍ରିନିଂ ଅବସରରେ ହାଇଦ୍ରାବାଦର ସନ୍ଧ୍ୟା ଥିଏଟରରେ ଦଳଚକଟାରେ ୩୯ ବର୍ଷୀୟା ମହିଳା ଅଣନିଃଶ୍ୱାସୀ ହୋଇ ମୃତ୍ୟୁ ଘଟିଥିଲା। ତାଙ୍କର ଆଠ ବର୍ଷର ପୁଅ ମଧ୍ୟ ଗୁରୁତର ହୋଇପଡ଼ିଥିଲେ।
Entertainment
ଶୀତୁଆ ରାତିରେ ତାତି ବଢ଼ାଇଲେ ନିଶା; ମଞ୍ଚରେ କଲେ ତତଲା ଡ୍ୟାନ୍ସ
ମହୁଲଟିକ୍ରା ପଡିଆରେ ଖେଳୁଥିଲା ଗୌରୀ ଗଣନାଟ୍ୟ। ପ୍ରଥମ ତିନି ରାତି ଜବରଦସ୍ତ ନାଟକ ପରିବେଷଣ କରାଯାଇଲା। ଯାତ୍ରା ପ୍ରେମୀଙ୍କର ଖଚାଖଚ୍ ଭିଡ ଜମିଥିଲା।
National
ଅଲ୍ଲୁ ଅର୍ଜୁନଙ୍କୁ ମିଳିଲା ଅନ୍ତରୀଣ ଜାମିନ
ତଳ କୋର୍ଟ ଅଲ୍ଲୁ ଅର୍ଜୁନଙ୍କୁ ୧୪ ଦିନ ପାଇଁ ବିଚାର ବିଭାଗୀୟ ହାଜତକୁ ପଠାଇ ଦେଇଥିବା ବେଳେ ହାଇକୋର୍ଟ ଦେଇଛନ୍ତି ବଡ଼ ଆଶ୍ୱସ୍ତି।
National
ଅଲ୍ଲୁଙ୍କୁ ଗିରଫ କରିବା ପାଇଁ ବେଡ୍ ରୁମ୍ ପର୍ଯ୍ୟନ୍ତ ପଳାଇଥିଲା ପୁଲିସ, ପୋଷାକ ବଦଳାଇବାକୁ ଦେଇ ନଥିଲା ସମୟ
ନାମପଲ୍ଲୀ କୋର୍ଟ ତେଲୁଗୁ ସୁପରଷ୍ଟାର ଅଲ୍ଲୁ ଅର୍ଜୁନଙ୍କୁ ୧୪ ଦିନ ପାଇଁ ବିଚାର ବିଭାଗୀୟ ହାଜତକୁ ପଠାଇ ଦେଇଛି।