ସାଂସଦ ଅନୁଭବ ମହାନ୍ତି ଓ ବର୍ଷା ପ୍ରିୟଦର୍ଶିନୀ ବିବାହ ବିଚ୍ଛେଦ ମାମଲାରେ ଆସିଛି ବଡ଼ ଖବର। ବିବାହ ବିଚ୍ଛେଦ ପାଇଁ ଆଜି ଅନୁଭବଙ୍କୁ ଅନୁମତି ଦେଇଛନ୍ତି ହାଇକୋର୍ଟ। ଅନୁଭବଙ୍କ ଆବେଦନ ଆଧାରରେ ହାଇକୋର୍ଟ ଏହି ନିର୍ଦ୍ଦେଶ ଦେଇଛନ୍ତି। ଏହା ସହିତ ପରିବାର ଅଦାଲତଙ୍କ ରାୟକୁ ମଧ୍ୟ ହାଇକୋର୍ଟଙ୍କ ଖାରଜ କରିଛନ୍ତି। ପୂର୍ବରୁ ଅନୁଭବଙ୍କ ବିବାହ ବିଚ୍ଛେଦ ଆବେଦନକୁ ଅଗ୍ରାହ୍ୟ କରିଥିଲେ ପରିବାର ଅଦାଲତ।