ନୂଆଦିଲ୍ଲୀ: ବଲିଉଡ୍ ଅଭିନେତା ଦିଲ୍ଲୀପ କୁମାରଙ୍କୁ ଆଜି ପଦ୍ମବିଭୂଷଣ ସମ୍ମାନରେ ସମ୍ମାନିତ କରାଯାଇଛି। କେନ୍ଦ୍ର ଗୃହମନ୍ତ୍ରୀ ରାଜନାଥ ସିଂହ ଏବଂ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନାଭିସ ମୁମ୍ୱାଇସ୍ଥିତ ଦିଲୀପଙ୍କ ବାସଭବନକୁ ତାଙ୍କୁ ଏହି ସମ୍ମାନ ପ୍ରଦାନ କରିଛନ୍ତି। ଏପ୍ରିଲରେ ସ୍ୱାସ୍ଥ୍ୟଗତ କାରଣରୁ ନୂଆଦିଲ୍ଲୀରେ ଆୟୋଜିତ ଉତ୍ସବରେ ଦିଲ୍ଲୀପ ଯୋଗଦେଇପାରି ନ ଥିଲେ। ତେଣୁ ଆଜି ତାଙ୍କୁ ସ୍ୱତନ୍ତ୍ର ଭାବେ ଭାରତ ସରକାରଙ୍କ ପକ୍ଷରୁ ସମ୍ମାନିତ କରାଯାଇଛି।
ଦିଲ୍ଲୀପ କୁମାରଙ୍କ ପ୍ରକୃତ ନାଁ ୟୁସୁଫ ଖାନ। ଫିଲ୍ମ ଜଗତରେ ପାଦଦେବା ପରେ ଯୁସୁଫରୁ ସେ ହୋଇଯାଇଥିଲେ ଦିଲ୍ଲୀପ। ଆଉ ଏହି ନାଁ ତାଙ୍କୁ ଆଣିଦେଇଥିଲା ଢେର ସଫଳତା। ଆନ୍, ଦାଗ୍, ଦେବଦାସ, ମଧୁମତୀ, ପେଗାମ୍, ମୁଗଲେ-ଇ-ଆଜମ୍, ଗଙ୍ଗାଜମୁନା ଭଳି ଅନେକ ହିଟ୍ ଫିଲ୍ମରେ ସେ ହିରୋ ଥିଲେ। ଗତ ୧୧ ତାରିଖରେ ସେ ୯୩ ବର୍ଷରେ ପଦାର୍ପଣ କରିଛନ୍ତି। ତେବେ ଚେନ୍ନାଇ ବନ୍ୟାସ୍ଥିତିକୁ ଦୃଷ୍ଟିରେ ରଖି ସେ ନିଜ ଜନ୍ମଦିନ ପାଳନ କରିନାହାନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Bollywood
ଆଉ ନାହାନ୍ତି ଫିଲ୍ମ ନିର୍ମାତା ପ୍ରୀତିଶ ନନ୍ଦୀ
୭୩ ବର୍ଷ ବୟସରେ ତାଙ୍କର ଦେହାନ୍ତ ହୋଇଛି। ବୁଧବାର ବିଳମ୍ବିତ ରାତିରେ ମୁମ୍ବାଇ ସ୍ଥିତ ବାସଭବନରେ ସେ ତାଙ୍କ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି।
Bollywood
‘ଏମର୍ଜେନ୍ସି’ ଦେଖିବାକୁ ପ୍ରିୟଙ୍କାଙ୍କୁ ନିମନ୍ତ୍ରଣ କଲେ କଙ୍ଗନା, ଜବାବ କ’ଣ ଥିଲା ଜାଣନ୍ତୁ
ଏମର୍ଜେନ୍ସି ସିନେମାରେ କଙ୍ଗନା ପୂର୍ବତନ ପ୍ରଧାନମନ୍ତ୍ରୀ ଇନ୍ଦିରା ଗାନ୍ଧିଙ୍କ ଭୂମିକାରେ ରହିଛନ୍ତି। ଏହା ଜାନୁଆରୀ ୧୭ରେ ରିଲିଜ ହେବାକୁ ଯାଉଛି।
Bollywood
ଅଭିନେତ୍ରୀ ପୁନମ ଢିଲୋଙ୍କ ଘରୁ ଚୋରି, ଯୁବକ ଗିରଫ
ଘର ରଙ୍ଗ ଦେବା ବାହାନାରେ ଆସି ଚୋରି କରିନେଲା ମୂଲ୍ୟବାନ ସାମଗ୍ରୀ।
Entertainment
ବର୍ଷିଲେ ଅନୁଭବ, କହିଲେ- ତୁମେ ମଞ୍ଚ ବାଛ, ବିତର୍କ ପାଇଁ ମୁଁ ପ୍ରସ୍ତୁତ
ବିବାହ ତଥା ଦାମ୍ପତ୍ୟ ଜୀବନ ପରି ସମ୍ପର୍କକୁ ଅତି ମିଛ ତଥା ମନଗଢ଼ା ଭାବେ ପରଦାରେ ଦେଖାଉଥିବା ଅଭିଯୋଗ ଆଣି ବର୍ଷାଙ୍କ ଉପରେ ବର୍ଷିଛନ୍ତି ଅନୁଭବ। ଏପରିକି ବର୍ଷାଙ୍କ ସହ ଖୋଲାଖୋଲି ବିତର୍କ କରିବାକୁ ପ୍ରସ୍ତୁତ ବୋଲି ବି କହିଛନ୍ତି।
Entertainment
ଜାନୁଆରୀ ୨୪ରେ ଆସୁଛି 'ସ୍କାଏ ଫୋର୍ସ', ବଡ଼ ପରଦାରେ ୧୯୬୫ ଭାରତ-ପାକ୍ ଯୁଦ୍ଧର ଅକୁହା କାହାଣୀ
ଦୀର୍ଘ ଦିନର ବ୍ୟବଧାନ ପରେ ଏହି ଫିଲ୍ମରେ ସେନା ୟୁନିଫର୍ମରେ ନଜର ଆସିବେ ଅକ୍ଷୟ କୁମାର। ପାକିସ୍ତାନ ଉପରେ ଭାରତର ପ୍ରଥମ ଏୟାର ଷ୍ଟ୍ରାଇକ ପଛର ଘଟଣା ଏହି ଚଳଚ୍ଚିତ୍ରରେ ଦେଖିବାକୁ ମିଳିବ।