ଭୁବନେଶ୍ୱର: ମହାପ୍ରଭୁ ଜଗନ୍ନାଥଙ୍କ ଉପରେ ଆଧାରିତ ଓଡ଼ିଆ ଫିଚର ଫିଲ୍ମ ‘ଗଡ୍ସ ଓନ୍ ପିପୁଲ’ର ଇଂରାଜୀ ଭାଷାରେ ଡବିଂ ହୋଇଛି। ବଲିଉଡ ସୁପରଷ୍ଟାର ଅମିତାଭ ବଚ୍ଚନ ଏହି ପୂରା ଫିଲ୍ମର ଭଏସ୍ ଦେଇଛନ୍ତି। ଏଥିପାଇଁ ସେ କୌଣସି ପାଉଣା ନେଇନାହାନ୍ତି। ପୁରୀରେ ରଥଯାତ୍ରା ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ଫିଲ୍ମର ଲୋକାର୍ପଣ କରିଛନ୍ତି। ପୂର୍ବରୁ ଏହି ଫିଲ୍ମ ଓଡ଼ିଆ ଏବଂ ହିନ୍ଦୀ ଭାଷାରେ ମୁକ୍ତିଲାଭ କରିସାରିଥିଲା। ଫିଲ୍ମଟି ମହାପ୍ରଭୁ ଜଗନ୍ନାଥଙ୍କ ନବକଳେବର ଉପରେ ତିଆରି ହୋଇଛି। ଅକ୍ଷୟ ପରିଜାଙ୍କ ପ୍ରଯୋଜିତ ଏହି ଫିଲ୍ମର ନିର୍ଦ୍ଦେଶନା ଦେଇଛନ୍ତି ନିର୍ଦ୍ଦେଶକ ପଦ୍ମଶ୍ରୀ ନୀଳ ମାଧବ ପଣ୍ଡା।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Bollywood
ହାସ୍ୟ ଅଭିନେତା ଟିକୁଙ୍କୁ ହୃଦ୍ଘାତ! ହସ୍ପିଟାଲରେ ଭର୍ତ୍ତି
ତାଙ୍କୁ ମୁମ୍ବାଇ ସ୍ଥିତ ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଥିବା ସୂଚନା ମିଳିଛି।
Bollywood
ଆଉ ନାହାନ୍ତି ଫିଲ୍ମ ନିର୍ମାତା ପ୍ରୀତିଶ ନନ୍ଦୀ
୭୩ ବର୍ଷ ବୟସରେ ତାଙ୍କର ଦେହାନ୍ତ ହୋଇଛି। ବୁଧବାର ବିଳମ୍ବିତ ରାତିରେ ମୁମ୍ବାଇ ସ୍ଥିତ ବାସଭବନରେ ସେ ତାଙ୍କ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି।
Bollywood
‘ଏମର୍ଜେନ୍ସି’ ଦେଖିବାକୁ ପ୍ରିୟଙ୍କାଙ୍କୁ ନିମନ୍ତ୍ରଣ କଲେ କଙ୍ଗନା, ଜବାବ କ’ଣ ଥିଲା ଜାଣନ୍ତୁ
ଏମର୍ଜେନ୍ସି ସିନେମାରେ କଙ୍ଗନା ପୂର୍ବତନ ପ୍ରଧାନମନ୍ତ୍ରୀ ଇନ୍ଦିରା ଗାନ୍ଧିଙ୍କ ଭୂମିକାରେ ରହିଛନ୍ତି। ଏହା ଜାନୁଆରୀ ୧୭ରେ ରିଲିଜ ହେବାକୁ ଯାଉଛି।
Bollywood
ଅଭିନେତ୍ରୀ ପୁନମ ଢିଲୋଙ୍କ ଘରୁ ଚୋରି, ଯୁବକ ଗିରଫ
ଘର ରଙ୍ଗ ଦେବା ବାହାନାରେ ଆସି ଚୋରି କରିନେଲା ମୂଲ୍ୟବାନ ସାମଗ୍ରୀ।
Entertainment
ବର୍ଷିଲେ ଅନୁଭବ, କହିଲେ- ତୁମେ ମଞ୍ଚ ବାଛ, ବିତର୍କ ପାଇଁ ମୁଁ ପ୍ରସ୍ତୁତ
ବିବାହ ତଥା ଦାମ୍ପତ୍ୟ ଜୀବନ ପରି ସମ୍ପର୍କକୁ ଅତି ମିଛ ତଥା ମନଗଢ଼ା ଭାବେ ପରଦାରେ ଦେଖାଉଥିବା ଅଭିଯୋଗ ଆଣି ବର୍ଷାଙ୍କ ଉପରେ ବର୍ଷିଛନ୍ତି ଅନୁଭବ। ଏପରିକି ବର୍ଷାଙ୍କ ସହ ଖୋଲାଖୋଲି ବିତର୍କ କରିବାକୁ ପ୍ରସ୍ତୁତ ବୋଲି ବି କହିଛନ୍ତି।