ଭୁବନେଶ୍ୱର: ତରଙ୍ଗ ସିନେ ପ୍ରଡକ୍ସନର ସୁପରହିଟ୍ ଫିଲ୍ମ ‘ଗପ ହେଲେ ବି ସତ’ ପରେ ପୁଣି ଏକାଠି ବର୍ଷା ଓ ଅନୁଭବଙ୍କ ଯୋଡ଼ିକୁ ବଡ଼ ପରଦାରେ ଦେଖିବାକୁ ପାଇବେ ଦର୍ଶକ। ମା’ ତାରିଣୀ ଫିଲ୍ମ ପ୍ରଡକ୍ସନର ଷଷ୍ଠ ଅବଦାନ ‘ଗୋଟେ ଶୁଆ ଗୋଟେ ଶାରୀ’ରେ ଅନୁଭବ ସାଜିଛନ୍ତି ଶୁଆ ଓ ଶାରୀ ବନିଛନ୍ତି ତାଙ୍କ ବେଟରହାଫ୍ ବର୍ଷା। ସୋମବାର ଭୁବନେଶ୍ୱରର ଏକ ଘରୋଇ ହୋଟେଲରେ ରିଲିଜ୍ ହୋଇଛି ଫିଲ୍ମର ଅଡିଓ । ରିଲିଜ୍ ଉତ୍ସବରେ ଫିଲ୍ମର ଷ୍ଟାରକାଷ୍ଟ୍ ଅନୁଭବ ଓ ବର୍ଷାଙ୍କ ସହ ପ୍ରଯୋଜକ ନିରଞ୍ଜନ ରଣା ଉପସ୍ଥିତ ଥିଲେ। ଏହି ଫିଲ୍ମର ନିର୍ଦ୍ଦେଶନା ମୃତ୍ୟୁଞ୍ଜୟ ସାହୁ ଦେଇଥିବା ବେଳେ ସଙ୍ଗୀତ ନିର୍ଦ୍ଦେଶନା ଦେଇଛନ୍ତି ରବି ନାୟରାୟଣ ନନ୍ଦ ଓ ପ୍ରେମ ଆନନ୍ଦ। ଚଳିତମାସ ୧୨ ତାରିଖରେ ଫିଲ୍ମଟି ରିଲିଜ୍ ହେବ। ଫିଲ୍ମଟି ଯୁବ ଦର୍ଶକମାନଙ୍କୁ ଆକର୍ଷିତ କରିବ ବୋଲି ଆଶା ରଖିଛନ୍ତି ପ୍ରଯୋଜକ ସଂସ୍ଥା।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Entertainment
ଫିଲ୍ମ ନିର୍ଦ୍ଦେଶକ ବବି ଇସଲାମଙ୍କୁ ହତ୍ୟା ଧମକ, କାହିଁକି କହିଲେ ମନୋଜ ଓ ତାଙ୍କ ଟିମ୍ ଦାୟୀ ରହିବେ
ଯଦି ତାଙ୍କର କିଛି କ୍ଷତି ହେଲା, ତା’ହେଲେ ମନୋଜ ମିଶ୍ର ଓ ତାଙ୍କ ଟିମ୍ ଦାୟୀ ରହିବେ ବୋଲି କାହିଁକି କହିଲେ ବବି?
Bollywood
ଭୋଟ ଦେଉଛି ବଲିଉଡ; ସବୁଠୁ ଆଗରେ ଖିଲାଡ଼ି କୁମାର
ବଲିଉଡର ଖିଲାଡି କୁମାର ଭୋଟ ଦେବାରେ ଆଗୁଆ ରହିଛନ୍ତି। ଆଜି ସକାଳୁ ସକାଳୁ ସେ ଜୁହୁ ବୁଥ୍ରେ ପହଞ୍ଚି ସେଠାରେ ଭୋଟ ଦେଇଛନ୍ତି।
Bollywood
ନିକାର ୨୯ ବର୍ଷ ପରେ ଏଆର ରହମାନଙ୍କ ଠାରୁ ଅଲଗା ହେଲେ ସାଇରା
ସାଇରାଙ୍କ କହିବା କଥା ଯେ ରହମାନଙ୍କ ସହ ତାଙ୍କ ସମ୍ପର୍କ ଯୋଗୁ ସେ ଅନେକ କଷ୍ଟ ସହ୍ୟ କରି ଆସୁଥିଲେ। ଏହାକୁ ସମ୍ଭାଳିବା ଆଉ ତାଙ୍କ ପକ୍ଷେ ସମ୍ଭବ ହେଉନାହିଁ।
Entertainment
'ବନବାସ୍' ରିଲିଜ ପୂର୍ବରୁ ପୁରୀରେ ବଲିଉଡ୍ ଅଭିନେତା ଉତ୍କର୍ଷ ଶର୍ମା
ପୁରୀ ଆସି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦର୍ଶନ କଲେ ବଲିଉଡ୍ ଅଭିନେତା ଉତ୍କର୍ଷ ଶର୍ମା। ଆଗାମୀ ଚଳଚ୍ଚିତ୍ର 'ବନବାସ୍'ର ସଫଳତା କାମନା କଲେ।
Entertainment
ଅଭିନେତା ସିଦ୍ଦିକିଙ୍କୁ 'ସୁପ୍ରିମ୍' ଆଶ୍ୱସ୍ତି, ଦୁଷ୍କର୍ମ ମାମଲାରେ ମିଳିଲା ଆଗୁଆ ଜାମିନ
ହେମା କମିଟି ରିପୋର୍ଟ ଆସିବା ପରେ ମାଲୟାଲମ ଇଣ୍ଡଷ୍ଟ୍ରିର ଜଣେ ଅଭିନେତ୍ରୀ ତାଙ୍କ ବିରୁଦ୍ଧରେ ଦୁଷ୍କର୍ମ ଅଭିଯୋଗ ଆଣିଥିଲେ।