ମୁମ୍ୱାଇ: ବଲିଉଡ୍ରେ ଏପରି କିଛି ଅଭିନେତା ଅଛନ୍ତି ଯେଉଁମାନେ ସବୁ ପ୍ରକାର ଚରିତ୍ରକୁ ଅତି ନିଖୁଣ ଭାବେ କରିପାରନ୍ତି। ସେମାନଙ୍କ ମଧ୍ୟରୁ ଜଣେ ହେଲେ ଅନୁପମ୍ ଖେର୍। ଖଳନାୟକ ହେଉ ଅବା ପିତା, ପୋଲିସ୍ ଇନସପେକ୍ଟର କିମ୍ୱା ହାସ୍ୟ ଅଭିନେତା- ସବୁ ଚରିତ୍ରରେ ନିଜର ଛାପ ଛାଡିଛନ୍ତି ସେ। ଆଜି ତାଙ୍କ ଜନ୍ମ ଦିନ। ୧୯୫୫ ମସିହା ଆଜିର ଦିନରେ ସେ ଜନ୍ମ ଗ୍ରହଣ କରିଥିଲେ। ଆଜିର ଦିନରେ ବହୁ ଅଭିନେତା, ଅଭିନେତ୍ରୀ ତାଙ୍କୁ ଶୁଭେଚ୍ଛା ଜଣାଇଛନ୍ତି।
୧୯୮୨ରେ ଫିଲ୍ମ ‘ଆଗମନ୍’ ଜରିଆରେ ବଲିଉଡକୁ ଏଣ୍ଟ୍ରି କରିଥିଲେ ଅନୁପମ୍। ୮ ଥର ଫିଲ୍ମ ଫେୟାର ଆୱାର୍ଡ ପାଇବାର ରେକର୍ଡ ତାଙ୍କ ନାଁରେ ରହିଛି। ଅନୁପମ୍ ନ୍ୟାସନାଲ୍ ସ୍କୁଲ୍ ଅଫ୍ ଡ୍ରାମାର ଚେୟାରମ୍ୟାନ୍ ମଧ୍ୟ ଥିଲେ। ‘ମୈନେ ଗାନ୍ଧି କୋ ନୈହଁ ମାରା’ ଫିଲ୍ମ ପାଇଁ ତାଙ୍କୁ ରାଷ୍ଟ୍ରୀୟ ପରସ୍କାର ପ୍ରଦାନ କରାଯାଇଛି। ସେହିପରି ଚଳଚ୍ଚିତ୍ର ଜଗତରେ ତାଙ୍କ ଅତୁଳନୀୟ ଅବଦାନ ପାଇଁ ୨୦୦୪ରେ ପଦ୍ମଶ୍ରୀ ଓ ଚଳିତବର୍ଷ ତାଙ୍କୁ ପଦ୍ମ ଭୂଷଣ ସମ୍ମାନରେ ଭାରତ ସରକାର ସମ୍ମାନିତ କରିଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Bollywood
ଆଉ ନାହାନ୍ତି ଫିଲ୍ମ ନିର୍ମାତା ପ୍ରୀତିଶ ନନ୍ଦୀ
୭୩ ବର୍ଷ ବୟସରେ ତାଙ୍କର ଦେହାନ୍ତ ହୋଇଛି। ବୁଧବାର ବିଳମ୍ବିତ ରାତିରେ ମୁମ୍ବାଇ ସ୍ଥିତ ବାସଭବନରେ ସେ ତାଙ୍କ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି।
Bollywood
‘ଏମର୍ଜେନ୍ସି’ ଦେଖିବାକୁ ପ୍ରିୟଙ୍କାଙ୍କୁ ନିମନ୍ତ୍ରଣ କଲେ କଙ୍ଗନା, ଜବାବ କ’ଣ ଥିଲା ଜାଣନ୍ତୁ
ଏମର୍ଜେନ୍ସି ସିନେମାରେ କଙ୍ଗନା ପୂର୍ବତନ ପ୍ରଧାନମନ୍ତ୍ରୀ ଇନ୍ଦିରା ଗାନ୍ଧିଙ୍କ ଭୂମିକାରେ ରହିଛନ୍ତି। ଏହା ଜାନୁଆରୀ ୧୭ରେ ରିଲିଜ ହେବାକୁ ଯାଉଛି।
Bollywood
ଅଭିନେତ୍ରୀ ପୁନମ ଢିଲୋଙ୍କ ଘରୁ ଚୋରି, ଯୁବକ ଗିରଫ
ଘର ରଙ୍ଗ ଦେବା ବାହାନାରେ ଆସି ଚୋରି କରିନେଲା ମୂଲ୍ୟବାନ ସାମଗ୍ରୀ।
Entertainment
ବର୍ଷିଲେ ଅନୁଭବ, କହିଲେ- ତୁମେ ମଞ୍ଚ ବାଛ, ବିତର୍କ ପାଇଁ ମୁଁ ପ୍ରସ୍ତୁତ
ବିବାହ ତଥା ଦାମ୍ପତ୍ୟ ଜୀବନ ପରି ସମ୍ପର୍କକୁ ଅତି ମିଛ ତଥା ମନଗଢ଼ା ଭାବେ ପରଦାରେ ଦେଖାଉଥିବା ଅଭିଯୋଗ ଆଣି ବର୍ଷାଙ୍କ ଉପରେ ବର୍ଷିଛନ୍ତି ଅନୁଭବ। ଏପରିକି ବର୍ଷାଙ୍କ ସହ ଖୋଲାଖୋଲି ବିତର୍କ କରିବାକୁ ପ୍ରସ୍ତୁତ ବୋଲି ବି କହିଛନ୍ତି।
Entertainment
ଜାନୁଆରୀ ୨୪ରେ ଆସୁଛି 'ସ୍କାଏ ଫୋର୍ସ', ବଡ଼ ପରଦାରେ ୧୯୬୫ ଭାରତ-ପାକ୍ ଯୁଦ୍ଧର ଅକୁହା କାହାଣୀ
ଦୀର୍ଘ ଦିନର ବ୍ୟବଧାନ ପରେ ଏହି ଫିଲ୍ମରେ ସେନା ୟୁନିଫର୍ମରେ ନଜର ଆସିବେ ଅକ୍ଷୟ କୁମାର। ପାକିସ୍ତାନ ଉପରେ ଭାରତର ପ୍ରଥମ ଏୟାର ଷ୍ଟ୍ରାଇକ ପଛର ଘଟଣା ଏହି ଚଳଚ୍ଚିତ୍ରରେ ଦେଖିବାକୁ ମିଳିବ।