Advertisment

ହିନ୍ଦୀ ସିନେମା ‘ସାବରମତୀ ରିପୋର୍ଟ’କୁ ଟିକସମୁକ୍ତ କଲେ ଓଡ଼ିଶା ସରକାର

ଓଡ଼ିଶାର ଜନସାଧାରଣଙ୍କ ଭାବନାକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ। ‘ଦି ସାବରମତୀ ରିପୋର୍ଟ’କୁ କରମୁକ୍ତ ଘୋଷଣା କରିବାରେ ଓଡ଼ିଶା ହେଉଛି ଦେଶର ସପ୍ତମ ବିଜେପି ଶାସିତ ରାଜ୍ୟ।

author-image
Ordigital Desk
ଅଦ୍ୟତନ ହୋଇଛି
The Sabarmati Report (Poster)

The Sabarmati Report (Poster)

ହିନ୍ଦୀ ସିନେମା ‘ଦି ସାବରମତୀ ରିପୋର୍ଟ’କୁ ଓଡ଼ିଶା ସରକାର ଟିକସମୁକ୍ତ ଘୋଷଣା କରିଛନ୍ତି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ନିର୍ଦ୍ଦେଶରେ ଓ ଓଡ଼ିଶାର ଜନସାଧାରଣଙ୍କ ଭାବନାକୁ ଦୃଷ୍ଟିରେ ରଖି ଏହି ସିନେମାକୁ ଓଡ଼ିଶାରେ କରମୁକ୍ତ ଘୋଷଣା କରାଗଲା ବୋଲି ରାଜ୍ୟ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ପକ୍ଷରୁ ବିଜ୍ଞପ୍ତି ଜାରି ହୋଇଛି। ଏହି ସିନେମାକୁ କରମୁକ୍ତ ଘୋଷଣା କରିବାରେ ଓଡ଼ିଶା ହେଉଛି ଦେଶର ସପ୍ତମ ବିଜେପି ଶାସିତ ରାଜ୍ୟ।

Advertisment

ଆଜି ରାଜ୍ୟ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ପ୍ରମୁଖ ସଚିବ ବିଷ୍ଣୁପଦ ସେଠୀଙ୍କ ପକ୍ଷରୁ ଜାରି ବିଜ୍ଞପ୍ତିରେ କୁହାଯାଇଛି, “ସତ୍ୟଘଟଣା ଉପରେ ଆଧାରିତ ହିନ୍ଦି ଚଳଚ୍ଚିତ୍ର ‘ଦି ସାବରମତୀ ରିପୋର୍ଟ’ ଯାହାକି ୨୦୦୨ ଫେବୃଆରୀ ୨୭ତାରିଖର ଗୋଧ୍ରା ରେଳପୋଡ଼ି ଘଟଣା ଉପରେ ପର୍ଯ୍ୟବେସିତ। ଏହି ମର୍ମନ୍ତୁଦ ଘଟଣା ଉପରେ ଆଧାରିତ ଚଳଚ୍ଚିତ୍ରଟି ଏବେ ଓଡ଼ିଶାରେ ପ୍ରଦର୍ଶିତ ହେଉଛି। ଏହି ଚଳଚ୍ଚିତତ୍ରର ଗୁଣାତ୍ମକ ତଥା ଭାବାତ୍ମକ କାହାଣୀ ଦୃଷ୍ଟିରୁ ଚଳଚ୍ଚିତ୍ରଟିକୁ ଅଧିକ ଲୋକ ଦେଖିବା ଆବଶ୍ୟକ। ଓଡ଼ିଶାର ଜନସାଧାରଣଙ୍କ ଭାବନାକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀଙ୍କ ଆଦେଶରେ ଏହି ଚଳଚ୍ଚିତ୍ରଟିକୁ ଓଡ଼ିଶାରେ କରମୁକ୍ତ କରାଗଲା।”

ସୂଚନାଯୋଗ୍ୟ, ଏହି ସିନେମାକୁ କରମୁକ୍ତ ଘୋଷଣା କରିବାରେ ଓଡ଼ିଶା ହେଉଛି ସପ୍ତମ ବିଜେପିଶାସିତ ରାଜ୍ୟ। ଉତ୍ତରପ୍ରଦେଶ, ମଧ୍ୟପ୍ରଦେଶ, ଛତିଶଗଡ଼, ରାଜସ୍ଥାନ, ହରିୟାଣା ଓ ଗୁଜୁରାଟ ପରେ ଓଡ଼ିଶା ସରକାର ଏହି ସିନେମାକୁ ଟିକସମୁକ୍ତ ଘୋଷଣା କରିଛନ୍ତି। ଏହି ସିନେମାକୁ ଟିକସମୁକ୍ତ କରାଯିବା ଘୋଷଣା ମଧ୍ୟ ସଂସଦୀୟ ବ୍ୟାପାର ମନ୍ତ୍ରୀ ମୁକେଶ ମହାଲିଙ୍ଗ ଆଜି ବିଧାନସଭାରେ ଘୋଷଣା କରିଛନ୍ତି।

Advertisment
Bjp The Sabarmati Report Sabarmati Report Tax Free Tax Free Movie In Odisha