ତେଲୁଗୁ ଫିଲ୍ମରେ କମାଲ ଦେଖାଇଲେ ଓଡ଼ିଆ ଝିଅ ସୁମନ ଖିଲ। କୋରାପୁଟର ଆଦିବାସୀ ଝିଅ ସୁମନଙ୍କୁ ନେଇ ସବୁଠି ଚର୍ଚ୍ଚା। ତାଙ୍କ ଅଭିନୀତ ପ୍ରଥମ ତେଲୁଗୁ ଫିଲ୍ମ ‘ମଙ୍ଗଲବାରମ୍’ ନିକଟରେ ୫ଟି ଭାଷାରେ ରିଲିଜ ହୋଇଛି। ଆଉ ସୁମନଙ୍କ ଅଭିନୟକୁ ସମସ୍ତେ ପ୍ରଶଂସା କରୁଛନ୍ତି। ସେମିଳିଗୁଡା ସହର ତଳ ସାହିରେ ରହୁଥିବା ସୁମନ ଫିଲ୍ମରେ ନିଜର ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିପାରିଛନ୍ତି। ସୁଟିଂ ସାରି ୬ ମାସ ପରେ ସେ ନିଜ ଘରକୁ ଫେରିବା ପରେ ତାଙ୍କୁ ଭବ୍ୟ ସ୍ୱାଗତ କରିଛନ୍ତି ଲୋକେ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Entertainment
ମଞ୍ଚରେ ଚଢ଼ିବେନି ସାହୁ ଭାଉଜ, ନିଶା ମହାରଣାଙ୍କ ଭଳି ନୃତ୍ୟାଙ୍ଗନା
ଯାତ୍ରା ମହାକୁମ୍ଭରେ ହେବନି ଅଶ୍ଲୀଳ ନୃତ୍ୟ। ଆଜି ଖଣ୍ଡଗିରି ଥାନା ପରିସରରେ ବସିଥିବା ବୈଠକରେ ଏଭଳି ନିଷ୍ପତ୍ତି ନିଆଯାଇଛି। ବାରମ୍ବାର ଅଭିଯୋଗ ପରେ ମଧ୍ୟ ଯାତ୍ରା ଜଗତକୁ କଳଙ୍କିତ କରୁଥିଲେ କିଛି ନୃତ୍ୟଶିଳ୍ପୀ।
Bollywood
ହାସ୍ୟ ଅଭିନେତା ଟିକୁଙ୍କୁ ହୃଦ୍ଘାତ! ହସ୍ପିଟାଲରେ ଭର୍ତ୍ତି
ତାଙ୍କୁ ମୁମ୍ବାଇ ସ୍ଥିତ ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଥିବା ସୂଚନା ମିଳିଛି।
Bollywood
ଆଉ ନାହାନ୍ତି ଫିଲ୍ମ ନିର୍ମାତା ପ୍ରୀତିଶ ନନ୍ଦୀ
୭୩ ବର୍ଷ ବୟସରେ ତାଙ୍କର ଦେହାନ୍ତ ହୋଇଛି। ବୁଧବାର ବିଳମ୍ବିତ ରାତିରେ ମୁମ୍ବାଇ ସ୍ଥିତ ବାସଭବନରେ ସେ ତାଙ୍କ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି।
Bollywood
‘ଏମର୍ଜେନ୍ସି’ ଦେଖିବାକୁ ପ୍ରିୟଙ୍କାଙ୍କୁ ନିମନ୍ତ୍ରଣ କଲେ କଙ୍ଗନା, ଜବାବ କ’ଣ ଥିଲା ଜାଣନ୍ତୁ
ଏମର୍ଜେନ୍ସି ସିନେମାରେ କଙ୍ଗନା ପୂର୍ବତନ ପ୍ରଧାନମନ୍ତ୍ରୀ ଇନ୍ଦିରା ଗାନ୍ଧିଙ୍କ ଭୂମିକାରେ ରହିଛନ୍ତି। ଏହା ଜାନୁଆରୀ ୧୭ରେ ରିଲିଜ ହେବାକୁ ଯାଉଛି।
Bollywood
ଅଭିନେତ୍ରୀ ପୁନମ ଢିଲୋଙ୍କ ଘରୁ ଚୋରି, ଯୁବକ ଗିରଫ
ଘର ରଙ୍ଗ ଦେବା ବାହାନାରେ ଆସି ଚୋରି କରିନେଲା ମୂଲ୍ୟବାନ ସାମଗ୍ରୀ।