Advertisment

ଅନୁଭବ ଓ ବର୍ଷାଙ୍କ ମଧ୍ୟରେ ଛାଡ଼ପତ୍ର !

ଅନୁଭବ ଗତକାଲି ରାତିରେ ସୋଶାଲ୍ ମିଡିଆ ସାଇଟ୍ X ରେ ନିଜ ବିବାହ ବିଚ୍ଛେଦ ସମ୍ପର୍କରେ ସୂଚନା ଦେଇଛନ୍ତି।

author-image
Manoj Swain

ସାଂସଦ ଅନୁଭବ ମହାନ୍ତି ଓ ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶନୀଙ୍କ ବିବାହ ବିଚ୍ଛେଦ ମାମଲାରେ ବଡ଼ ଖବର ସାମ୍ନାକୁ ଆସିଛି। ଅନୁଭବ ଗତକାଲି ରାତିରେ ସୋଶାଲ୍ ମିଡିଆ ସାଇଟ୍ X ରେ ନିଜ ବିବାହ ବିଚ୍ଛେଦ ସମ୍ପର୍କରେ ସୂଚନା ଦେଇଛନ୍ତି। ଅନୁଭବ ଲେଖିଛନ୍ତି, ତାଙ୍କ ବିବାହର ଦଶ ବର୍ଷ ପୂର୍ତ୍ତି ପୂର୍ବରୁ ତାଙ୍କ ଛାଡ଼ପତ୍ର ହୋଇଛି। ଏନେଇ ଏକ କୋର୍ଟ ନିର୍ଦ୍ଦେଶର ଫଟୋ କପିକୁ ବି ସେ ଏଥିରେ ଆଟାଚ୍ କରିଛନ୍ତି। 

Advertisment
Odisha Barsha-Anubhav Controversy