Advertisment

ଆଜି ପଞ୍ଚଭୂତରେ ବିଲୀନ ହେବେ ସ୍ୱରୂପ ନାୟକ, ଦିଆଯିବ ରାଷ୍ଟ୍ରୀୟ ମର୍ଯ୍ୟାଦା

ଆଜି ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ହେବ ଦିବଙ୍ଗତ ସଂଗୀତଜ୍ଞ ସ୍ୱରୂପ ନାୟକଙ୍କ ଅନ୍ତିମ ସତ୍କାର। ଏନେଇ ମୁଖ୍ୟମନ୍ତ୍ରୀ ସ୍ୱରାଷ୍ଟ୍ର ବିଭାଗକୁ ନିର୍ଦ୍ଦେଶ ଦେଇଥିବା ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି।

ଅଦ୍ୟତନ ହୋଇଛି
Swarup Nayak

Swarup Nayak

Advertisment

ଆଜି ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ହେବ ଦିବଙ୍ଗତ ସଂଗୀତଜ୍ଞ ସ୍ୱରୂପ ନାୟକଙ୍କ ଅନ୍ତିମ ସତ୍କାର। ଏନେଇ ମୁଖ୍ୟମନ୍ତ୍ରୀ ସ୍ୱରାଷ୍ଟ୍ର ବିଭାଗକୁ ନିର୍ଦ୍ଦେଶ ଦେଇଥିବା ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି।

Advertisment

ସ୍ୱରୂପ ନାୟକଙ୍କ ମରଶରୀର କଟକ ସ୍ଥିତ ବାସଭବନରେ ରଖାଯାଇଛି। ସେଠାରେ ବହୁ ବିଶିଷ୍ଟ କଳାକାରଙ୍କ ସମେତ ବିଭିନ୍ନ ବର୍ଗର ବ୍ୟକ୍ତି ପହଞ୍ଚି ତାଙ୍କର ଶେଷ ଦର୍ଶନ କରିଛନ୍ତି। ଦୀର୍ଘଦିନ ଧରି ଫୁସଫୁସ୍ କ୍ୟାନସରରେ ପୀଡ଼ିତ ଥିଲେ ଓଡ଼ିଆ ସଂଗୀତ ଜଗତର ଏହି ଅନ୍ୟତମ ବେତାଜ ବାଦଶାହା।

ଗତକାଲି ତାଙ୍କର ପରଲୋକ ଘଟିଥିବାବେଳେ ବିଭିନ୍ନ ବର୍ଗ ତାଙ୍କ ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାର ପ୍ରତି ଗଭୀର ସମବେଦନା ଜଣାଇଛନ୍ତି।

Advertisment

୧୯୪୭ ମସିହା ଫେବ୍ରୁଆରୀ ୮ ତାରିଖରେ ଜନ୍ମ ହୋଇଥିବା ସ୍ୱରୂପ ଏକାଧାରରେ ଜଣେ ସଙ୍ଗୀତକାର, ଗୀତିକାର, ପ୍ରଚ୍ଛଦପଟ୍ଟ ଗାୟକ ଓ ଅଭିନେତା ଥିଲେ।

ପ୍ରାୟ ୫୦ରୁ ଅଧିକ ସିନେମା ପାଇଁ ସଂଗୀତ ନିର୍ଦ୍ଦେଶନା ଦେବା ସହ ଗୀତ ରଚନା, ଫିଲ୍ମରେ ଅଭିନୟ କରି ଓଲିଉଡକୁ ସମୃଦ୍ଧ କରିଥିଲେ ସ୍ୱରୂପ ନାୟକ। ସେ ପ୍ରାୟ ୩୦ଟି ଫିଲ୍ମ ପାଇଁ ଗୀତ ଲେଖିଥିଲେ। ୬ଟି ଫିଲ୍ମରେ ସେ ଅଭିନୟ କରିଥିଲେ। ସେହିପରି ୬ଟି ଫିଲ୍ମରେ ଗୀତ ଗାଇ ଥିଲେ। ଜୀବନ ବ୍ୟାପି ସାଧନା ପାଇଁ ତରଙ୍ଗ ପକ୍ଷରୁ ସ୍ୱରୂପ ଦା’ଙ୍କୁ ଲାଇଫ ଟାଇମ୍ ଆଚିଭମେଣ୍ଟ ଆୱାର୍ଡ ମଧ୍ୟ ଦିଆଯାଇଛି।

 ୧୯୬୨ ମସିହାରେ ରିଲିଜ ହୋଇଥିବା ‘ଜୟଦେବ’ ଚଳଚ୍ଚିତ୍ରରେ ସ୍ୱରୂପ ଶିଶୁ କଳାକାର ଭାବେ ଅଭିନୟ କରିଥିଲେ। ୧୯୮୪ ମସିହାର ପ୍ରଶାନ୍ତ ନନ୍ଦଙ୍କ ଚଳଚ୍ଚିତ୍ର ‘ହୀରାନୀଳା’ରେ ସେ ପ୍ରଥମେ ସଙ୍ଗୀତ ନିର୍ଦ୍ଦେଶକ ଭାବେ କାର୍ଯ୍ୟ କରିଥିଲେ।

ସହର ଜଳୁଛି, ଲାଲ୍‌ ପାନ୍ ବିବି, ଉଦଣ୍ଡୀ ସୀତା, ସିନ୍ଦୂର ନୁହେଁ ଖେଳଘର, ମନ ରହିଗଲା ତୁମଠାରେ, ପୁଅ ମୋର ଭୋଳା ଶଙ୍କର, ଆଇ ଲଭ୍‌ ୟୁ, ଶାଶୁ ଘର ଚାଲିଯିବି, ଜୀବନ ମୃତ୍ୟୁ ଓ କଥାନ୍ତର ଭଳି ଚଳଚ୍ଚିତ୍ରରେ ସ୍ୱରୂପ ନାୟକ ସଙ୍ଗୀତ ନିର୍ଦ୍ଦେଶନା ଦେଇଥିଲେ।

ସ୍ୱରୂପ ନାୟକଙ୍କ ମୃତ୍ୟୁର କେବଳ ଓଡ଼ିଆ ଫିଲ୍ମ ଜଗତ ନୂହେଁ, ବିଭିନ୍ନ କ୍ଷେତ୍ରର ଲୋକେ ଦୁଃଖ ପ୍ରକାଶ କରିଛନ୍ତି। ସ୍ୱରୂପଙ୍କ ପରଲୋକରେ ଦୁଃଖ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ସେ କହିଛନ୍ତି, ସ୍ୱରୂପ ନାୟକଙ୍କ ବିୟୋଗ ଖବର ଜାଣି ମୁଁ ଦୁଃଖିତ। ନିଆରା ସଙ୍ଗୀତ ରଚନା ପାଇଁ ସର୍ବଦା ସେ ଶ୍ରୋତାଙ୍କ ହୃଦୟରେ ରହିବେ। ଓଡ଼ିଆ ଚଳଚ୍ଚିତ୍ର ଜଗତକୁ ସମୃଦ୍ଧ କରିବାରେ ତାଙ୍କର ବହୁମୂଲ୍ୟ ଯୋଗଦାନ ରହିଛି

Cuttack
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe