ମୁମ୍ବାଇ: ବଲିଉଡ୍ ଅଭିନେତ୍ରୀ ସୋନାଲି ବେନ୍ଦ୍ରେଙ୍କୁ ହାଇଗ୍ରେଡ୍ କ୍ୟାନସର୍ ହୋଇଛି। ସେ ଗତ କିଛି ଦିନ ହେବ ନ୍ୟୁୟର୍କରେ ଚିକିତ୍ସିତ ହେଉଛନ୍ତି। ତାଙ୍କ ସ୍ୱାସ୍ଥ୍ୟ ଅବସ୍ଥାକୁ ନେଇ ସମସ୍ତେ ଚିନ୍ତାରେ ଥିବା ବେଳେ ଏବେ ତାଙ୍କ ସ୍ୱାମୀ ଗୋଲ୍ଡୀ ଟ୍ୱିଟ୍ କରି ତାଙ୍କ ସ୍ୱାସ୍ଥ୍ୟାବସ୍ଥା ସମ୍ପର୍କରେ ସୂଚନା ଦେଇଛନ୍ତି। ସେ ଲେଖିଛନ୍ତି,“ଏତେ ସାରା ଭଲ ପାଇବା ଏବଂ ଶୁଭ କାମନା ପାଇଁ ଧନ୍ୟବାଦ। ସୋନାଲିଙ୍କ ସ୍ୱାସ୍ଥ୍ୟାବସ୍ଥା ଏବେ ସ୍ଥିର ଅଛି। ତାଙ୍କର ଚିକିତ୍ସା ଚାଲିଛି। ଏହା ଏକ ଲମ୍ବା ଯାତ୍ରା ଏହାକୁ ଆମେ ସକାରାତ୍ମକ ଢଙ୍ଗରେ ଆରମ୍ଭ କରିଛୁ।”
ଗତ କିଛି ଦିନ ହେବ ସୋନାଲିଙ୍କର କେମୋ ଥେରାପୀ ଚାଲିଛି। ସୋନାଲି ମଧ୍ୟ ନିଜ ସ୍ୱାସ୍ଥ୍ୟାବ୍ୟସ୍ଥା ସମ୍ପର୍କରେ ସୋଶାଲ୍ ମିଡିଆରେ ଅପଡେଟ୍ ଦେଇଛନ୍ତି। ଗତ କିଛି ଦିନ ତଳେ ସେ ତାଙ୍କ ଚୁଟି କାଟୁଥିବାର ଭିଡିଓ ସୋଶାଲ୍ ମିଡିଆରେ ଶେୟାର କରିଥିଲେ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Entertainment
ମଞ୍ଚରେ ଚଢ଼ିବେନି ସାହୁ ଭାଉଜ, ନିଶା ମହାରଣାଙ୍କ ଭଳି ନୃତ୍ୟାଙ୍ଗନା
ଯାତ୍ରା ମହାକୁମ୍ଭରେ ହେବନି ଅଶ୍ଲୀଳ ନୃତ୍ୟ। ଆଜି ଖଣ୍ଡଗିରି ଥାନା ପରିସରରେ ବସିଥିବା ବୈଠକରେ ଏଭଳି ନିଷ୍ପତ୍ତି ନିଆଯାଇଛି। ବାରମ୍ବାର ଅଭିଯୋଗ ପରେ ମଧ୍ୟ ଯାତ୍ରା ଜଗତକୁ କଳଙ୍କିତ କରୁଥିଲେ କିଛି ନୃତ୍ୟଶିଳ୍ପୀ।
Bollywood
ହାସ୍ୟ ଅଭିନେତା ଟିକୁଙ୍କୁ ହୃଦ୍ଘାତ! ହସ୍ପିଟାଲରେ ଭର୍ତ୍ତି
ତାଙ୍କୁ ମୁମ୍ବାଇ ସ୍ଥିତ ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଥିବା ସୂଚନା ମିଳିଛି।
Bollywood
ଆଉ ନାହାନ୍ତି ଫିଲ୍ମ ନିର୍ମାତା ପ୍ରୀତିଶ ନନ୍ଦୀ
୭୩ ବର୍ଷ ବୟସରେ ତାଙ୍କର ଦେହାନ୍ତ ହୋଇଛି। ବୁଧବାର ବିଳମ୍ବିତ ରାତିରେ ମୁମ୍ବାଇ ସ୍ଥିତ ବାସଭବନରେ ସେ ତାଙ୍କ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି।
Bollywood
‘ଏମର୍ଜେନ୍ସି’ ଦେଖିବାକୁ ପ୍ରିୟଙ୍କାଙ୍କୁ ନିମନ୍ତ୍ରଣ କଲେ କଙ୍ଗନା, ଜବାବ କ’ଣ ଥିଲା ଜାଣନ୍ତୁ
ଏମର୍ଜେନ୍ସି ସିନେମାରେ କଙ୍ଗନା ପୂର୍ବତନ ପ୍ରଧାନମନ୍ତ୍ରୀ ଇନ୍ଦିରା ଗାନ୍ଧିଙ୍କ ଭୂମିକାରେ ରହିଛନ୍ତି। ଏହା ଜାନୁଆରୀ ୧୭ରେ ରିଲିଜ ହେବାକୁ ଯାଉଛି।
Bollywood
ଅଭିନେତ୍ରୀ ପୁନମ ଢିଲୋଙ୍କ ଘରୁ ଚୋରି, ଯୁବକ ଗିରଫ
ଘର ରଙ୍ଗ ଦେବା ବାହାନାରେ ଆସି ଚୋରି କରିନେଲା ମୂଲ୍ୟବାନ ସାମଗ୍ରୀ।