Advertisment

ବଢ଼ିଲା କଳାକାରଙ୍କ ଭତ୍ତା; ୧୨୦୦ ନୁହେଁ, ୨୦୦୦ ଟଙ୍କା ପାଇବେ

ପୂର୍ବରୁ ଏହି ଯୋଜନାରେ ୫୦,୦୦୦ କଳାକାରମାନଙ୍କୁ ମାସିକ ୧୨୦୦ ଟଙ୍କା ଲେଖାଏଁ ପ୍ରଦାନ କରାଯାଉଥିଲା। ବର୍ତ୍ତମାନ ଏହି ଯୋଜନାର ଧାର୍ଯ୍ୟ ଲକ୍ଷ୍ୟ ୮୦,୦୦୦କୁ ବୃଦ୍ଧି କରାଯାଇଅଛି।

author-image
Manoranjan Sial
undefined

CM Naveen Patnaik

କଳାକାରଙ୍କ ହିତକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ‘ମୁଖ୍ୟମନ୍ତ୍ରୀ କଳାକାର ସହାୟତା ଯୋଜନା’ରେ କଳାକାରଙ୍କ ସହାୟତା ରାଶି ବୃଦ୍ଧି କରିଛନ୍ତି। ଏହି ଯୋଜନାରେ ହିତାଧିକାରୀମାନେ ଏବେ ମାସକୁ ୧୨୦୦ ପରିବର୍ତ୍ତେ ୨୦୦୦ ଟଙ୍କା ପାଇବେ। ୮୦ ବର୍ଷରୁ ଅଧିକ ବୟସର କଳାକାର ମାସକୁ ୨୫୦୦ ଟଙ୍କା ସହାୟତା ପାଇବେ। ଏହାଦ୍ୱାରା ରାଜ୍ୟର ୮୦ ହଜାର କଳାକାର ଉପକୃତ ହେବେ।

Advertisment

ପୂର୍ବରୁ ଏହି ଯୋଜନାରେ ୫୦,୦୦୦ କଳାକାରମାନଙ୍କୁ ମାସିକ ୧୨୦୦ ଟଙ୍କା ଲେଖାଏଁ ପ୍ରଦାନ କରାଯାଉଥିଲା। ବର୍ତ୍ତମାନ ଏହି ଯୋଜନାର ଧାର୍ଯ୍ୟ ଲକ୍ଷ୍ୟ ୮୦,୦୦୦କୁ ବୃଦ୍ଧି କରାଯାଇଛି। ଯାହାଦ୍ୱାରା ଆହୁରି ରାଜ୍ୟର ୩୦,୦୦୦ କଳାକାର ଏଥିରେ ଉପକୃତ ହୋଇପାରିବେ। ଉକ୍ତ ବର୍ଦ୍ଧିତ ସହାୟତା ରାଶି ଚଳିତ ଫେବୃଆରୀରୁ ଲାଗୁ କରାଯିବ। DBT ମାଧ୍ୟମରେ ଫେବୃଆରୀ ମାସ ୨୦ ତାରିଖରୁ ୨୫ ତାରିଖ ମଧ୍ୟରେ ପ୍ରଦାନ କରାଯିବ।

ଏହି ଯୋଜନାରେ ସହାୟତା ରାଶି ବୃଦ୍ଧି ଯୋଗୁ ଓଡ଼ିଶାର ବିଭିନ୍ନ ପ୍ରାନ୍ତରୁ ଅନେକ କଳାକାରମାନେ ଉପକୃତ ହେବେ। ଏହା ଦ୍ଵାରା ଆମର କଳାର ସଂରକ୍ଷଣ, ବିକାଶ, ପ୍ରଚାର ଓ ପ୍ରସାର ହେବା ସହିତ ଓଡ଼ିଶାର କଳା ଓ ସଂସ୍କୃତିକୁ ଏହା ରୁଦ୍ଧିମନ୍ତ ହେବ।

Advertisment
Bhubaneswar Entertainment