swarup Nayak
ପଞ୍ଚଭୂତରେ ଲୀନ ହେଲେ ସଙ୍ଗୀତ ନିର୍ଦ୍ଦେଶକ ସ୍ୱରୂପ ନାୟକ। କଟକ ସତୀଚଉରାରେ ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ଶେଷକୃତ୍ୟ ସଂପନ୍ନ କରାଯାଇଛି। ସ୍ୱରୂପଙ୍କୁ ତାଙ୍କ ବଡ଼ ଝିଅ ନିବୃତ୍ତି ନାୟକ ମୁଖାଗ୍ନି ଦେଇଛନ୍ତି। ତାଙ୍କର ଶେଷକୃତ୍ୟ ସଂପନ୍ନ ସମୟରେ ବହୁ ବିଶିଷ୍ଟ ବ୍ୟକ୍ତି ଉପସ୍ଥିତ ଥିଲେ।
ଗତକାଲି ସ୍ୱରୂପ ନାୟକଙ୍କର ପରଲୋକ ଘଟିଥିଲା। ବିଭିନ୍ନ ବର୍ଗ ତାଙ୍କ ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାର ପ୍ରତି ଗଭୀର ସମବେଦନା ଜଣାଇଛନ୍ତି। ୧୯୪୭ ମସିହା ଫେବ୍ରୁଆରୀ ୮ ତାରିଖରେ ଜନ୍ମ ହୋଇଥିବା ସ୍ୱରୂପ ଏକାଧାରରେ ଜଣେ ସଙ୍ଗୀତକାର, ଗୀତିକାର, ପ୍ରଚ୍ଛଦପଟ୍ଟ ଗାୟକ ଓ ଅଭିନେତା ଥିଲେ।
୫୦ ରୁ ଅଧିକ ଓଡ଼ିଆ ଚଳଚ୍ଚିତ୍ର ପାଇଁ ସଙ୍ଗୀତ ନିର୍ଦ୍ଦେଶନା ଦେଇଥିଲେ ସ୍ୱରୂପ। ସେ ପ୍ରାୟ ୩୦ଟି ଫିଲ୍ମ ପାଇଁ ଗୀତ ଲେଖିଥିଲେ। ୬ଟି ଫିଲ୍ମରେ ସେ ଅଭିନୟ କରିଥିଲେ। ସେହିପରି ୬ଟି ଫିଲ୍ମରେ ଗୀତ ଗାଇ ଥିଲେ।
୧୯୬୨ ମସିହାରେ ରିଲିଜ ହୋଇଥିବା ‘ଜୟଦେବ’ ଚଳଚ୍ଚିତ୍ରରେ ସ୍ୱରୂପ ଶିଶୁ କଳାକାର ଭାବେ ଅଭିନୟ କରିଥିଲେ। ୧୯୮୪ ମସିହାର ପ୍ରଶାନ୍ତ ନନ୍ଦଙ୍କ ଚଳଚ୍ଚିତ୍ର ‘ହୀରାନୀଳା’ରେ ସେ ପ୍ରଥମେ ସଙ୍ଗୀତ ନିର୍ଦ୍ଦେଶକ ଭାବେ କାର୍ଯ୍ୟ କରିଥିଲେ।
ସହର ଜଳୁଛି, ଲାଲ୍ ପାନ୍ ବିବି, ଉଦଣ୍ଡୀ ସୀତା, ସିନ୍ଦୂର ନୁହେଁ ଖେଳଘର, ମନ ରହିଗଲା ତୁମଠାରେ, ପୁଅ ମୋର ଭୋଳା ଶଙ୍କର, ଆଇ ଲଭ୍ ୟୁ, ଶାଶୁ ଘର ଚାଲିଯିବି, ଜୀବନ ମୃତ୍ୟୁ ଓ କଥାନ୍ତର ଭଳି ଚଳଚ୍ଚିତ୍ରରେ ସ୍ୱରୂପ ନାୟକ ସଙ୍ଗୀତ ନିର୍ଦ୍ଦେଶନା ଦେଇଥିଲେ।
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
Follow Us/odisha-reporter/media/post_attachments/uploadimage/library/16_9/16_9_0/IMAGE_1698478322.jpg)