ଆଜି ମାଘ ଶୁକ୍ଳ ଦ୍ୱାଦଶୀ । ଏହି ଅବସରରେ ପୁରୀ ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ଶ୍ରୀଜିଉଙ୍କ ବନକଲାଗି ନୀତି। ଶ୍ରୀମୁଖ ଶୃଙ୍ଗାର କରିବେ ଦତ୍ତ ମହାପାତ୍ର ସେବାୟତ। ଶ୍ରୀଜିଉଙ୍କ ବନକଲାଗି ପାଇଁ ଶ୍ରୀମନ୍ଦିରରେ ୩ ଘଣ୍ଟା ଧରି ବନ୍ଦ ରହିବ ସର୍ବସାଧାରଣ ଦର୍ଶନ।
ଦ୍ୱିତୀୟ ଭୋଗମଣ୍ଡପ ଉଠିବା ପରେ ଦତ୍ତମହାପାତ୍ର ସେବକମାନେ ଶ୍ରୀମନ୍ଦିର ଗର୍ଭଗୃହକୁ ପ୍ରବେଶ କରି ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରିବେ। ହିଙ୍ଗୁଳ, ହରିତାଳ, କସ୍ତୁରୀ, ନାଲି, ଧଳା ଓ କଳା ଆଦି ପାରମ୍ପରିକ ରଙ୍ଗ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଯୋଗାଇ ଦିଆଯାଇଛି।
Also Read
ଏହା ଏକ ଗୁପ୍ତ ନୀତି ହୋଇଥିବାରୁ ସନ୍ଧ୍ୟା ୬ଟାରୁ ରାତ୍ର ୯ଟା ଯାଏ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି।
ବନକଲାଗି ନୀତି ପରେ ଠାକୁରଙ୍କୁ ମହାସ୍ନାନ କରାଯାଇ ପୁନର୍ବାର ଦର୍ଶନ ସହ ଅନ୍ୟ ନୀତିକାନ୍ତି ଆରମ୍ଭ ହେବ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Events & Festivals
ବରଗଡ଼ ଧନୁଯାତ୍ରା: କଂସ ଭୂମିକାରେ ଅଭିନୟ କରିବେ ଭୁବନେଶ୍ୱର ପ୍ରଧାନ
ଭୁବନେଶ୍ୱର ପ୍ରଧାନ ପୂର୍ବରୁ ବିଶ୍ଵ ପ୍ରସିଦ୍ଧ ବରଗଡ଼ ଧନୁଯାତ୍ରା ମହୋତ୍ସବରେ କଂସ ଭୂମିକାରେ ଅଭିନୟ କରି ସାରିଛନ୍ତି।
Accident
ଦୁଇଟି ବାଇକ୍କୁ ଧକ୍କା ଦେଇ ଓଲଟିଲା ପିକ୍ଅପ୍ ଭ୍ୟାନ୍, ୮ ଷଣ୍ଢ ମୃତ
ଦୁଇଟି ବାଇକ୍କୁ ଧକ୍କା ଦେଇ ଏକ ପିକ୍ଅପ୍ ଓଲଟି ପଡ଼ିବାରୁ ୮ ଷଣ୍ଢଙ୍କ ମୃତ୍ୟୁ ଘଟିଛି।
Events & Festivals
ବାଲୁକା କଳା ଉତ୍ସବ ପାଇଁ ସଜେଇ ହେଉଛି ଚନ୍ଦ୍ରଭାଗା ବେଳାଭୂମି
ଡିସେମ୍ବର ୧ ତାରିଖଠାରୁ ୫ ତାରିଖ ପର୍ଯ୍ୟନ୍ତ ୫ ଦିନ ଧରି ଚନ୍ଦ୍ରଭାଗାର ସ୍ୱର୍ଣ୍ଣାଭ ବେଳାଭୂମିରେ ଆୟୋଜିତ ହେବାକୁ ଯାଉଛି ୧୪ତମ ଆନ୍ତର୍ଜାତୀକ ବାଲୁକା କଳା ଉତ୍ସବ। ସେଥିପାଇଁ ଚନ୍ଦ୍ରଭାଗା ବେଳାଭୂମି ବେଶ ଉତ୍ସବ ମୁଖର ହୋଇଛି।
Events & Festivals
ବିଶ୍ୱ ଏଡସ୍ ଦିବସ: ଧାରଣା ଓ ବାସ୍ତବତା
ପ୍ରତିବର୍ଷ ଡିସେମ୍ବର ୧କୁ ବିଶ୍ୱ ଏଡସ୍ ଦିବସ ରୂପେ ପାଳନ କରାଯାଉଛି।
Events & Festivals
ଆଜି ଶ୍ରୀଜିଉଙ୍କ ବନକଲାଗି ନୀତି, ୫ ଘଣ୍ଟା ଦର୍ଶନ ବନ୍ଦ
ହିଙ୍ଗୁଳ, ହରିତାଳ, କସ୍ତୁରୀ, ନାଲି, ଧଳା ଓ କଳା ଭଳି ପାରମ୍ପରିକ ରଙ୍ଗରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରାଯିବ। ।