Advertisment

ଆଜିି ଶ୍ରୀଜିଉଙ୍କ ବନକଲାଗି ନୀତି, ୩ ଘଣ୍ଟା ଦର୍ଶନ ବନ୍ଦ

ଶ୍ରୀଜିଉଙ୍କ ବନକଲାଗି ପାଇଁ ଶ୍ରୀମନ୍ଦିରରେ ୩ ଘଣ୍ଟା ଧରି ବନ୍ଦ ରହିବ ସର୍ବସାଧାରଣ ଦର୍ଶନ।

Puri

Puri

Advertisment

ଆଜି ଫାଲଗୁନ ଶୁକ୍ଲ ଚତୁର୍ଥୀ। ଏ ଅବସରରେ ଆଜି ପୁରୀ ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଶ୍ରୀମୁଖ ଶୃଙ୍ଗାର କରିବେ ଦତ୍ତ ମହାପାତ୍ର ସେବାୟତ। ଶ୍ରୀଜିଉଙ୍କ ବନକଲାଗି ପାଇଁ ଶ୍ରୀମନ୍ଦିରରେ ୩ ଘଣ୍ଟା ଧରି ବନ୍ଦ ରହିବ ସର୍ବସାଧାରଣ ଦର୍ଶନ।

Advertisment

ଦ୍ୱିତୀୟ ଭୋଗମଣ୍ଡପ ଉଠିବା ପରେ ଦତ୍ତମହାପାତ୍ର ସେବକମାନେ ଶ୍ରୀମନ୍ଦିର ଗର୍ଭଗୃହକୁ ପ୍ରବେଶ କରି ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରିବେ। ହିଙ୍ଗୁଳ, ହରିତାଳ, କସ୍ତୁରୀ, ନାଲି, ଧଳା ଓ କଳା ଆଦି ପାରମ୍ପରିକ ରଙ୍ଗ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଯୋଗାଇ ଦିଆଯାଇଛି।

ଏହା  ଗୁପ୍ତ ନୀତି ହୋଇଥିବାରୁ ସନ୍ଧ୍ୟା ୬ଟାରୁ ରାତ୍ର ୯ଟା ଯାଏ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି।
ବନକଲାଗି ନୀତି ପରେ ଠାକୁରଙ୍କୁ ମହାସ୍ନାନ କରାଯାଇ ପୁନର୍ବାର ଦର୍ଶନ ସହ ଅନ୍ୟ ନୀତିକାନ୍ତି ଆରମ୍ଭ ହେବ।

Advertisment
Puri Puri Shreemandir
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe