Advertisment

ଆଜିି ଶ୍ରୀଜିଉଙ୍କ ବନକଲାଗି ନୀତି, ୪ଘଣ୍ଟା ଦର୍ଶନ ବନ୍ଦ

ବନକଲାଗି ନୀତି ଗୁପ୍ତନୀତି ହୋଇଥିବାରୁ ଏହି ସମୟରେ ଚତୁର୍ଦ୍ଧା ମୂରତିଙ୍କ ସାଧାରଣ ଦର୍ଶନ ବନ୍ଦ ରହିବ।

author-image
Tapaswini Nayak
Puri

Puri

ଆଜି ଶ୍ରୀଜିଉଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଏହି ଗୁପ୍ତ ନୀତି ପାଇଁ ୪ ଘଣ୍ଟା ଧରି ଶ୍ରୀଜିଉଙ୍କ ସାଧାରଣ ଦର୍ଶନ ବନ୍ଦ ରହିବ। ଭକ୍ତମାନେ ସନ୍ଧ୍ୟା ୬ରୁ ରାତି ୧୦ଟା ଯାଏ ମହାପ୍ରଭୁଙ୍କ ଦର୍ଶନରୁ ବଞ୍ଚିତ ହେବେ।

Advertisment

ବନକଲାଗି ନୀତି ଗୁପ୍ତନୀତି ହୋଇଥିବାରୁ ଏହି ସମୟରେ ଚତୁର୍ଦ୍ଧା ମୂରତିଙ୍କ ସାଧାରଣ ଦର୍ଶନ ବନ୍ଦ ରହିବ। କିନ୍ତୁ ପାର୍ଶ୍ୱ ଦେବାଦେବୀଙ୍କ ଦର୍ଶନ କରିପାରିବେ ଭକ୍ତ। ବନକଲାଗି ନୀତି ପାଇଁ ଜୟ ବିଜୟ ଦ୍ୱାର ବନ୍ଦ ରହିବ। ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ପରେ ବନକଲାଗି ନୀତି ଆରମ୍ଭ ହେବ।

ବିଭିନ୍ନ ପ୍ରାକୃତିକ ରଙ୍ଗରେ ମହାପ୍ରଭୁଙ୍କୁ ବନକଲାଗି କରାଯାଇଥାଏ। ଦତ୍ତ ମହାପାତ୍ର ସେବକମାନେ ଏହି ନୀତି କରିଥାନ୍ତି। ହିଙ୍ଗୁଳ, ହରିତାଳ, କସ୍ତୁରୀ, ନାଲି, ଧଳା ଓ କଳା ଭଳି ପାରମ୍ପରିକ ରଙ୍ଗରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରାଯିବ। 

Advertisment
Puri Shreemandir Puri