Advertisment

ଆଜି ଦୋଳ ପୂର୍ଣ୍ଣିମା; ଫଗୁ ଖେଳିବେ ଶ୍ରୀଜିଉ

ଆଜି ଭକ୍ତ ଓ ଭଗବାନ ଏକାକାର ହୋଇ ହୋଲି ଖେଳିବେ।

Puri

Puri

Advertisment

ଆଜି ଦୋଳ ପୂର୍ଣ୍ଣିମା। ଅଥାର୍ତ ମହାପ୍ରଭୁଙ୍କର ଦ୍ୱାଦଶ ଯାତ୍ରା ମାନଙ୍କ ମଧ୍ୟରେ ଏହା ଅନ୍ୟତମ ଯାତ୍ରା। ଏଥିପାଇଁ  ଆଜି ଶ୍ରୀମନ୍ଦିରରେ ସ୍ୱତନ୍ତ୍ର ନୀତିାକାନ୍ତି ହେବ। ମହାପ୍ରଭୁ ମହଣ ମହଣ ସ୍ୱର୍ଣ୍ଣ ଅଳଙ୍କାରରେ ବିଭୂଷିତ ହୋଇ ସହ ଫଗୁ ଖେଳିବେ। ଘଣ୍ଟଘଣ୍ଟା, ଶଂଙ୍ଖ ହୁଳହୁଳିରେ ପ୍ରକମ୍ପିତ ହେବ ପରିବେଶ। ଆଜି ଭକ୍ତ ଓ ଭଗବାନ ଏକାକାର ହୋଇ ହୋଲି ଖେଳିବେ।

Advertisment

ଶ୍ରୀମନ୍ଦିରରୁ ଖଇକୋରା ପ୍ରସାଦ ପାଇ ଦୋଳଗୋବିନ୍ଦ, ଶ୍ରୀଦେବୀ ଭୂଦେବୀ ଦୋଳବେଦୀକୁ ବିଜେ କରିବା ସମୟରେ ଏଭଳି ନିଆରା ଦୃଶ୍ୟକୁ ବେଶ୍ ଉପଭୋଗ କରିଥାନ୍ତି ଭକ୍ତ। ଆଜି ରତ୍ନସିଂହାସନରୁ ମହାପ୍ରଭୁ ରାଜାଧିରାଜ ଅର୍ଥାତ ସ୍ୱର୍ଣ୍ଣ ଅଳଙ୍କାରରେ ବିଭୂଷିତ ହୋଇ ସୁନା ବେଶରେ ଭକ୍ତଙ୍କୁ ଦର୍ଶନ ଦେବେ।

ସେହିପରି ଆଜି ଦୋଳପୂର୍ଣିମାରେ ଦୋଳବେଦୀରେ ଝୁଲିବେ ଦୋଳଗୋବିନ୍ଦ। ସକାଳ ଧୂପ ପରେ ବିମାନରେ ବିଜେ ହୋଇ ବିରାଟ ଶୋଭାଯାତ୍ରାରେ ଫଗୁ ଅବିର ଭକ୍ତଙ୍କ ସହ ଖେଳି  ଦୋଳବେଦୀରେ ବିରାଜମାନ ହେବେ।

Advertisment

 ଅନ୍ୟପକ୍ଷରେ ଗାଁ ଗାଁରେ ଜମୁଛି ଦୋଳ ମେଲଣ। ଗାଁକୁ ଗାଁ, ସାହିକୁ ସାହି ବୁଲି ବୁଲି ଭୋଗ ଖାଇବା ସହ ରଙ୍ଗବେରଙ୍ଗ ଅବିରରେ ହୋଲି ଖେଳୁଛନ୍ତି ଦୋଳ ଗୋବିନ୍ଦ। ଆସନ୍ତାକାଲି ହୋଲି ଥିବା ବେଳେ ରଙ୍ଗର ଏହି ପର୍ବକୁ ବେଶ ଉତ୍ସାହର ସହ ପାଳନ କରିବେ ଲୋକେ।

Puri Shreemandir Puri
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe