Advertisment

ଆଜି ନୂଆଖାଇ, ମା’ଙ୍କ ପାଖରେ ଲାଗି ହେବ ନବାନ୍ନ

ସମ୍ବଲପୁରର ଅଧିଷ୍ଠାତ୍ରୀ ଦେବୀ ମା’ ସମଲେଶ୍ୱରୀଙ୍କ ନିକଟରେ ଆଜି ଲାଗି ହେବ ନବାନ୍ନ।

ଅଦ୍ୟତନ ହୋଇଛି
maa samaleswari

maa samaleswari

Advertisment

ଆଜି ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଖାଇ। ଏଥିଲାଗି ଗାଁଠୁ ସହର ଚଳଚଞ୍ଚଳ। ସମ୍ବଲପୁରର ଅଧିଷ୍ଠାତ୍ରୀ ଦେବୀ ମା’ ସମଲେଶ୍ୱରୀଙ୍କ ନିକଟରେ ଆଜି ଲାଗି ହେବ ନବାନ୍ନ। ଏହାପରେ ଘରେ ଘରେ ନୂଆ ଖାଇବେ ସମସ୍ତେ।

Advertisment

ଏହାସହ  ନିଜର ନୂଆ ଫସଲକୁ ଇଷ୍ଟ ଦେବାଦେବୀଙ୍କୁ ଅର୍ପଣ କରିବ ଚାଷୀ।  ଆଜି ପୂବାହ୍ନ ୧୦ଟା ୨୭ ମିନିଟରୁ ୧୦ଟା ୪୨ ମିନିଟ୍ ମଧ୍ୟରେ ସମ୍ବଲପୁରର ଅଧିଷ୍ଠାତ୍ରୀ ଦେବୀ  ମା’ ସମଲେଶ୍ୱରୀଙ୍କ ନିକଟରେ ନବାନ୍ନ ଅର୍ପଣ କରାଯିବ।

ନୂଆଖାଇ ପାଇଁ ଘରେ ଲିପା ପୋଛା ସାଂଗକୁ ରଙ୍ଗ ଲଗାଯାଇଛି। ପୂରା ପରିବାର ପାଇଁ ନୂଆ ଡ୍ରେସ କିଣାଯାଇଛି। ପରିବାର ସଦସ୍ୟ ଯିଏ ଯେଉଁଠି ଥିଲେ, ଘରକୁ ଆସିଗଲେଣି। ସମସ୍ତେ ମିଶି  ଏକାଠି ନୂଆ ଖାଇବା ପରେ ଆରମ୍ଭ ହେବ ଭେଟଘାଟ କାର୍ଯ୍ୟକ୍ରମ। ଘରର ବଡ ମାନଙ୍କୁ ଜୁହାର କରି ମୁଣ୍ଡିଆ ମାରି ଆଶୀର୍ବାଦ ନେବେ ସମସ୍ତେ।

Advertisment

ପୁରୀ ବେଳାଭୂମିରେ ବାଲୁକାକଳାରେ ନୂଆଖାଇର ଶୁଭେଚ୍ଛା ଜଣାଇଛନ୍ତି ବାଲୁକାଶିଳ୍ପୀ ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକ। ଏହାସହ  ବାଲୁକା
କଳା ମାଧ୍ୟମରେ ନୁଆଖାଇ ଜୁହାରର ଶାନ୍ତି, ମୈତ୍ରୀ ଓ ଭାଇଚାରାର ବାର୍ତ୍ତା ଦେଇଛନ୍ତି।

Sambalpur
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe