/odisha-reporter/media/post_attachments/uploadimage/library/16_9/16_9_0/IMAGE_1706322071.jpg)
samalei temple
ଆଜି ଲୋକାର୍ପଣ ହେବ ସମଲେଇ ପ୍ରକଳ୍ପ। ସମ୍ବଲପୁରରେ ହୋଇଥିବା ମା’ ସମଲେଇ ପ୍ରକଳ୍ପକୁ ଆନୁଷ୍ଠାନିକ ଭାବେ ଉଦଘାଟନ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଆଜି ଦିନ ୧୨ଟା ସମୟରେ ଜମାଦାରପାଲି ଏୟାରଷ୍ଟ୍ରିପ୍ ରେ ମୁଖ୍ୟମନ୍ତ୍ରୀ ବିମାନ ଯୋଗେ ପହଞ୍ଚିବେ। ସେଠାରୁ ସମଲେଇ ମନ୍ଦିରକୁ ଯାଇ ଅପରାହ୍ନ୧୨ଟା ୩୦ ମିନିଟରେ ପହଞ୍ଚିବାର କାର୍ଯ୍ୟକ୍ରମ ରହିଛି।
Advertisment
ମନ୍ଦିର ପରିସରରେ ପ୍ରାୟ ଦେଢ ଘଣ୍ଟା ରହଣି କାର୍ଯ୍ୟକ୍ରମ ରହିଛି। ଗତକାଲି ହଜାରେରୁ ଅଧିକ ମହିଳା ମହାନଦୀରୁ ଜଳ କୁମ୍ଭ ଧରି କଳସ ଯାତ୍ରା କରି ସମଲେଇ ମନ୍ଦିରକୁ ଯାଇଥିଲେ। ମନ୍ଦିରରେ ନଡ଼ିଆ କଳସ ଗୁଡିକୁ ରଖାଯାଇଛି।
ଯଜ୍ଞ କୁଣ୍ଡରେ ଆଜିଠାରୁ ହୋମ ଯଜ୍ଞ ଆରମ୍ଭ ହେବ। ସମଲେଇ ପ୍ରକଳ୍ପ ଲୋକାର୍ପଣ ଓ ସ୍ୱତନ୍ତ୍ର ଦେବ ନୀତି ପାଇଁ ଆଜି ସକାଳ ୯ଟାରୁ ଦିନ ୨ଟା ପର୍ଯ୍ୟନ୍ତ ସମଲେଇ ମନ୍ଦିରରେ ସାଧାରଣ ଦର୍ଶନ ବନ୍ଦ ରହିବ। ଆଜି ସାରା ରାଜ୍ୟରେ ସମସ୍ତ ସ୍କୁଲ କଲେଜକୁ ପୂର୍ବରୁ ବନ୍ଦ ଘୋଷଣା କରାଯାଇଛି।
Advertisment
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
