Advertisment

ଉତ୍ସବ ମୁଖର ଶ୍ରୀକ୍ଷେତ୍ର ପୁରୀ; ଆଜି ଲୋକାର୍ପିତ ହେବ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ

ସାଢ଼େ ଗୋଟାଏରୁ ୨ଟା ମଧ୍ୟରେ ଗଜପତି ମହାରାଜା ଦିବ୍ୟସିଂହ ଦେବଙ୍କ ଦ୍ୱାରା ସଂପନ୍ନ ହେବ ତ୍ରିଦିନାତ୍ମକ ଯଜ୍ଞରେ ପୂର୍ଣ୍ଣାହୂତି।

author-image
Tapaswini Nayak
ଅଦ୍ୟତନ ହୋଇଛି
puri

puri

ଆଜି ଲୋକାର୍ପିତ ହେବ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ। ଅପରାହ୍ନ ଗୋଟାଏ ୧୫ରୁ ସାଢ଼େ ଗୋଟାଏ ମଧ୍ୟରେ ଶୁଭଲଗ୍ନରେ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ଲୋକାର୍ପଣ କରିବେ ମୁଖ୍ୟମନ୍ତ୍ରୀ। ପରେ ସାଢ଼େ ଗୋଟାଏରୁ ୨ଟା ମଧ୍ୟରେ ଗଜପତି ମହାରାଜା ଦିବ୍ୟସିଂହ ଦେବଙ୍କ ଦ୍ୱାରା ସଂପନ୍ନ ହେବ ତ୍ରିଦିନାତ୍ମକ ଯଜ୍ଞରେ ପୂର୍ଣ୍ଣାହୂତି।

Advertisment

ହୋମ ଯଜ୍ଞ ସରିବା ପରେ ଅନ୍ତଃ ପ୍ରଦକ୍ଷିଣ ପଥରେ ଅଧଘଣ୍ଟା ଧରି ଚାଲିବ ନାମ ସଂକୀର୍ତ୍ତନ ଶୋଭାଯାତ୍ରା। ଏହା ଆଗରୁ ପଞ୍ଚକର୍ମ, ଶାଳା ପ୍ରବେଶ ଓ ନୂତନ ନିର୍ମାଣ ସ୍ଥଳରେ ସଂସ୍କାରିତ ଜଳ ସିଞ୍ଚନ ହୋଇଛି। ଚାରି ଦ୍ୱାରରେ ବେଦ ପାଠ ବି କରାଯାଇଛି। ଲୋକାର୍ପଣ ଉତ୍ସବ ପାଇଁ ସବୁ ପ୍ରସ୍ତୁତି ସରିଛି।

ଅନ୍ୟପକ୍ଷରେ ପୁରୀ ସମୁଦ୍ର ବେଳାଭୂମିରେ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ଆକର୍ଷଣୀୟ ବାଲୁକା କଳା କରିଛନ୍ତି ଶିଳ୍ପୀ ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକ। ଆଜି ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଲୋକାର୍ପଣ ହେବାକୁ ଥିବାବେଳେ ତା ପୂର୍ବରୁ ସୁଦର୍ଶନଙ୍କ ଏ ବାଲୁକା କଳା ଦେଖିବାକୁ ବେଳାଭୂମିରେ ଭିଡ଼ ଲାଗିଛି।

Advertisment

ଆନ୍ତର୍ଜାତିକ ବାଲୁକା ଶିଳ୍ପୀ ମାନସ କୁମାର ସାହୁ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ଲୋକାର୍ପଣ ଉତ୍ସବକୁ ସ୍ୟାଣ୍ଡ ଆନିମେସନରେ ନିଖୁଣ ଭାବରେ ଚିତ୍ରଣ କରିଛନ୍ତି। ମହାରାଜ ଶ୍ରୀ ଦିବ୍ୟସିଂହ ଦେବ ଗୁଆ ଚାଉଳ ଦେଇ ରାଜଗୁରୁଙ୍କୁ ବରଣ, ବ୍ରାହ୍ମଣଙ୍କ ଦ୍ୱାରା ଅଂକୁର ରୋପଣ, ତ୍ରିଦେବଙ୍କ ଆବାହନ ସ୍ୟାଣ୍ଡ ଆନିମେସନରେ ସ୍ଥାନ ପାଇଛି।

ମହାରାଜ ଦିବ୍ୟସିଂହ ଦେବ ଯଜ୍ଞର ପୂର୍ଣ୍ଣାହୁତି ଦେବା ସହିତ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ହାତରେ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଲୋକାର୍ପଣର ଦୃଶ୍ୟ ମଧ୍ୟ ରହିଛି ଏହି ଆନିମେସନ ଭିଡ଼ିଓରେ। ୩ ମିନିଟ ୩୯ ସେକେଣ୍ଡର ଏହି ଭିଡିଓ ପ୍ରସ୍ତୁତ କରିବାକୁ ୧୫ ଘଣ୍ଟା ଲାଗିଥିଲା ବୋଲି କହିଛନ୍ତି ମାନସ ସାହୁ।

Puri Shreemandir Puri