Puri
ଆଜି ହେଉଛି ପବିତ୍ର ସୁନିଆ ଉତ୍ସବ। ଆଜିଠାରୁ ଗଜପତି ମହାରାଜାଙ୍କର ୬୭ ଅଙ୍କ ଆରମ୍ଭ ହେବ। ସୁନିଆ ଅବସରରେ ଶ୍ରୀନହର ପ୍ରାଙ୍ଗଣରେ ଥିବା କନକ ଦୂର୍ଗାଙ୍କ ମନ୍ଦିରରେ ବିଶେଷ ପୂଜାର୍ଚ୍ଚନା କରାଯିବ।
କନକଦୂର୍ଗା, ଶ୍ୟାମାକାଳୀ, ରାଧାକୃଷ୍ଣ ଓ ନୃସିଂହ ଆଦି ଦେବାଦେବୀଙ୍କୁ ପୂଜାର୍ଚ୍ଚନା କରିବେ ଗଜପତି ମହାରାଜ। ଗଜପତିଙ୍କର ଏହି ପୂଜାକୁ ଦେବାର୍ଚ୍ଚନା କୁହାଯାଏ। ଦେବାର୍ଚ୍ଚନା ଓ ମଙ୍ଗଳାର୍ପଣ ପରେ ଶ୍ରୀନହରରେ ସୁନିଆର ବିଶେଷ ପର୍ବ ଆରମ୍ଭ ହେବ।
ଗଜପତିଙ୍କ ଉପସ୍ଥିତିରେ ଶ୍ରୀନହରରେ ଅଙ୍କ କଟା ନିତି ସମ୍ପାଦନ କରାଯିବ। ଏହି ଅବସରରେ ଶ୍ରୀନହର ପକ୍ଷରୁ ନୂତନ ଅଙ୍କ ପାଇଁ ଏକ ସ୍ୱର୍ଣ୍ଣ ମୁଦ୍ରା ପ୍ରଚଳନ କରାଯିବ। ରାଜଗୁରୁଙ୍କ ଉପସ୍ଥିତିରେ ବରାହ ନୃସିଂହ, ଲକ୍ଷ୍ମୀ ନୃସିଂହ ଆଦି ଦେବା ଦେବୀଙ୍କ ଚିହ୍ନ ଥିବା ମୁଦ୍ରାକୁ ନହର କରଣ ପ୍ରଚଳନ କରାଇବା ସହ ଗଜପତି ମହାରାଜ ଏହାକୁ ଘୋଷଣା କରିବେ।
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
Follow Us/odisha-reporter/media/post_attachments/uploadimage/library/16_9/16_9_0/Puri_1693793113.jpg)