Advertisment

ଆଜି ପବିତ୍ର ଜନ୍ମାଷ୍ଟମୀ, ପୁରପଲ୍ଲୀ କୃଷ୍ଣମୟ

ବିଧି ଅନୁସାରେ ସାଗ, ତରକାରୀ, ପିଠା, ଝିଲି, ଖିରି ଆଦି ରୋଷଘରୁ ଆସି ଅଣସର ପିଣ୍ଡିରେ ରଖାଯିବ। ମୁଦିରସ୍ତ ସେବାୟତ ମହାପ୍ରଭୁଙ୍କ ଶ୍ରୀଅଙ୍ଗରେ ପ୍ରସାଦ ଲାଗି କରିବେ। ପୂଜାପଣ୍ଡା ସାମନ୍ତ, ପତି ମହାପାତ୍ର ଓ ମୁଦିରସ୍ତ ତିନିବାଡରେ ବନ୍ଦାପନା କରିବେ।

janmastami

janmastami

Advertisment

ଆଜି ଭାଦ୍ରବ ମାସ କୃଷ୍ଣପକ୍ଷ ଅଷ୍ଟମୀ ତିଥି। ପବିତ୍ର ଜନ୍ମାଷ୍ଟମୀ ତଥା ମହାପ୍ରଭୁ ଶ୍ରୀକୃଷ୍ଣଙ୍କ ଜନ୍ମ ଉତ୍ସବ। ଆଜି ସାରା ଦେଶରେ ବିଶେଷ କରି ବୈଷ୍ଣବ ଧର୍ମାବଲମ୍ବୀ ଶ୍ରଦ୍ଧାଳୁମାନେ ବେଶ ଉତ୍ସାହର ସହ ପାଳିବେ ନନ୍ଦଲାଲାଙ୍କ ଜନ୍ମୋତ୍ସବ। ମଥୁରା ଓ ବୃନ୍ଦାବନରେ ଭକ୍ତିମୟ ପରିବେଶରେ ମହାପ୍ରଭୁଙ୍କ ଆବାହନ କରାଯିବ।

Advertisment

ଏହି ଅବସରରେ ଆଜି ପୁରୀ ଶ୍ରୀମନ୍ଦିରରେ ମଧ୍ୟ ରହିଛି ସ୍ୱତନ୍ତ୍ର ନୀତିକାନ୍ତି। ଆଜି ଶ୍ରୀମନ୍ଦିରରେ ସନ୍ଧ୍ୟା ଆଳତି ସମୟରେ ଠାକୁରଙ୍କୁ ଛଅମୂର୍ତ୍ତି ଅଳଙ୍କାର ଲାଗି କରାଯିବ। ସନ୍ଧ୍ୟା ଧୂପ ପରେ ଜୟବିଜୟ ଦ୍ୱାର ବନ୍ଦ କରାଯିବ। ଟେରା ବନ୍ଧା ହେବାପରେ ମହାପ୍ରଭୁଙ୍କ ନିକଟରେ ସ୍ୱତନ୍ତ୍ର ଭୋଗରାଗ ଲାଗି କରାଯିବ।

ବିଧି ଅନୁସାରେ ସାଗ, ତରକାରୀ, ପିଠା, ଝିଲି, ଖିରି ଆଦି ରୋଷଘରୁ ଆସି ଅଣସର ପିଣ୍ଡିରେ ରଖାଯିବ। ମୁଦିରସ୍ତ ସେବାୟତ ମହାପ୍ରଭୁଙ୍କ ଶ୍ରୀଅଙ୍ଗରେ ପ୍ରସାଦ ଲାଗି କରିବେ। ପୂଜାପଣ୍ଡା ସାମନ୍ତ, ପତି ମହାପାତ୍ର ଓ ମୁଦିରସ୍ତ ତିନିବାଡରେ ବନ୍ଦାପନା କରିବେ।

Advertisment

ପବିତ୍ର ଜନ୍ମାଷ୍ଟମୀ ଅବସରରେ ପୁରୀ ସମୁଦ୍ରବେଳାଭୂମୀରେ ସୁନ୍ଦର ବାଲୁକା କଳା କରିଛନ୍ତି ଅନ୍ତର୍ଜାତୀୟ କ୍ଷାତି ସମ୍ପନ୍ନ ବାଲୁକାଶିଳ୍ପୀ ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକ। ଦେବକୀ ନନ୍ଦନଙ୍କ ଜନ୍ମଦିନ ପାଳନ ପୂର୍ବକ ଆଜି ସାରା ଦେଶରେ ଜନ୍ମାଷ୍ଟମୀ ପାଳନକରାଯାଉଥିବା ବେଳେ କୃଷ୍ଣ ଜନ୍ମକୁ ସମସ୍ତେ ଅପେକ୍ଷା କରିଛନ୍ତି।

ଏହି ଅବସରରେ ସୁଦର୍ଶନଙ୍କ ନିଆରା ବାଲୁକା କଳା ଦେଖିବା ପାଇଁ ପୁରୀ ବେଳାଭୂମୀରେ ଭ୍ରମଣ କରୁଥିବା ପର୍ଯ୍ୟଟକଙ୍କ ମଧ୍ୟରେ ବେସ୍ ଉତ୍ସାହ ଦେଖା ଦେଇଛି।

Bhubaneswar Janmastami
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe