ଧବଳେଶ୍ୱର ପୀଠରେ କାର୍ତ୍ତିକ ପଞ୍ଚକ ବ୍ରତ ଓ ବଡ଼ଓଷା ପାଇଁ ପ୍ରସ୍ତୁତି ଆରମ୍ଭ ହୋଇଛି। ଅକ୍ଟୋବର ୧୮ରୁ ନଭେମ୍ବର ୧୫ ଯାଏ ଧବଳେଶ୍ୱର ପୀଠରେ କାର୍ତ୍ତିକ ବ୍ରତ ପାଳନ ହେବ। ସେହିପରି ୧୨ ନଭେମ୍ବରରୁ ୧୫ ଯାଏ ୪ ଦିନ ଧରି ପଞ୍ଚକ ବ୍ରତ ପାଳନ କରାଯିବ।
୧୩ରେ ବଡ଼ଓଷା, ବଡ଼ସିଂହାର ବେଶରେ ଦର୍ଶନ ଦେବେ ବାବା ଧବଳେଶ୍ୱର। ୧୩ ରାତିରେ ଧବଳେଶ୍ୱରଙ୍କ ପାଖେ ଲାଗି ହେବ ଗଜଭୋଗ ଓ ତରଣ। ୧୪ ତାରିଖ ଭୋରରୁ ଶ୍ରଦ୍ଧାଳୁଙ୍କ ପାଇଁ ଗଜଭୋଗ ବିତରଣ କରାଯିବ।
Also Read
୧୫ ନଭେମ୍ବର କାର୍ତ୍ତିକ ବ୍ରତ ଶେଷ ସହ ବୋଇତ ଭସାଣ ହେବ। ଧବଳେଶ୍ଵରଙ୍କ ପୀଠରେ କାର୍ତ୍ତିକ ପଞ୍ଚକ ବ୍ରତ ଓ ବଡ଼ଓଷା ପାଇଁ କଟକ ଜିଲ୍ଲାପାଳ ଡି ସିନ୍ଧେ ଅଧ୍ୟକ୍ଷତାରେ ପ୍ରସ୍ତୁତି ଅନୁଷ୍ଠିତ ହୋଇଥିଲା। ଏହି ବୈଠକରେ ଏପରି ନିଷ୍ପତ୍ତି ହୋଇଛି।
କାର୍ତ୍ତିକ ବ୍ରତ ଓ ବଡ଼ ଓଷା ପାଇଁ ଧବଳେଶ୍ୱର ପୀଠରେ ପ୍ରବଳ ଭିଡ଼ ହେବ। ତେଣୁ ଏଥିପାଇଁ ସ୍ୱତନ୍ତ୍ର ଭାବେ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯିବ। ଶ୍ରଦ୍ଧାଳୁମାନଙ୍କ ଦର୍ଶନରେ ଯେମିତି କୌଣସି ଅସୁବିଧା ନ ହେବ, ସେଥିପାଇଁ ଧ୍ୟାନ ଦିଆଯିବ ବୋଲି ପ୍ରସ୍ତୁତ ବୈଠକରେ ନିଷ୍ପତ୍ତି ହୋଇଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Events & Festivals
ଆରମ୍ଭ ହେଲା ରଥଯାତ୍ରାର ଆଦ୍ୟ ପର୍ବ; ନୟାଗଡ଼ରେ ପହଞ୍ଚିଲା ଆଜ୍ଞାମାଳ
ଶ୍ରୀମନ୍ଦିର ପ୍ରଶାସନର ୩ ଜଣିଆ ପ୍ରତିନିଧି ଦଳ ମହାପ୍ରଭୁଙ୍କ ଆଜ୍ଞାମାଳ ନେଇ ନୟାଗଡ଼ରେ ପହଞ୍ଚିବା ପରେ ସମସ୍ତଙ୍କୁ ସ୍ୱାଗତ କରାଯାଇଛି।
Events & Festivals
ଆଜି ପବିତ୍ର ଧନୁ ସଂକ୍ରାନ୍ତି, ମହାପ୍ରଭୁଙ୍କଠାରେ ଲାଗିହେଲା ପହିଲି ଭୋଗ
ଆଜି ପବିତ୍ର ଧନୁ ସଂକ୍ରାନ୍ତ। ଆଜିଠୁ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ପହିଲି ଭୋଗ ଆରମ୍ଭ ହୋଇଛି।
Events & Festivals
ଗୌରବିହାର ଆଶ୍ରମରେ ରାଧାକୃଷ୍ଣଙ୍କ ପାଖରେ ଲାଗି ହେଲା ୮୫୧ ପ୍ରକାରର ବ୍ୟଞ୍ଜନ
ପୁରୀ ବେଳାଭୂମି ଠାରୁ ମାତ୍ର ୨ କିଲୋମିଟର ଦୂରରେ ଅବସ୍ଥିତ ଗୌଡ଼ୀୟ ସମ୍ପ୍ରଦାୟର ଆଶ୍ରମ ଗୌରବିହାର ଆଶ୍ରମ ବା ମାତା ମଠରେ ପ୍ରତି ବର୍ଷ ବ୍ୟଞ୍ଜନ ଦ୍ୱାଦଶୀ ପାଳିତ ହୋଇଆସୁଛି।
Events & Festivals
ବରଗଡ଼ ଧନୁଯାତ୍ରା: କଂସ ଭୂମିକାରେ ଅଭିନୟ କରିବେ ଭୁବନେଶ୍ୱର ପ୍ରଧାନ
ଭୁବନେଶ୍ୱର ପ୍ରଧାନ ପୂର୍ବରୁ ବିଶ୍ଵ ପ୍ରସିଦ୍ଧ ବରଗଡ଼ ଧନୁଯାତ୍ରା ମହୋତ୍ସବରେ କଂସ ଭୂମିକାରେ ଅଭିନୟ କରି ସାରିଛନ୍ତି।
Accident
ଦୁଇଟି ବାଇକ୍କୁ ଧକ୍କା ଦେଇ ଓଲଟିଲା ପିକ୍ଅପ୍ ଭ୍ୟାନ୍, ୮ ଷଣ୍ଢ ମୃତ
ଦୁଇଟି ବାଇକ୍କୁ ଧକ୍କା ଦେଇ ଏକ ପିକ୍ଅପ୍ ଓଲଟି ପଡ଼ିବାରୁ ୮ ଷଣ୍ଢଙ୍କ ମୃତ୍ୟୁ ଘଟିଛି।