Advertisment

ପରମ୍ପରା ଓ ଐତିହ୍ୟର ମୂକସାକ୍ଷୀ ବାଲିଯାତ୍ରା

ଉତ୍କଳୀୟ ନୌବାଣିଜ୍ୟର ମୂକସାକ୍ଷୀ ଭାବେ ଠିଆ ହୋଇଛି ବାଲିଯାତ୍ରା।

ଅଦ୍ୟତନ ହୋଇଛି
Bali yatra

Bali yatra

Advertisment

ଆମ ଓଡ଼ିଆମାନେ ବାରମାସରେ ତେର ପର୍ବ ପାଳନ କରିଥାନ୍ତି। ସେହିପରି ବାଲିଯାତ୍ରା ମଧ୍ୟ (ଡଙ୍ଗାଭସା ବା ବୋଇତ ବନ୍ଦାଣ ନାମରେ ମଧ୍ୟ ଜଣା)ଏକ ଓଡ଼ିଆ ପର୍ବ। ବାଲିଯାତ୍ରା ଓଡ଼ିଶାର ଗୌରବପୂର୍ଣ୍ଣ ଐତିହ୍ୟର ଯାତ୍ରା।

Advertisment

ବାଲିଯାତ୍ରା ଏପରି ଏକ ଗଣ ମହୋତ୍ସବ ଯାହା ଓଡ୍ର, କଳିଙ୍ଗ, ଉତ୍କଳ, ତୋଷାଳୀ, କଙ୍ଗୋଦ ଓ କୋଶଳର ସମନ୍ୱୟଭିତ୍ତିକ ଯାତ୍ରା। ଆଧୁନିକ ଓଡ଼ିଶା ହେଉଛି ଏସବୁର ପରିବର୍ତ୍ତିତ ରୂପ। ଏହି ଯାତ୍ରା କାର୍ତ୍ତିକ ମାସର ପୂର୍ଣ୍ଣିମାଠାରୁ ଆରମ୍ଭ ହୋଇଥାଏ। ପୂର୍ବରୁ ସାଧବ ପୁଅମାନେ ନିଜ ବୋଇତରେ ଜାଭା, ବାଲି, ସୁମାତ୍ରା,ବୋର୍ଣ୍ଣିଓ (ଏବେକାର ଇଣ୍ଡୋନେସିଆ) ଆଦି ସ୍ଥାନକୁ ବେପାର ବଣିଜ କରିବାକୁ ଯାଉଥିଲେ। ଏହି ସମୟକୁ ସାଧବମାନେ ବେପାର-ବଣିଜ ପାଇଁ ପ୍ରକୃଷ୍ଟ ସମୟ ଭାବୁଥିଲେ। କାରଣ ପବନର ଗତି ସେମାନଙ୍କ ଯାତ୍ରାକୁ ସହଜ କରୁଥିଲା ଯାହାର ସ୍ମୃତିରେ ଉପକୂଳ ଅଞ୍ଚଳମାନଙ୍କରେ ବାଲିଯାତ୍ରାର ଆୟୋଜନ କରାଯାଇଥାଏ। କାର୍ତ୍ତିକ ପୂର୍ଣ୍ଣିମାରୁ ଏହି ଯାତ୍ରା ଆରମ୍ଭ ହୋଇଥାଏ।  ଏହି ଦିନ ଓଡ଼ିଆମାନେ ଆକାମାବୈ ଗୀତ ବୋଲି ଡଙ୍ଗା ଭସାଇଥାନ୍ତି ଓ ଓଡ଼ିଶାର ଏହି ଅତୀତର ଇତିହାସକୁ ମନେ ପକାଇଥାନ୍ତି।

ବାଲିଯାତ୍ରା ଓ ବେପାର ବଣିଜ

କଟକଠାରେ ବାଲିଯାତ୍ରା ପ୍ରତି ବର୍ଷ ଗଡ଼ଗଡ଼ିଆ ଘାଟ ଓ ବାରବାଟି ଦୁର୍ଗ ନିକଟରେ ଅନୁଷ୍ଠିତ ହୋଇଥାଏ। ଏଠାକୁ ଓଡ଼ିଶା ଓ ଦେଶର ବିଭିନ୍ନ ପ୍ରାନ୍ତରୁ ଅନେକ ବ୍ୟବସାୟୀ ଆସିଥାନ୍ତି। ଆଠଦିନ ବ୍ୟାପି ଏହି ମହୋତ୍ସବରେ ଏକ ହଜାରରୁ ଊର୍ଦ୍ଧ୍ୱ ଷ୍ଟଲ ମାନ ବସାଯାଇ ହସ୍ତଶିଳ୍ପ,କାରୁକାର୍ଯ୍ୟ, ପାରମ୍ପାରିକ ଦ୍ରବ୍ୟ, ଘରୋଇ ଉପକରଣ, ଆସବାବପତ୍ର ଆଦି ବିକ୍ରିହୁଏ।

Advertisment

ବାଲିଯାତ୍ରାରେ କଟକ ପ୍ରସିଦ୍ଧ ଦହିବରା-ଆଳୁଦମ ଓ ଠୁଙ୍କାପୁରି ଇତ୍ୟାଦି ଖାଦ୍ୟ ବହୁସ୍ଥାନରେ ବିକ୍ରିହୁଏ। ଅନେକ ପ୍ରତିଭାଙ୍କୁ ଏହି ଉତ୍ସବରେ ସମ୍ବର୍ଦ୍ଧନା ଦିଆଯାଇଥାଏ।

Cuttack Bali Yatra
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe