Advertisment

ଆଜି ଶ୍ରୀଜିଉଙ୍କ ବନକଲାଗି ନୀତି; ୪ ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ

ପୌଷ କୃଷ୍ଣ ସପ୍ତମୀ ତିଥୀରେ ଆଜି ଅନୁଷ୍ଠିତ ହେବ ଶ୍ରୀବିଗ୍ରହଙ୍କ ବନକଲାଗି ନୀତି । ତେଣୁ ଆଜି ଶ୍ରୀମନ୍ଦିରରେ ୪ ଘଣ୍ଟା ସାଧାରଣ ଦର୍ଶନ ବନ୍ଦ ରହିବ ।

undefined

Puri Temple

Advertisment

ଶ୍ରୀମନ୍ଦିରରେ ଆଜି ମହାପ୍ରଭୁଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ । ପୌଷ କୃଷ୍ଣ ସପ୍ତମୀ ତିଥୀରେ ଆଜି ଅନୁଷ୍ଠିତ ହେବ ଶ୍ରୀବିଗ୍ରହଙ୍କ ବନକଲାଗି ନୀତି । ତେଣୁ ଆଜି ଶ୍ରୀମନ୍ଦିରରେ ୪ ଘଣ୍ଟା ସାଧାରଣ ଦର୍ଶନ ବନ୍ଦ ରହିବ ।

Advertisment

ମହାପ୍ରଭୁଙ୍କ ବନକଲାଗି ଅତ୍ୟନ୍ତ ଗୁପ୍ତ ଓ ସମୟ ସାପେକ୍ଷ ନୀତି। ଦ୍ୱିତୀୟ ଭୋଗ ମଣ୍ଡପ ଉଠିବା ପରେ ଠାକୁରମାନଙ୍କୁ ପହୁଡ଼ କରାଯାଇ ଏହି ନୀତି ଆରମ୍ଭ କରାଯାଏ। ଯାହାକି ଅତିକମ୍‌ରେ ୪ରୁ ୫ ଘଣ୍ଟା ଲାଗିଥାଏ।  ତେଣୁ ଆଜି ଶ୍ରୀମନ୍ଦିରରେ ଦ୍ୱିତୀୟ ଭୋଗମଣ୍ଡପ ଶେଷ ହେବା ପରେ ଅପରାହ୍ନ ୪ଟାରୁ ରାତି ୮ଟା ଯାଏଁ ସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି। 

ଏହା ଶ୍ରୀଜିଉଙ୍କ ଗୁପ୍ତ ନୀତି ହୋଇଥିବାରୁ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ କୁହାଯାଇଛି । ଏହି ଅବସରରେ ହିଙ୍ଗୁଳ, ହରିତାଳ, ଶଙ୍ଖ, କେଶର, କର୍ପୁର, କଇଥଅଠା, କସ୍ତୁରୀ ଓ କଳା ଇତ୍ୟାଦି ବ୍ୟବହାର କରି ଶ୍ରୀମୁଖ୍ୟ ଶୃଙ୍ଖାର କରିବାର ପରମ୍ପରା ରହିଛି । 

Advertisment

ଶ୍ରୀମନ୍ଦିର ଗର୍ଭଗୃହସ୍ଥ ରତ୍ନସିଂହାସନରେ ବିରାଜିତ ମହାପ୍ରଭୁ ଜଗନ୍ନାଥ, ବଡ଼ଭାଇ ବଳଭଦ୍ର ଓ ଭଉଣୀ ସୁଭଦ୍ରାଙ୍କ ମୁଖମଣ୍ଡଳର ଦୀପ୍ତି ବଢ଼ାଇବା ପାଇଁ ଶହ ଶହ ବର୍ଷ ଧରି ଅନୁଷ୍ଠିତ ହୋଇଆସୁଛି ଏହି ଗୁପ୍ତ ନୀତି। 

ଚଳିତ ବର୍ଷ ଆରମ୍ଭରୁ ଜଗତ ନିୟନ୍ତାଙ୍କୁ ଦେଖିବା ପାଇଁ ପୁରୀରେ ଶ୍ରଦ୍ଧାଳୁଙ୍କ ଭିଡ଼ ଜମୁଛି। ବର୍ଷର ପ୍ରଥମ ଦିନ ସୋମବାରରେ ସାଢେ ଚାରି ଲକ୍ଷରୁ ଅଧିକ ଶ୍ରଦ୍ଧାଳୁ ଜଗା ଦର୍ଶନ କରିଛନ୍ତି  । ଏଥି ସହିତ ନୂଆବର୍ଷରୁ ମନ୍ଦିରକୁ ପଲିଥିନ୍ ଜରି ସହ କିମ୍ବା ପାନ, ଗୁଟଖା ଖାଇ ପ୍ରବେଶକୁ ବ୍ୟାନ କରାଯାଇଛି। ଭକ୍ତଙ୍କ ପାଇଁ ଥିବା ଶାଳୀନତା ପୋଷାକ ପରିଧାନ ନିୟମକୁ ମଧ୍ୟ କଡ଼ାକଡ଼ି କରାଯାଇଛି।

Puri Puri Shreemandir
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe