Advertisment

ଆଜିି ଶ୍ରୀଜିଉଙ୍କ ବନକଲାଗି ନୀତି, ୪ଘଣ୍ଟା ଦର୍ଶନ ବନ୍ଦ

ଦ୍ୱିପ୍ରହର ଧୂପ ସରିବା ପରେ ଦତ୍ତମହାପାତ୍ର ସେବକମାନେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରିବେ।

Puri

Puri

Advertisment

 ଆଜି ଫାଲଗୁନ ଚୈତ୍ର କୃଷ୍ଣ ଦ୍ୱିତୀୟା ତିଥିରେ ପୁରୀ ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ବନକଲାଗି ନୀତି। ଭୋଗମଣ୍ଡପ ଭୋଗ ଶେଷ ହେବାପରେ ସନ୍ଧ୍ୟା ୬ରୁ ରାତି ୧୦ଟା ପର୍ଯ୍ୟନ୍ତ ୪ ଘଣ୍ଟା ପାଇଁ ମହାପ୍ରଭୁଙ୍କ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ।

Advertisment

ବନକଲାଗି ନୀତି ଗୁପ୍ତନୀତି ହୋଇଥିବାରୁ ଏହି ସମୟରେ ଚତୁର୍ଦ୍ଧା ମୂରତିଙ୍କ ସାଧାରଣ ଦର୍ଶନ ବନ୍ଦ ରହିବ। କିନ୍ତୁ ପାର୍ଶ୍ୱ ଦେବାଦେବୀଙ୍କ ଦର୍ଶନ କରିପାରିବେ ଭକ୍ତ। ବନକଲାଗି ନୀତି ପାଇଁ ଜୟ ବିଜୟ ଦ୍ୱାର ବନ୍ଦ ରହିବ। ଦ୍ୱିପ୍ରହର ଧୂପ ସରିବା ପରେ ଦତ୍ତମହାପାତ୍ର ସେବକମାନେ ମହାପ୍ରଭୁଙ୍କ
ଶ୍ରୀମୁଖ ଶୃଙ୍ଗାର କରିବେ।

ଦତ୍ତମହାପାତ୍ର ସେବକ ପ୍ରାକୃତିକ ରଙ୍ଗ ପ୍ରସ୍ତୁତ କରିଥାନ୍ତି। ସେବକମାନେ ପ୍ରାକୃତିକ ପ୍ରଣାଳୀରେ ପ୍ରସ୍ତୁତ ପ୍ରସାଧନରେ ଶ୍ରୀବିଗ୍ରହ ମାନଙ୍କ ଶ୍ରୀମୁଖକୁ ଶୃଙ୍ଗାର କରିବେ। ହିଙ୍ଗୁଳ, ହରିତାଳ, କସ୍ତୁରୀ, ନାଲି, ଧଳା ଓ କଳା ଭଳି ପାରମ୍ପରିକ ରଙ୍ଗରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରାଯିବ। 

Advertisment
Puri Shreemandir Puri
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe