Advertisment

ଆଜି ୬ ଘଣ୍ଟା ବନ୍ଦ ରହିବ ଶ୍ରୀଜିଉଙ୍କ ସାଧାରଣ ଦର୍ଶନ

ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଏନେଇ ସୂଚନା ଦିଆଯାଇଛି।

ଅଦ୍ୟତନ ହୋଇଛି
Puri

Puri

Advertisment

ଆଜି ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କ ହେବ ବନକଲାଗି ନୀତି। ବନକଲାଗି ନୀତି ପାଇଁ ୬ ଘଣ୍ଟା ସାଧାରଣ ଦର୍ଶନ ବନ୍ଦ ରହିବ। ସନ୍ଧ୍ୟା ୬ଟାରୁ ରାତି ୧୨ଟା ଯାଏ ସାଧାରଣ ଦର୍ଶନ ବନ୍ଦ ରହିବ।

Advertisment

ଦ୍ୱିତୀୟ  ଭୋଗ ମଣ୍ଡପ ନୀତି ପରେ ହେବ ବନକଲାଗି ନୀତି।  ବିଭିନ୍ନ ପ୍ରାକୃତିକ ରଙ୍ଗରେ ମହାପ୍ରଭୁଙ୍କୁ ବନକଲାଗି କରାଯାଇଥାଏ। ଦତ୍ତ ମହାପାତ୍ର ସେବକମାନେ ଏହି ନୀତି କରିଥାନ୍ତି। ହିଙ୍ଗୁଳ, ହରିତାଳ, କସ୍ତୁରୀ, ନାଲି, ଧଳା ଓ କଳା ଭଳି ପାରମ୍ପରିକ ରଙ୍ଗରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରାଯିବ। 

 ଏହା ସହ ଅନବସର ପିଣ୍ଡିରେ ଅନବସର ନୀତି ସହ ଜଡିତ କେତେକ ଆନୁଷଙ୍ଗିକ କାର୍ଯ୍ୟ ମଧ୍ୟ ସମ୍ପାଦନ କରାଯିବ। ଏଥିପାଇଁ ୪ଘଣ୍ଟା ବଦଳରେ ୬ଘଣ୍ଟା ଶ୍ରୀଜିଉଙ୍କର ଦର୍ଶନ ବନ୍ଦ ରହିବ। ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଏନେଇ ସୂଚନା ଦିଆଯାଇଛି। 

Advertisment
Puri Puri Shreemandir
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe