Advertisment

ଆଜି ବନ ଭୋଜି ବେଶରେ ଦର୍ଶନ ଦେବେ ଶ୍ରୀଜିଉ

ସନ୍ଧ୍ୟାଧୂପ ପରେ ଠାକୁରମାନଙ୍କୁ ବନଭୋଜି ବେଶରେ ସଜ୍ଜିତ କରାଯିବ।

ଅଦ୍ୟତନ ହୋଇଛି
Puri

Puri

Advertisment

ଆଜି ଶ୍ରୀଜିଉଙ୍କ ବନଭୋଜି ବେଶ ଅନୁଷ୍ଠିତ ହେବ। ଭାଦ୍ରକୃଷ୍ଣ ଦଶମୀ ତିଥିରେ ଶ୍ରୀଜିଉଙ୍କ ବନଭୋଜି ବେଶ ସହ କୋଳିବିକା ନୀତି, ବକାସୁର ଓ ଅର୍ଘାସୁର ବଧ ବିଶେଷ ନୀତି ମଧ୍ୟ ହେବ। ମଧ୍ୟାହ୍ନଧୂପ ପରେ ରାମକୃଷ୍ଣ ଦୁଇଚଳନ୍ତି ପ୍ରତିମାଙ୍କୁ ପୂଜାପଣ୍ଡା ସେବକମାନେ ଆଜ୍ଞାମାଳ ପ୍ରଦାନ କରିବା ପରେ ଦୁଇ ପ୍ରତିମାଙ୍କୁ ବିମାନରେ ବସାଇ ସିଂହ ଦ୍ୱାର ନିକଟସ୍ଥ ବଡଛତା ମଠ ପାର୍ଶ୍ୱରେ ଥିବା ଏକ କାଠ ସିଂହାସନରେ ବିଜେ କରାଯିବ। ଲେଙ୍କା ସେବକ ଶବରୁଣୀ ବେଶ ହୋଇ ଗୁଆକୋଳି ଓ ନଡ଼ିଆପାତି ମିଶାଇ ଏକ ବାଉଁଶିଆରେ ଧରି ଆସି ସେଠାରେ ନୀତି ସମ୍ପାଦନ କରିବେ।

Advertisment

ଭିତରଚ୍ଛ ମହାପାତ୍ର ଉକ୍ତ ଶବରୁଣୀଠାରୁ କୋଳି ଆଣି ମହାପ୍ରଭୁଙ୍କୁ ସମର୍ପଣ ଓ ମଣୋହି କରିବା ପରେ ପୂଜାପଣ୍ଡା ସେଠାରେ ଶୀତଳ ଭୋଗ ଓ ଭିତରଚ୍ଛ ମହାପାତ୍ର ବନ୍ଦାପନା କରିବେ।

ସନ୍ଧ୍ୟାଧୂପ ପରେ ଠାକୁରମାନଙ୍କୁ ବନଭୋଜି ବେଶରେ ସଜ୍ଜିତ କରାଯିବ। ଶ୍ରୀଜିଉମାନଙ୍କ ଶ୍ରୀଭୁଜରେ ରୁପା ପିଙ୍ଗଣରେ ସର ଧାରଣ ସହ ଅନ୍ୟ ହସ୍ତରେ ନଉଡି ଧରିଥାନ୍ତି। ବନଭୋଜି ବେଶରେ ଠାକୁରମାନଙ୍କୁ ପ୍ରାୟ ୧୮ ପ୍ରକାର ସ୍ୱର୍ଣ୍ଣ ଅଳଙ୍କାରରେ ବିମଣ୍ଡିତ କରାଯାଇଥାଏ।

Advertisment
Puri Shreemandir Puri
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe