Advertisment

ଆଜି ଶ୍ରାବଣ ମାସର ଚତୁର୍ଥ ସୋମବାର; ବିଭିନ୍ନ ଶୈବପୀଠରେ କାଉଡିଆଙ୍କ ଭିଡ଼

ପ୍ରଭୁ ଲିଙ୍ଗରାଜ, ବାବା ଧବଳେଶ୍ୱର, ବାବା ଆଖଣ୍ଡଳମଣି ଓ ପୁରୀର ବାବା ଲୋକନାଥ ପୀଠ ସବୁଠି ହଜାର ହଜାର କାଉଡ଼ିଆଙ୍କ ସମାଗମ ହୋଇଛି।

ବାବା ଧବଳେଶ୍ୱର

ବାବା ଧବଳେଶ୍ୱର

Advertisment

ଆଜି ଶ୍ରାବଣ ମାସର ଚତୁର୍ଥ ସୋମବାର। ରାଜ୍ୟର ବିଭିନ୍ନ ଶୈବପୀଠ ମାନଙ୍କରେ ଜଳ ଲାଗି କରୁଛନ୍ତି କାଉଡିଆ। ସକାଳୁ ସକାଳୁ ରାଜ୍ୟର ବିଭିନ୍ନ ଶୈବପୀଠରେ ଶ୍ରଦ୍ଧାଳୁ ମାନେ ପ୍ରବଳ ଭିଡ଼ ଜମାଇଛନ୍ତି।

Advertisment

ପ୍ରଭୁ ଲିଙ୍ଗରାଜ, ବାବା ଧବଳେଶ୍ୱର, ବାବା ଆଖଣ୍ଡଳମଣି ଓ ପୁରୀର ବାବା ଲୋକନାଥ ପୀଠ ସବୁଠି ହଜାର ହଜାର କାଉଡ଼ିଆଙ୍କ ସମାଗମ ହୋଇଛି। ନିଜ ନିଜର ମନୋସ୍କାମନା ପୂରଣ ଲାଗି ଦେବଦେବ ମହାଦେବଙ୍କୁ ଜଳାଭିଷେକ କରୁଛନ୍ତି କାଉଡ଼ିଆ। ବୋଲ୍ ବମ୍ ନାରାରେ କମ୍ପୁଛି ମନ୍ଦିର ପରିସର।

ପବିତ୍ର ଶ୍ରାବଣ ମାସର ଚତୁର୍ଥ ସୋମବାରରେ ଆଠଗଡ଼ ପ୍ରସିଦ୍ଧ ଶୈବପୀଠ ବାବା ଧବଳେଶ୍ୱରଙ୍କ ପୀଠରେ ରାତ୍ର ୨ଟାରେ ମନ୍ଦିରର ଦ୍ଵାର ଫିଟାଯାଇ ସମସ୍ତ ରୀତିନୀତି ସମାପନ କରାଯାଇଛି। ସକାଳୁ ସକାଳୁ ସର୍ବସାଧାରଣଙ୍କ ଦର୍ଶନ ସହିତ କାଉଡ଼ିଆ ମାନେ ଜଳଲାଗି କରିଛନ୍ତି। ବଡ଼ସିଂହାର ବେଶରେ ଭକ୍ତଙ୍କୁ ଦର୍ଶନ ଦେଉଛନ୍ତି ବାବା ଧବଳେଶ୍ୱର।

Advertisment

ସେହିପରି ସୁନ୍ଦରଗଡ଼ ଜିଲ୍ଲା ବଣାଇ ବାନେଶ୍ୱର ମନ୍ଦିରରେ ଭକ୍ତଙ୍କ ଭିଡ଼ ଲାଗିଛି। ରାତି ଦୁଇଟାରେ ମନ୍ଦିର ଖୋଲିବା ପରେ ଲମ୍ବା ଲାଇନରେ ଆସି ପାଣି ଢାଳିଛନ୍ତି କାଉଡିଆ। ପୁଲିସ, ପ୍ରଶାସନ ପକ୍ଷରୁ ସମସ୍ତ ବ୍ୟବସ୍ଥା କରାଯାଇଛି।

ନୟାଗଡ଼ ଜିଲ୍ଲା ଶରଣକୂଳ ସ୍ଥିତ ଲଡ଼ୁବାବାଙ୍କ ପୀଠରେ ବୋଲବମ୍ ଭକ୍ତଙ୍କ ପ୍ରବଳ ଭିଡ଼ ଦେଖିବାକୁ ମିଳିଛି। ମନ୍ଦିର ପ୍ରଶାସନ ପକ୍ଷରୁ ଜଳ ଲାଗି କରିବାକୁ ବ୍ୟାପକ ବ୍ୟବସ୍ଥା କରାଯାଇଛି।

Bolbom Dhabaleswar Temple
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe