Advertisment

ଆଜି ଶ୍ରୀଜିଉଙ୍କୁ ଲାଗି ହେବ ରାହୁ ରେଖା, ୪ ଘଣ୍ଟା ଦର୍ଶନ ବନ୍ଦ

ଆଜି ପବିତ୍ର ଭାଦ୍ରବ ମାସ କୃଷ୍ଣପକ୍ଷ ପଞ୍ଚମୀ ତିଥି ଅର୍ଥାତ୍ ରେଖାପଞ୍ଚମୀ । ଏହି ଅବସରରେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କୁ ଲାଗି ହେବ ରାହୁ ରେଖା।

author-image
Niharika Rout
Puri

Puri

ଆଜି ପବିତ୍ର ଭାଦ୍ରବ ମାସ କୃଷ୍ଣପକ୍ଷ ପଞ୍ଚମୀ ତିଥି ଅର୍ଥାତ୍ ରେଖାପଞ୍ଚମୀ । ଏହି ଅବସରରେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କୁ ଲାଗି ହେବ ରାହୁ ରେଖା। ଶ୍ରୀଜିଉଙ୍କ ଶ୍ରୀମୁଖ ସୁନ୍ଦର ଦେଖାଯିବା ପାଇଁ ରାହୁରେଖାକୁ ଚତୁଃର୍ଦ୍ଧାମୂର୍ତ୍ତିଙ୍କୁ ଲାଗି କରାଯିବ।

Advertisment

ମହାପ୍ରଭୁଙ୍କର ଅନେକ ଗୁପ୍ତନୀତି ମଧ୍ୟରୁ ଏହା ଅନ୍ୟତମ ଗୁପ୍ତନୀତି ହୋଇଥିବାରୁ ଦଇତାପତି ସେବାୟତମାନେ ଗୋଷ୍ଠିଗତ ଭାବେ ଏହି ନୀତିକୁ ନିଷ୍ଠାର ସହ ସମ୍ପାଦନ କରିବେ।

ପ୍ରଥମ ଭୋଗମଣ୍ଡପ ସରିବା ପରେ ରାହୁରେଖା ଲାଗି ନୀତି ଆରମ୍ଭ ହେବ । ଏହା ଏକ ଗୁପ୍ତନୀତି ହୋଇଥିବାରୁ ଶ୍ରୀମନ୍ଦିର ପ୍ରଶାସନର ସୂଚନା ଅନୁଯାଇ ଆଜି ଅପରାହ୍ନ ୨ଟା ରୁ ସଂଧ୍ୟା ୬ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ।

Advertisment
Puri Shreemandir Puri