ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ପଇତା ଲାଗି ନୀତି। ସେଥିପାଇଁ ୪ ଘଣ୍ଟା ଲାଗି ବନ୍ଦ ରହିବ ସର୍ବସାଧାରଣ ଦର୍ଶନ। ଶ୍ରୀମନ୍ଦିରରେ ରତ୍ନସିଂହାସନ ଉପରେ ଶ୍ରୀଜିଉ ମାନଙ୍କର ପଇତା ଲାଗି ନୀତି ଅନୁଷ୍ଠିତ ହେବ। ଏଥିପାଇଁ ଅପରାହ୍ନ ୫ଟା ଠାରୁ ରାତି ୯ଟା ପର୍ଯ୍ୟନ୍ତ ଶ୍ରଦ୍ଧାଳୁଙ୍କ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି।
ଏହା ଏକ ଗୁପ୍ତ ନୀତି ହୋଇଥିବାରୁ ଶ୍ରୀମନ୍ଦିରର ଜୟବିଜୟ ଦ୍ୱାର ବନ୍ଦ ରହିବ। ଦ୍ୱିପହର ଧୂପ ସରିବା ପରେ ଦଇତାପତି ସେବକମାନେ ମହାପ୍ରଭୁଙ୍କୁ ପଇତା ଲାଗି କରିବେ। ପ୍ରାୟ ୪ ଘଣ୍ଟା ଧରି ଏହି ନୀତି ଚାଲିବ।
ନୀତି ସମ୍ପୂର୍ଣ୍ଣ ହେବା ପରେ ଶ୍ରୀବିଗ୍ରହଙ୍କୁ ମହାସ୍ନାନ କରାଯିବ ଏବଂ ପୁନର୍ବାର ସର୍ବସାଧାରଣ ଦର୍ଶନ ଆରମ୍ଭ ହେବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Events & Festivals
ଆଜି ପ୍ରଥମାଷ୍ଟମୀ, ପୋଢୁଆଁ ହେବେ ବଡ଼ ଠାକୁର
ଆଜି ପ୍ରଥମାଷ୍ଟମୀରେ ପୋଢୁଆଁ ହେବେ ବଡ଼ ଠାକୁର ବଳଭଦ୍ର।
Events & Festivals
ବରଗଡ଼ ଧନୁଯାତ୍ରା: କଂସ ଭୂମିକାରେ ଅଭିନୟ କରିପାରିବେ ନାହିଁ ହୃଷିକେଶ ଭୋଇ, ବଛାଯିବେ ନୂଆ କଳାକାର
କଂସ ଭୂମିକାରେ ଅଭିନୟ କରି ସୁନାମ ଅର୍ଜି ଥିବା ହୃଷିକେଶ ଭୋଇଙ୍କର ଗୋଟିଏ ଭୁଲ୍ ତାଙ୍କର ଭାବମୂର୍ତ୍ତିକୁ ଖରାପ କରି ଦେଇଛି!
Events & Festivals
ପୋଢୁଆଁ ହେବେ ବଡ଼ ଠାକୁର; ମାମୁ ଘରୁ ଗଲା ଭାର
ମହାପ୍ରଭୁଙ୍କ ଖଣ୍ଡୁଆ ପାଟଠାରୁ ଆରମ୍ଭ କରି ପିଠା ପାଇଁ ବିରି, ନଡିଆ, ଗୁଡ, ଛେନା, କଦଳୀ, ସହିତ ବିଭିନ୍ନ ପ୍ରକାରର ଫୁଲ,ଫଳ ଭାରରେ ରହିଛି।
Events & Festivals
ମହତାବଙ୍କ ୧୨୫ତମ ଜୟନ୍ତୀ ପାଳନ ପାଇଁ କେନ୍ଦ୍ର ସରକାର ଗଢ଼ିଲେ କମିଟି: ଅମିତ୍ ଶାହ ଅଧ୍ୟକ୍ଷ, ୨୩ଜଣ ସଦସ୍ୟ
ଆଜି ସଂସ୍କୃତି ମନ୍ତ୍ରଣାଳୟ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁସାରେ, ସ୍ୱର୍ଗତ ଡଃ ହରେକୃଷ୍ଣ ମହତାବଙ୍କ ୧୨୫ତମ ଜନ୍ମ ଜୟନ୍ତୀ ପାଳନ ପାଇଁ ଭାରତ ସରକାର ଏକ ଉଚ୍ଚସ୍ତରୀୟ କମିଟି ଗଠନ କରିଛନ୍ତି।
Events & Festivals
ଲୋକସେବକ ମଣ୍ଡଳ ପକ୍ଷରୁ ଲାଲା ଲଜପତ ରାୟଙ୍କ ପୁଣ୍ୟତିଥି ପାଳିତ, ଯୋଗଦେଲେ ବୈଜୟନ୍ତ
ଲାଲା ଲଜପତ ରାୟଙ୍କ ଜୀବନୀ ଓ ଆଦର୍ଶ ଉପରେ ଆଲୋକପାତ କରିଥିଲେ ବୈଜୟନ୍ତ ପଣ୍ଡା।