Advertisment

ଆଜି ପଇତାଲାଗି ନୀତି; ୪ ଘଣ୍ଟା ଦର୍ଶନ ବନ୍ଦ

ଏହା ଏକ ଗୁପ୍ତ ନୀତି ହୋଇଥିବାରୁ ଶ୍ରୀମନ୍ଦିରର ଜୟବିଜୟ ଦ୍ୱାର ବନ୍ଦ ରହିବ।

Puri Jagannath Temple (File Photo)

Puri Jagannath Temple (File Photo)

Advertisment

ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ପଇତା ଲାଗି ନୀତି। ସେଥିପାଇଁ ୪ ଘଣ୍ଟା ଲାଗି ବନ୍ଦ ରହିବ ସର୍ବସାଧାରଣ ଦର୍ଶନ। ଶ୍ରୀମନ୍ଦିରରେ ରତ୍ନସିଂହାସନ ଉପରେ ଶ୍ରୀଜିଉ ମାନଙ୍କର ପଇତା ଲାଗି ନୀତି ଅନୁଷ୍ଠିତ ହେବ। ଏଥିପାଇଁ ଅପରାହ୍ନ ୫ଟା ଠାରୁ ରାତି ୯ଟା ପର୍ଯ୍ୟନ୍ତ ଶ୍ରଦ୍ଧାଳୁଙ୍କ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି।

Advertisment

ଏହା ଏକ ଗୁପ୍ତ ନୀତି ହୋଇଥିବାରୁ ଶ୍ରୀମନ୍ଦିରର ଜୟବିଜୟ ଦ୍ୱାର ବନ୍ଦ ରହିବ। ଦ୍ୱିପହର ଧୂପ ସରିବା ପରେ ଦଇତାପତି ସେବକମାନେ ମହାପ୍ରଭୁଙ୍କୁ ପଇତା ଲାଗି କରିବେ। ପ୍ରାୟ ୪ ଘଣ୍ଟା ଧରି ଏହି ନୀତି ଚାଲିବ।

ନୀତି ସମ୍ପୂର୍ଣ୍ଣ ହେବା ପରେ ଶ୍ରୀବିଗ୍ରହଙ୍କୁ ମହାସ୍ନାନ କରାଯିବ ଏବଂ ପୁନର୍ବାର ସର୍ବସାଧାରଣ ଦର୍ଶନ ଆରମ୍ଭ ହେବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି।

Advertisment
Puri Shreemandir Puri
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe