Advertisment

ଆଜି ମହାଶିବରାତ୍ରୀ, ରାତି ୧୦ଟାରେ ଉଠିବ ଲିଙ୍ଗରାଜ ମନ୍ଦିର ମହାଦୀପ

ଆଜିର ଦିନରେ ନିଜ ପରିବାରର ଶୁଭ ମନାସି ଶ୍ରଦ୍ଧାଳୁ, ଉପବାସ ରହିବା ସହ ଶୈବାଳୟ ଯାଇ ଦୀପ ଜାଳିଥାନ୍ତି। ରାତିରେ ମହାଦୀପ ଉଠିବା ପରେ ଉପବାସ ଭାଙ୍ଗିଥାନ୍ତି।

author-image
Niharika Rout
ଅଦ୍ୟତନ ହୋଇଛି
Lingaraj Temple

Lingaraj Temple

ଆଜି ମହାଶିବରାତ୍ରୀ। ଦେବ ଦେବ ମହାଦେବଙ୍କ ଉପାସନା ଲାଗି ଜାଗର ପାଳିବେ ଶ୍ରଦ୍ଧାଳୁ। କିମ୍ବଦନ୍ତୀ ରହିଛି ଯେ, ସାରା ସଂସାରର ରକ୍ଷା ଲାଗି ବିଷପାନ କରିଥିଲେ ମହାଦେବ। ଭଗବାନଙ୍କ ଜୀବନ ରକ୍ଷା ଲାଗି ସାରା ବିଶ୍ୱ ଦୀପ ଜାଳି ଜାଗର ରହିଥିଲେ।

Advertisment

ଆଜିର ଦିନରେ ନିଜ ପରିବାରର ଶୁଭ ମନାସି ଶ୍ରଦ୍ଧାଳୁ, ଉପବାସ ରହିବା ସହ ଶୈବାଳୟ ଯାଇ ଦୀପ ଜାଳିଥାନ୍ତି। ରାତିରେ ମହାଦୀପ ଉଠିବା ପରେ ଉପବାସ ଭାଙ୍ଗିଥାନ୍ତି।

ଏହି ଅବସରରେ ଆଜି ରାଜଧାନୀର ଲିଙ୍ଗରାଜ ମନ୍ଦିର, କଟକର ଧବଳେଶ୍ବର, ପୁରୀର ଲୋକନାଥ ପୀଠରେ ସ୍ୱତନ୍ତ୍ର ପୂଜାର୍ଚ୍ଚନା କରାଯାଉଛି। ପ୍ରଭୁ ଲିଙ୍ଗରାଜଙ୍କ ମନ୍ଦିରରେ ରାତି ୧୦ଟାରେ ମହାଦୀପ ଉଠିବା ନେଇ ସ୍ଥିର ହୋଇଛି।

Advertisment

ଆଜି ପବିତ୍ର ମହାଶିବରାତ୍ରି ପାଇଁ ଚଳଚଞ୍ଚଳ ହୋଇ ଉଠିଛି ବାବା ଧବଳେଶ୍ୱରଙ୍କ ପୀଠ । ପବିତ୍ର ଜାଗରରେ ଧବଳେଶ୍ଵରଙ୍କ ପାଖରେ ଲାଗି ହେବ ପ୍ରସିଦ୍ଧ ମାଣ୍ଡୁଅ ଭୋଗ । ପୂଜକ ସମିତି ପକ୍ଷରୁ ଭୋର ଚାରିଟା ରୁ ଦ୍ଵାର ଫିଟାଯାଇ ମହାସ୍ନାନ କରାଯାଇଛି। ଏହାପରେ କେତକୀ ଫୁଲରେ ସଜ୍ଜିତ ହୋଇ ଭକ୍ତଙ୍କୁ ଦର୍ଶନ ଦେଉଛନ୍ତି ବାବା ଧବଳେଶ୍ୱର ।

ଅପରାହ୍ନରେ ଚାରି ପ୍ରହର ପୂଜା କରାଯାଇ ତୃତୀୟ ପ୍ରହର ପୂଜାରେ ମାଣ୍ଡୁଅ ଭୋଗ ଲାଗି କରାଯିବ । ଏହାପରେ ବେଢ଼ା ପରିକ୍ରମା କରାଯିବା ସହିତ ରାତ୍ର ଗୋଟାଏରେ ଉଠିବ ମହାଦୀପ । ସୁରକ୍ଷାକୁ ଦୃଷ୍ଟିରେ ରଖି ପୁଲିସ ପ୍ରଶାସନ ପକ୍ଷରୁ ବ୍ୟାପକ ଫୋର୍ସ ମୁତୟନ କରାଯାଇଛି।

Lingaraj Temple]